www.samajalive.in
Saturday, December 13, 2025
26.1 C
Bhubaneswar

ଚାଲିପାରିଲା ନାହିଁ ଗୃହ; ୪ଟା ଯାଏଁ ମୁଲତବୀ ଘୋଷଣା କଲେ ବାଚସ୍ପତି

ଭୁବନେଶ୍ବର: ପ୍ରବଳ ହଟ୍ଟଗୋଳ ଯୋଗୁ ଚାଲିପାରିଲା ନାହିଁ ଗୃହ। ଯାହାକୁ ନେଇ ଅପରାହ୍ନ ୪ଟା ଯାଏ ବିଧାନସଭାକୁ ମୁଲତବୀ ଘୋଷଣା କରିଛନ୍ତି ବାଚସ୍ପତି। ଶାସକ-ବିରୋଧୀ ମୁହାଁମୁହିଁ ହୋଇ ଆଜି ବିଧାନସଭାରେ ପ୍ରବଳ ହଟ୍ଟଗୋଳ ହୋଇଥିଲା।  ମୁଖ୍ୟମନ୍ତ୍ରୀ ଓ ପୂର୍ତ୍ତମନ୍ତ୍ରୀଙ୍କ ବିରୋଧରେ ସ୍ବାଧିକାର ଭଙ୍ଗ ପ୍ରସ୍ତାବ ଅଣାଯିବା ଓ କଂଗ୍ରେସ ବିଧାୟକ ଦଳ ନେତାଙ୍କୁ କହିବାର ସୁଯୋଗ ନଦେବାକୁ ନେଇ ବିଧାନସଭାରେ ପ୍ରବଳ ହଟ୍ଟଗୋଳ ସୃଷ୍ଟି ହୋଇଥିଲା। ଶୂନ୍ୟକାଳରେ ପୂର୍ତ୍ତ ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକଙ୍କ ବିରୋଧରେ କଂଗ୍ରେସ ବିଧାୟକ ସନ୍ତୋଷ ସିଂ ସାଲୁଜା ସ୍ବାଧିକାର ଭଙ୍ଗ ନୋଟିସ ଆଣିଛନ୍ତି। ଅପରପକ୍ଷେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବିରୋଧରେ ସ୍ବାଧିକାର ଭଙ୍ଗ ନୋଟିସ ଆଣିଛନ୍ତି ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ଚରଣ ମାଝୀ। ଗତ ୨୫ ତାରିଖରେ ମୁଖ୍ୟମନ୍ତ୍ରୀ ଦେଇଥିବା ବିବୃତିକୁ ନେଇ ସେ ସ୍ବାଧିକାର ଭଙ୍ଗ ନୋଟିସ ଆଣିଛନ୍ତି।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories