www.samajalive.in
Sunday, December 7, 2025
26.1 C
Bhubaneswar

ଅଘଟଣ ; ସ୍କୁଲ୍‌‌ ବସ୍‌‌ ଓଲଟି ଶିକ୍ଷକ ମୃତ ,୨୦ରୁ ଅଧିକ ଛାତ୍ରଛାତ୍ରୀ ଆହତ

ନବରଙ୍ଗପୁର : ବସ୍‌‌ ଓଲଟି ଜଣେ ପିଇଟି ଶିକ୍ଷକଙ୍କ ମୃତ୍ୟୁ ହୋଇଥିବା ବେଳେ ପ୍ରାୟ ୨୦ରୁ ଅଧିକ ଛାତ୍ରଛାତ୍ରୀ ଆହତ ହୋଇଛନ୍ତି। ଚନ୍ଦାହାଣ୍ଡି ଘାଟିରେ ଭାରସାମ୍ୟ ହରାଇ ବୁଧବାର ଏକ ସ୍କୁଲ ବସ୍‌‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ମୃତ ଶିକ୍ଷକ ଉମରକୋଟ ସ୍ୱାମୀ ବିବେକାନନ୍ଦ ହାଇସ୍କୁଲର କ୍ରୀଡା ଶିକ୍ଷକ ପ୍ରଭାସ କୁମାର ଜେନା ବୋଲି ଜଣାପଡିଛି। ଚନ୍ଦାହାଣ୍ଡି କ୍ରୀଡା ଉତ୍ସବରେ ଯୋଗ ଦେବାକୁ ବସ୍‌‌ରେ ଛାତ୍ରଛାତ୍ରୀ ସହ ଶିକ୍ଷକ ଯାଉଥିବା ବେଳେ ଏହି ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ଉମରକୋଟରୁ ବିଭିନ୍ନ ସ୍କୁଲ ଛାତ୍ରଛାତ୍ରୀଙ୍କୁ ନେଇ ଏହି ବସ୍‌‌ଟି ଯାଉଥିଲା। ଖବର ପାଇ ପୁଲିସ ଓ ୨ଟି ଅଗ୍ନିଶମ ଟିମ୍‌‌ ଘଟଣା ସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଛନ୍ତି। ଚନ୍ଦାହାଣ୍ଡି ଏବଂ ଝରିଗାଁରୁ ୨ଟି ଅଗ୍ନିଶମ ଟିମ୍‌‌ ପଠାଯାଇଛି।

Hot this week

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

Related Articles

Popular Categories