www.samajalive.in
Monday, December 15, 2025
14.1 C
Bhubaneswar

ବିଶ୍ୱ ଦକ୍ଷତା କେନ୍ଦ୍ରର ୨୪ ଜଣ ଛାତ୍ରଛାତ୍ରୀଙ୍କୁ ଟାଟା ଷ୍ଟିଲରେ ନିଯୁକ୍ତି

ଡେସ୍କ : ଭୁବନେଶ୍ୱରସ୍ଥିତ ବିଶ୍ୱ ଦକ୍ଷତା କେନ୍ଦ୍ରରେ ବିଭିନ୍ନ ଅତ୍ୟାଧୁନିକ ବିଷୟରେ ତାଲିମ ପାଠ୍ୟକ୍ରମ ଶେଷ କରିଥିବା ଛାତ୍ରଛାତ୍ରୀମାନଙ୍କୁ ବିଭିନ୍ନ ଜାତୀୟ ତଥା ଅନ୍ତର୍ଜାତୀୟ କମ୍ପାନିରେ ନିଯୁକ୍ତି ସୁଯୋଗ ପ୍ରଦାନ କରାଯାଉଛି। ଏହି କ୍ରମରେ ବିଶ୍ୱ ଦକ୍ଷତା କେନ୍ଦ୍ରଠାରେ ଶୁକ୍ରବାର ଦିନ ଟାଟା ଷ୍ଟିଲ ପକ୍ଷରୁ ହୋଇଥିବା ଦ୍ୱିତୀୟ ପ୍ଲେସମେଣ୍ଟ ଇଣ୍ଟରଭିଉ କାର୍ୟ୍ୟକ୍ରମରେ ୨୦୨୧-୨୨ ବ୍ୟାଚର ୨୪ ଜଣ ଛାତ୍ରଛାତ୍ରୀ ନିଯୁକ୍ତି ପାଇଛନ୍ତି।

ଟାଟା ଷ୍ଟିଲରେ ନିଯୁକ୍ତି ପାଇଥିବା ଛାତ୍ରଛାତ୍ରୀମାନେ ଓଡ଼ିଶାର ବିଭିନ୍ନ ସ୍ଥାନରେ କାମ କରିବାର ସୁଯୋଗ ପାଇବେ। ଏଥିପାଇଁ ସେମାନଙ୍କ ଭିତରେ ବିଶେଷ ଉତ୍ସାହ ଦେଖିବାକୁ ମିଳିଛି। ଏହି ସୁଯୋଗ ଲାଗି ସେମାନେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ବିଶ୍ୱ ଦକ୍ଷତା କେନ୍ଦ୍ରକୁ ଧନ୍ୟବାଦ ଜଣାଇଛନ୍ତି।

- Advertisement -

ଏହି ଅବସରରେ ଓଡ଼ିଶା ଦକ୍ଷତା ବିକାଶ କର୍ତ୍ତୃପକ୍ଷର ଅଧ୍ୟକ୍ଷା ତଥା ବିଶ୍ୱ ଦକ୍ଷତା କେନ୍ଦ୍ରର ସିଇଓ ଅଳକା ମିଶ୍ର ନିଯୁକ୍ତି ପାଇଥିବା ଛାତ୍ରଛାତ୍ରୀମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।

ବିଶ୍ୱ ଦକ୍ଷତା କେନ୍ଦ୍ରର ‘ସ୍କୁଲ ଅଫ ଇଞ୍ଜିନିୟରିଂ’ ଏବଂ ‘ସ୍କୁଲ ଅଫ୍ ସର୍ଭିସେସ୍’ ବିଭାଗ ଅଧୀନରେ ଚଳିତ ବର୍ଷ ତାଲିମ ଶେଷ କରିଥିବା ଛାତ୍ରଛାତ୍ରୀଙ୍କୁ ନିଯୁକ୍ତି ସୁଯୋଗ ଦେବା ପାଇଁ ପ୍ଲେସମେଣ୍ଟ କାର୍ୟ୍ୟକ୍ରମ ଚାଲୁ ରହିଛି। ଏହି ବ୍ୟାଚରେ ୯୦ ପ୍ରତିଶତ ଛାତ୍ରଛାତ୍ରୀ ବିଭିନ୍ନ କମ୍ପାନିରେ ନିଯୁକ୍ତି ସୁଯୋଗ ପାଇଥିବା ବେଳେ ତା’ଭିତରେ ୨୫ ପ୍ରତିଶତ ଛାତ୍ରଛାତ୍ରୀଙ୍କୁ ଅନ୍ତର୍ଜାତୀୟ ସ୍ତରରେ ନିଯୁକ୍ତି ମିଳିଛି।

ବର୍ତ୍ତମାନ ସୁଦ୍ଧା ଟାଟା ଷ୍ଟିଲ, ଆର୍ସେଲର ମିତ୍ତଲ, ଆଇଏଚସିଏଲ, ମେଘାଭି ୱେଲନେସ୍, ହୋଣ୍ଡା କାରସ, ଦୁବାଇର ଏମରିଲ ଗ୍ରୁପ୍ ଏବଂ ଗ୍ରୀନ ଟ୍ରେଣ୍ଡସ୍ ଭଳି ପ୍ରତିଷ୍ଠିତ କମ୍ପାନି ଓଡ଼ିଶା ଆସି ବିଶ୍ୱ ଦକ୍ଷତା କେନ୍ଦ୍ରରୁ ତାଲିମପ୍ରାପ୍ତ ଯୁବପିଢ଼ିକୁ ନିଯୁକ୍ତି ଲାଗି ଚୟନ କରିଛନ୍ତି।

ଚଳିତ ବର୍ଷ ଟାଟା ଷ୍ଟିଲ ପକ୍ଷରୁ ଆୟୋଜିତ ପ୍ରଥମ ପ୍ଲେସମେଣ୍ଟ କାର୍ୟ୍ୟକ୍ରମରେ ୪୫ ଜଣ ଛାତ୍ରଛାତ୍ରୀ ନିଯୁକ୍ତି ସୁଯୋଗ ପାଇଥିଲେ। ତା’ ଭିତରେ ୨୦୨୨-୨୩ ବ୍ୟାଚର ୩୯ ଜଣ ଛାତ୍ରଛାତ୍ରୀ ଥିବା ବେଳେ ୨୦୨୧-୨୨ର ୬ ଜଣ ନିଯୁକ୍ତି ପାଇଥିଲେ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories