www.samajalive.in
Monday, December 15, 2025
16.1 C
Bhubaneswar

ମଙ୍ଗଳବାର ରାଶିଫଳ (୨୬.୦୯.୨୦୨୩)

ମେଷ: କୁଳ ପ୍ରଦୀପ ହେବେ। ମନ ପ୍ରସନ୍ନ ରହିବ। ଆୟୁଷ୍ମାନ୍‌ ହେବେ। ଦୟାର୍ଦ୍ରଚିତ୍ତ ହୋଇପାରନ୍ତି। ବ୍ୟବସାୟ ଲାଭଜନକ ହେବ। ଯଶସ୍ବୀ ହୋଇପାରନ୍ତି। ନିଜ ପରିବାର ପ୍ରତି ସ୍ନେହ ସଦ୍ଦିଚ୍ଛା ଭାବ ରହିବ।
ବୃଷ: ଭାଗ୍ୟଶାଳୀ, ଭୋଗୀ ଓ ବିଳାସୀ ହେବେ। ଦିନଟି ସୁଖ ସମୃଦ୍ଧପୂର୍ଣ୍ଣ ହେବ। ଧର୍ମାତ୍ମା, ବିଦ୍ବାନ୍‌, ସାହସୀ ଓ ସମ୍ପତ୍ତିବାନ୍‌ ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ଉଦ୍ୟୋଗୀ ହେବେ।
ମିଥୁନ: ପ୍ରତିଶୋଧ ପରାୟଣ ହୋଇପାରନ୍ତି। କଥାବାର୍ତ୍ତାରେ ବାଚାଳତା ପ୍ରକାଶ ପାଇପାରେ। ସ୍ବାଭିମାନୀ ହେବେ। ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି। ମିତ୍ରମାନେ କରଛଡ଼ା ଦେଇପାରନ୍ତି।
କର୍କଟ: ଜଣେ ବିଶିଷ୍ଟ ସମାଜସେବୀଭାବେ ଜନସାଧାରଣଙ୍କର ଆଦରଣୀୟ ହେବେ। ଶାନ୍ତ ଓ ଧୈର୍ଯ୍ୟବାନ୍‌ ହୋଇପାରନ୍ତି। ବ୍ୟବସାୟ ଲାଭପ୍ରଦ ହେବ। ପତ୍ନୀଙ୍କ ପରାମର୍ଶ ଉପାଦେୟ ହେବ। ସତ୍‌ସଙ୍ଗୀ ହେବେ।
ସିଂହ: ଜନମତ ନିର୍ବିଶେଷରେସମସ୍ତଙ୍କ ସହିତ ଭ୍ରାତୃତ୍ବ ବନ୍ଧନରେ ଅନୁବନ୍ଧିତ ହୋଇପାରିଛି। ସୁସ୍ଥ ରହିବେ। ଚତୁର ଓ ଶତ୍ରୁହନ୍ତା ହୋଇପାରନ୍ତି। ଆୟର ସ୍ବଳ୍ପତା ଦୃଷ୍ଟିରୁ ବାହ୍ୟ ଖର୍ଚ୍ଚ ସୀମିତ କରିବେ।
କନ୍ୟା: କର୍ମଚଞ୍ଚଳ ରହିବେ। କନ୍ୟା ପାଇଁ ଗର୍ବିତ ହେବେ। ଧନଲାଭର ସୂଚନା ମିଳୁଛି। ଆର୍ଥିକ ସ୍ରୋତ ବ୍ୟବସାୟାଦି ଓ ବିଭିନ୍ନ ସୂତ୍ରରୁ ପ୍ରବାହିତ ହେବ। ପତ୍ନୀ ଆଜ୍ଞାକାରିଣୀ ହେବେ। ଧାର୍ମିକ ହେବେ।
ତୁଳା: ଉଦାର ହେବେ। ଦାନ-ଧର୍ମ କରିପାରନ୍ତି। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହୋଇପାରନ୍ତି। ସୁସ୍ଥ ରହିବେ। କୃଷି କର୍ମକାରୀ ହୋଇପାରନ୍ତି। ଜଳଯାତ୍ରାରେ ବିପଦ ଅଛି। ଯାନବାହନ ସୁଖ ମିଳିବ।
ବିଛା: ମନ ପ୍ରସନ୍ନ ରହିବ। ଈଶ୍ବର ବିଶ୍ବାସୀ ହେବେ। ଭାଷା ମାର୍ଜିତ ଓ ବ୍ୟବହାର ଭଦ୍ରୋଚିତ ହେବ। ପ୍ରେମୀ ଓ ସାହସୀ ହେବେ। ସାନଭାଇମାନଙ୍କଠାରୁ ଆଦର, ସମ୍ମାନ ମିଳିପାରେ।
ଧନୁ: ଭାଗ୍ୟଶାଳୀ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ମଧୁର ଭାଷୀ, ସହନଶୀଳ, ଶାନ୍ତିପ୍ରିୟ, ଉଦାର ଚରିତ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ବ୍ୟବସାୟ ଲାଭପ୍ରଦ ହେବ।
ମକର: ଐଶ୍ବର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି। ଶକ୍ତିମାନ୍‌ ହୋଇପାରନ୍ତି। ମାଲିମୋକଦ୍ଦମାରେ ବିଜୟୀ ହେବେ। ଧନଲାଭ ହେବ। ରଣ କ୍ଷେତ୍ରରେ ପାରଦର୍ଶିତା ପ୍ରତିପାଦନ କରିପାରନ୍ତି। ସାମାଜିକ କର୍ମୀ ହେବେ।
କୁମ୍ଭ: କର୍ମଚଞ୍ଚଳ ରହିବେ। ଥଣ୍ଡା, କଫଜନିତ ସାମାନ୍ୟ କ୍ଲେଶ ଅନୁଭବ କରିପାରନ୍ତି। ଏକାନ୍ତ ସାଧନା ଫଳବତୀ ହେବ। ପରମ କଲ୍ୟାଣୀୟ ମାର୍ଗରେ ମାର୍ଗୀ ହୋଇପାରନ୍ତି। ସାହସୀ ଓ ଜ୍ଞାନୀ ହେବେ।
ମୀନ: ଆୟୁଷ୍ମାନ୍‌ ଓ ଯଶସ୍ବୀ ହୋଇପାରନ୍ତି। ଲୋକପ୍ରିୟତା ଅର୍ଜନ କରିବେ। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ଧନଲାଭର ସୂଚନା ମିଳୁଛି। ଜ୍ୟୋତିଷ ବିଦ୍ୟା ପ୍ରତି ରୁଚି ରହିବ।

