www.samajalive.in
Monday, December 15, 2025
14.1 C
Bhubaneswar

ନେପାଳରେ ବସ୍‍ ଦୁର୍ଘଟଣା ; ୧୮ ମୃତ,୧୭ ଆହତ

କାଠମାଣ୍ଡୁ : ନେପାଳର ଦାଦେଲ୍‍ଧୁରା ଜିଲ୍ଲାରେ ଘଟିଥିବା ଏକ ବସ୍‍ ଦୁର୍ଘଟଣାରେ ୧୮ ଜଣ ଯାତ୍ରୀ ପ୍ରାଣ ହରାଇଥିବାବେଳେ ୧୭ ଜଣ ଆହତ ହୋଇଛନ୍ତି। ଗତକାଲି ସନ୍ଧ୍ୟାରେ ଦାଦେଲ୍‍ଧୁରା ଜିଲ୍ଲାର ଅମରାଗାଡ଼ି ପୌର ଅଞ୍ଚଳରେ ବସ୍‍ଟି ରାସ୍ତାରୁ ୩୦୦ ମିଟର ଗଭୀର ଖାତକୁ ଖସିପଡ଼ିବା ଯୋଗୁଁ ଏହି ଦୁର୍ଘଟଣା ଘଟିଥିଲା। ଘଟଣାସ୍ଥଳରେ ୧୧ ଜଣ ବ୍ୟକ୍ତି ପ୍ରାଣ ହରାଇଥିବାବେଳେ ଗୁରୁତର ଆହତ ହୋଇଥିବା ଅନ୍ୟ ୭ ଜଣଙ୍କୁ ଚିକିତ୍ସାପାଇଁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ସେମାନଙ୍କର ମୃତ୍ୟୁ ଘଟିଛି।

ଅନ୍ୟ ୧୭ ଜଣ ଆହତଙ୍କ ଚିକିତ୍ସା ଚାଲିଛି। ଦୁର୍ଘଟଣାଗ୍ରସ୍ତ ବସରେ ୪୫ ଜଣ ଯାତ୍ରୀ ଥିଲେ। ସେମାନେ ଉଗ୍ରତାରା ମନ୍ଦିର ଦେଖି ଫେରୁଥିବାବେଳେ ଏହି ଦୁର୍ଘଟଣା ଘଟିଥିଲା।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories