www.samajalive.in
Sunday, December 14, 2025
26.1 C
Bhubaneswar

ଚିତି ସାପ କାମୁଡ଼ାରେ ମହିଳା ମୃତ

ଦେବଗଡ଼: ବିଷାକ୍ତ ଚିତି ସାପ କାମୁଡ଼ାରେ ବାରକୋଟ ଥାନା ଅନ୍ତର୍ଗତ ସଇଡା ଗ୍ରାମପଞ୍ଚାୟତ ସଦର ମହକୁମାର ଜଣେ ମହିଳାଙ୍କର ମୃତ୍ୟୁ ଘଟିଛି। ସୂଚନା ଅନୁଯାୟୀ, ସଇଡା ଗ୍ରାମର ଯୋଗେଶ୍ୱର ଲୁହୁରାଙ୍କ ପତ୍ନୀ ସୁଷମା ଲୁହୁରା(୪୧) ଗତକାଲି ରାତିରେ ଖିଆପିଆ ସାରି ଘରର ଚଟାଣରେ ଶୋଇଥିଲେ। ତେବେ ରାତି ପ୍ରାୟ ୧୧ଟା ସମୟରେ ତାଙ୍କ କାନକୁ ଏକ ବିଷାକ୍ତ ଚିତିସାପ କାମୁଡ଼ି ଦେବାରୁ ସେ ଚମକି ପଡ଼ି ନିଦରୁ ଉଠିପଡ଼ିଥିଲେ। ଏକଥା ଜାଣିବା ପରେ ପରିବାର ଲୋକେ ତାଙ୍କୁ ଚିକିତ୍ସା ପାଇଁ ଦେବଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ମାତ୍ର ବିଳମ୍ବିତ ରାତିରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିଲା। ସୂଚନା ପାଇ ବାରକୋଟ ଥାନା ପୁଲିସ ଜିଲା ମୁଖ୍ୟ ଚିକିତ୍ସାଳୟରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ କରିବାପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି। ଅନ୍ୟପକ୍ଷରେ ଏନେଇ ଏକ ମାମଲା ରୁଜୁକରି ଘଟଣାର ତଦନ୍ତ ଚଳାଇଛି।

Hot this week

କିସ୍‌ ଗସ୍ତ କରିବେ ଓଏସସିପିସିଆର

ସମାଜଲାଇଭ ଡେସ୍କ: କିସ୍‌ ଛାତ୍ର ମୃତ୍ୟୁ ଘଟଣାର ତଦନ୍ତ ପାଇଁ କିସ୍...

ଧାନ କଟା ମେସିନରେ କଟିଗଲେ ଯୁବଚାଷୀ

ସମାଜ ଲାଇଭ ଡେସ୍କ :ବାଲେଶ୍ଵର ରେ ଧାନକଟା ମେସିନ୍ ରେ  କଟି...

ଧାନ ଜମିରେ ଜଳିଗଲେ ଚାଷୀ

ସମାଜଲାଇଭ ଡେସ୍କ: ଧାନ ଜମିରେ ଜଳିଗଲେ ଚାଷୀ। ପୁରୀ ଜିଲା ପିପିଲି...

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

Related Articles

Popular Categories