Hot this week

ପିକନିକ୍‌ରୁ ଫେରିବାବେଳେ ଦୁର୍ଘଟଣା..

ଛତ୍ରପୁର: ଛତ୍ରପୁର ଜାତୀୟ ରାଜପଥ ଏକାମ୍ରନଗରରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। କୋରାପୁଟରୁ...

ବହିଷ୍କୃତ ପରେ ମୁହଁ ଖୋଲିଲେ ମୋକିମ୍‌: ମୋ ବିଚାରଧାରା କଂଗ୍ରେସ ସହ ଅଛି

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସରୁ ବହିଷ୍କୃତ ହେବା ପରେ ପ୍ରତିକ୍ରିୟା ରଖିଛନ୍ତି...

ମୁମ୍ବଇରେ ମେସି ମାନିଆ

ମୁମ୍ବଇ : ବିଶ୍ବବିଜେତା ଆର୍ଜେଣ୍ଟିନା ଫୁଟ୍‌ବଲ ଦଳର ଅଧିନାୟକ ଲିଓନେଲ୍ ମେସି...

ମେସିଙ୍କୁ ଜର୍ସି ଉପହାର ଦେଲେ ସଚିନ

ମୁମ୍ବଇ :କ୍ରିକେଟ୍ କିମ୍ବଦନ୍ତୀ ସଚିନ ତେନ୍ଦୁଲକରଙ୍କୁ କ୍ରିକେଟ ଜଗତର ସବୁଠାରୁ ବଡ...

ବର୍ଦ୍ଧିତ ବେତନ ଦାନ କରିବେ ବରଗଡ଼ ବିଧାୟକ

ବରଗଡ଼ : ଓଡ଼ିଶା ସରକାର ବିଧାୟକ ଓ ମନ୍ତ୍ରୀମାନଙ୍କ ଦରମା ବୃଦ୍ଧି...

Related Articles

Popular Categories