www.samajalive.in
Monday, December 15, 2025
24.1 C
Bhubaneswar

୨୯ରୁ ଉପକୂଳ ଓ ଦକ୍ଷିଣରେ ବଢ଼ିବ ବର୍ଷା

ଭୁବନେଶ୍ବର: ରାଜ୍ୟରେ ଏବେ କାଁ ଭାଁ ବର୍ଷା ହେଉଥିବାବେଳେ ଆସନ୍ତା ୨୯ ତାରିଖରୁ ଉପକୂଳ ଓ ଦକ୍ଷିଣରେ ବର୍ଷା ପରିମାଣ ବଢ଼ିବ। ବିଶେଷ କରି ୨ ତାରିଖରୁ ଅଧିକ ବର୍ଷା ହେବ। ଅନ୍ୟପକ୍ଷରେ ରାଜ୍ୟର କେତୋଟି ସ୍ଥାନରେ ଆସନ୍ତା ଦୁଇଦିନ ଯାଏଁ ବିଜୁଳି ଘଡ଼ଘଡ଼ି ସହ ସ୍ବଳ୍ପରୁ ମଧ୍ୟମଧରଣର ବର୍ଷା ହେବ।

ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ସୂଚନାନୁସାରେ ଆସନ୍ତା ଦୁଇ ଦିନ ରାଜ୍ୟରେ ବିଜୁଳି ଘଡ଼ଘଡ଼ି ସହ କେତେକ ସ୍ଥାନରେ ବର୍ଷା ହେବ। ୨୭ରୁ ୨୮ ତାରିଖ ଯାଏଁ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, ରାୟଗଡ଼ା, ଗଜପତି ଜିଲାରେ ଏବଂ ୨୮ରୁ ୨୯ ତାରିଖ ଯାଏଁ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, ମୟୂରଭଞ୍ଜ, ବାଲେଶ୍ବର ଜିଲାର ଗୋଟିଏରୁ ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ପରବର୍ତ୍ତୀ ସମୟରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ଜାରି ରହିବ।

- Advertisement -

ସୂଚନାଯୋଗ୍ୟ, ତେଲଙ୍ଗାନା ଓ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଥିବାବେଳେ ଆସନ୍ତା ୨୯ରୁ ଉତ୍ତର ଆଣ୍ଡାମାନ ସାଗର ଏବଂ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ। ଏହାର ପ୍ରଭାବରେ ୨୪ ଘଣ୍ଟାରେ ଉତ୍ତର ଆଣ୍ଡାମାନ ସାଗର ଏବଂ ପାର୍ଶ୍ବବର୍ତ୍ତୀ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ପରବର୍ତ୍ତୀ ସମୟରେ ଏହା ଅଧିକ ଘନିଭୂତ ହୋଇ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରିବ। ଏହାର ପ୍ରଭାବରେ ୨୯ରୁ ୩୦ ତାରିଖ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ମାଲକାନଗିରି, କୋରାପୁଟ ଓ ନବରଙ୍ଗପୁର ଜିଲା ପ୍ରଭୃତି ଉପକୂଳ ଏବଂ ଦକ୍ଷିଣ ଓଡ଼ିଶା ଜିଲାର ଗୋଟିଏରୁ ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବ। ଏହାବ୍ୟତୀତ ମୟୂରଭଞ୍ଜ, ବାଲେଶ୍ବର, ମାଲକାନଗିରି ଓ କୋରାପୁଟରେ ପ୍ରବଳ ବର୍ଷା (୭ରୁ ୧୧ ସେ.ମି.) ହେବ। ଏନେଇ ପାଣିପାଗ ବିଜ୍ଞାନ କେନ୍ଦ୍ର ହଳଦିଆ ସତର୍କତା ଜାରି କରିଛି। ୨ରୁ ବର୍ଷା ପରିମାଣ ଆହୁରି ବଢ଼ିବ ବୋଲି କୁହାଯାଇଛି। ଅନ୍ୟପକ୍ଷରେ ଆଜି ଅପରାହ୍ଣ ସୁଦ୍ଧା କୋରାପୁଟରେ ୩୩ ମି.ମି, ବରଗଡ଼ରେ ୩୧.୪ମି.ମି, ନବରଙ୍ଗୁପରରେ ୨୭ ମି.ମି ବର୍ଷା ହୋଇଛି।

Hot this week

ମାଲକାନଗିରିରେ ସ୍ଵାଭାବିକ ହେଲା ଇଣ୍ଟରନେଟ୍

ମାଲକାନଗିରି: ମାଲକାନଗିରିରେ ହିଂସାର ୮ ଦିନ ପରେ ସ୍ଵାଭାବିକ ହେଲା...

ବୈଜୟନ୍ତ ପଣ୍ଡାଙ୍କୁ ଆସାମ ନିର୍ବାଚନ ଦାୟିତ୍ଵ

ସମାଜ ଲାଇଭ ଡ଼େସ୍କ : କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡାଙ୍କୁ ପୁଣି...

କେନାଲ ଖୋଳକୁ ନେଇ ଉତ୍ତେଜନା: ପୁଲିସ ସହ ଧସ୍ତାଧସ୍ତି

ବ୍ରହ୍ମଗିରି: ବ୍ରହ୍ମଗିରି ହରିଦାସ ଗାଁରେ କେନାଲ ଖୋଳାକୁ ନେଇ ପ୍ରବଳ ଉତ୍ତେଜନା...

ନିଷ୍ପତ୍ତି ଉପରେ ଆଉ ଥରେ ବିଚାର କରିବା ଉଚିତ- ନରସିଂହ ମିଶ୍ର

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସରୁ ବରିଷ୍ଠ ନେତା ମହମ୍ମଦ ମୋକିମଙ୍କୁ ବହିଷ୍କୃତ...

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

Related Articles

Popular Categories