www.samajalive.in
Sunday, December 7, 2025
26.1 C
Bhubaneswar

କରଜରୁ ମୁକ୍ତି ପାଇଁ ରାଶି ଅନୁଯାୟୀ ସରଳ ଉପାୟ..

ଜ୍ୟୋତିଷ ଶାସ୍ତ୍ରରେ ରାଶି ଅନୁଯାୟୀ କିଛି ସହଜ ଉପାୟ ବିଷୟରେ ବର୍ଣ୍ଣନା କରାଯାଇଛି। ଯାଦ୍ୱାରା କରଜରୁ ମୁକ୍ତି ମିଳିବା ସହ ଜୀବନର ବହୁ ସମସ୍ୟା ମଧ୍ୟ ଦୂର ହୋଇଥାଏ। ଜାଣନ୍ତୁ ..
ମେଷ ରାଶି – ଏହି ରାଶିର ବ୍ୟକ୍ତି ଓ ମହିଳାଙ୍କୁ ପ୍ରତିଦିନ ସକାଳେ ପ୍ରଭୁ ଗଣେଶଙ୍କର ପୂଜା କରିବା ସହ ଫୁଲ ଅର୍ପଣ କରିବା ଉଚିତ।
ବୃଷ ରାଶି – ଏହି ରାଶିର ବ୍ୟକ୍ତି ଓ ମହିଳାଙ୍କୁ ମା’ଲକ୍ଷ୍ମୀଙ୍କର ପୂଜା କରିବା ସହ ପ୍ରତିଦିନ ମା’ଙ୍କୁ ଲାଲ ଫୁଲ ଅର୍ପଣ କରିବା ଉଚିତ।
ମିଥୁନ ରାଶି – ଏହି ରାଶିର ବ୍ୟକ୍ତି ଓ ମହିଳାଙ୍କୁ ପ୍ରଭୁ ହନୁମାନଙ୍କ ପୂଜା କରିବା ସହ ପ୍ରତିଦିନ ସକାଳେ ଓ ସନ୍ଧ୍ୟାରେ ହନୁମାନ ଚାଳିଶା ପାଠ କରିବା ଉଚିତ।
କର୍କଟ ରାଶି – ଏହି ରାଶିର ବ୍ୟକ୍ତି ଓ ମହିଳାଙ୍କୁ ଗୁରୁବାର ଦିନ କଦଳୀ ବୃକ୍ଷର ପୂଜା କରିବା ଉଚିତ।
ସିଂହ ରାଶି – ଏହି ରାଶିର ବ୍ୟକ୍ତି ଓ ମହିଳାଙ୍କୁ ଶନିବାର ଦିନ ଅଶ୍ୱତ୍ଥ ବୃକ୍ଷ ନିକଟରେ ଦୀପ ଲଗାଇବା ଉଚିତ।
କନ୍ୟା ରାଶି – ଏହି ରାଶିର ବ୍ୟକ୍ତି ଓ ମହିଳାଙ୍କୁ ଧନ ପ୍ରାପ୍ତି ପାଇଁ ଭଗବାନ ଶିବଙ୍କୁ ଜଳ ଅର୍ପଣ କରିବା ଉଚିତ।
ତୁଳା ରାଶି – ଏହି ରାଶିର ବ୍ୟକ୍ତି ଓ ମହିଳାଙ୍କୁ ଗୁରୁବାର ଦିନ ବିଷ୍ଣୁ ସହସ୍ରନାମ ପାଠ କରିବା ସହ ହଳଦିଆ ବସ୍ତ୍ର ଦାନ କରିବା ଉଚିତ।
ବିଛା ରାଶି – ଏହି ରାଶିର ବ୍ୟକ୍ତି ଓ ମହିଳାଙ୍କୁ ମଙ୍ଗଳବାର ଦିନ ଭଗବାନଙ୍କୁ ତୁଳସୀ ଦଳ ଅର୍ପଣ କରିବା ଉଚିତ।
ଧନୁ ରାଶି – ଏହି ରାଶିର ବ୍ୟକ୍ତି ଓ ମହିଳାଙ୍କୁ ପ୍ରତିଦିନ ସକାଳେ ଓ ସନ୍ଧ୍ୟାରେ ଭଗବାନ ବିଷ୍ଣୁ ଓ ମା’ଲକ୍ଷ୍ମୀଙ୍କ ପୂଜା କରିବା ଉଚିତ।
ମକର ରାଶି – ଏହି ରାଶିର ବ୍ୟକ୍ତି ଓ ମହିଳାଙ୍କୁ ପ୍ରତିଦିନ ପ୍ରଭୁ ଗଣେଶଙ୍କୁ ପୂଜା କରିବା ଉଚିତ। ବୁଧବାର ଦିନ ପ୍ରଭୁଙ୍କୁ ସବୁଜ ଗୁଜୁରାତି ଅର୍ପଣ କରିବା ଉଚିତ।
କୁମ୍ଭ ରାଶି – ଏହି ରାଶିର ବ୍ୟକ୍ତି ଓ ମହିଳାଙ୍କୁ ସୋମବାର ଦିନ ଶିବଲିଙ୍ଗରେ ଜଳ ଅର୍ପଣ କରିବା ଉଚିତ।
ମୀନ ରାଶି – ଏହି ରାଶିର ବ୍ୟକ୍ତି ଓ ମହିଳାଙ୍କୁ ପ୍ରତିଦିନ ସୂର୍ୟ୍ୟଦେବତାଙ୍କୁ ଜଳ ଅର୍ପଣ କରିବା ଉଚିତ।
ଏହି ସମସ୍ତ ଉପାୟ ବ୍ୟତୀତ ପ୍ରତିଦିନ ଏହି ସମସ୍ତ ରାଶିର ବ୍ୟକ୍ତି ଓ ମହିଳା ସକାଳ ଓ ସନ୍ଧ୍ୟାରେ ହନୁମାନ ଚାଳିଶା ପାଠ କରିବା ଦ୍ୱାରା ସମସ୍ତ ସମସ୍ୟା ଦୂର ହୋଇଥାଏ। ଏହାସହ ସମ୍ଭବତଃ ମଙ୍ଗଳବାର ଓ ଶନିବାର ସୁନ୍ଦରାକାଣ୍ଡ ମଧ୍ୟ ପାଠ କରିପାରିବେ। ପ୍ରତିଦିନ ପ୍ରଭୁ ହନୁମାନଙ୍କୁ ପୂଜାର୍ଚ୍ଚନା କରିବା ଦ୍ୱାରା ସମସ୍ତ ମନସ୍କାମନା ପୂରଣ ହେବା ସହ ଜୀବନର ସମସ୍ତ ସମସ୍ୟା ଦୂର ହୋଇଥାଏ।
ଘରର ଗାଧୁଆଘର ସଠିକ ଦିଗରେ ହେବା ନିତାନ୍ତ ଆବଶ୍ୟକ। ଘରର ଗାଧୁଆଘର କଦାପି ଦକ୍ଷିଣ-ପଶ୍ଚିମ ଦିଗରେ କରନ୍ତୁ ନାହିଁ। ଏହାଦ୍ୱାରା କରଜ ସମସ୍ୟା ଲାଗି ରହିଥାଏ।

Hot this week

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

Related Articles

Popular Categories