www.samajalive.in
Monday, December 8, 2025
16.1 C
Bhubaneswar

ଆଜି ଲଘୁଚାପ, ୩ ପର୍ଯ୍ୟନ୍ତ ବର୍ଷା

ଭୁବନେଶ୍ବର : ମ୍ୟାଁମାର ଓ ପାର୍ଶ୍ବବର୍ତ୍ତୀ ବଙ୍ଗୋପସାଗରରେ ଗୁରୁବାର ଘୂର୍ଣ୍ଣିବଳୟ ସୃ‌ଷ୍ଟି ହୋଇଥିବାବେଳେ ପରବର୍ତ୍ତୀ ୨୪ ଘଣ୍ଟାରେ ଏହା ପୂର୍ବ କେନ୍ଦ୍ରୀୟ ଏବଂ ପାର୍ଶ୍ବବର୍ତ୍ତୀ ଉତ୍ତରପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପରେ ପରିଣତ ହେବ। ଉତ୍ତର ଓଡ଼ିଶା ଏବଂ ପାର୍ଶ୍ବବର୍ତ୍ତୀ ପଶ୍ଚିମବଙ୍ଗ ଉପକୂଳ ଆଡ଼େ ଗତି କରିବ ବୋଲି ଭୁବନେଶ୍ବର ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଏହାର ପ୍ରଭାବରେ ୩୦ ସେପ୍ଟେମ୍ବରରୁ ୩ ଅକ୍ଟୋବର ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ପ୍ରବଳ ବର୍ଷା (୭ରୁ୧୧ ସେ.ମି.) ଏବଂ କେତେକ ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ।
ବିଶେଷ କରି ୨୯ରୁ ୩୦ ତାରିଖ ମଧ୍ୟରେ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ ଜିଲାର ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବ।
ଅନ୍ୟପକ୍ଷରେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, ଅନୁଗୋଳ, ଢେଙ୍କାନାଳ, ସୁନ୍ଦରଗଡ଼, କନ୍ଧମାଳ, ମାଲକାନଗିରି, କୋରାପୁଟ, ନବରଙ୍ଗପୁର ଓ ରାୟଗଡ଼ା ଜିଲାର ଗୋଟିଏରୁ ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ। ଏ ନେଇ ହଳଦିଆ ସତର୍କତା ଜାରି କରାଯାଇଛି। ୧ ତାରିଖରୁ ବର୍ଷା ପରିମାଣ ବଢ଼ିବ। କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ବରଗଡ଼, ସମ୍ବଲପୁର, ଦେବଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ସୁବର୍ଣ୍ଣପୁର, ବଲାଙ୍ଗୀର ଏବଂ ଅନୁଗୋଳ ଜିଲାରେ ଅଧିକ ବର୍ଷା ହେବ। ୩ ତାରିଖ ଯାଏଁ ଏପରି ପାଣିପାଗ ଲାଗି ରହିବ। ଏହି ସମୟରେ ଜଳବନ୍ଦୀ, ଭୂସ୍ଖଳନ ପରି ସମସ୍ୟା ଦେଖା ଦେବ।
ଗତ ୨୪ ଘଣ୍ଟା ମଧ୍ୟରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, କନ୍ଧମାଳ, ଝାରସୁଗୁୁଡ଼ା, ସୁନ୍ଦରଗଡ଼, ଦେବଗଡ଼, ସମ୍ବଲପୁର, ଅନୁଗୋଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର ଏବ ଭଦ୍ରକ ଜିଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ନେଇ ହଳଦିଆ ସତର୍କତା ଜାରି କରାଯାଇଛି। ସୁବର୍ଣ୍ଣପୁରରେ ୫୦ ମି.ମି., ଦେବଗଡ଼ରେ ୩୮ ମି.ମି., ନୂଆପଡ଼ା ୨୮.୪ ମି.ମି., କେନ୍ଦୁଝରଗଡ଼ରେ ୩୩ ମି.ମି. ବର୍ଷା ରେକର୍ଡ଼ ହୋଇଛି। ଅନ୍ୟପକ୍ଷରେ ରାଜସ୍ଥାନରେ ମୌସୁମୀର ପ୍ରତ୍ୟାବର୍ତ୍ତନ ଜାରି ରହିଛି। ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ପରିବେଶ ଓ ଜଳବାୟୁ କେନ୍ଦ୍ର (ସିଇସି) ପୂର୍ବାନୁମାନ ଅନୁଯାୟୀ ଲଘୁଚାପ ପ୍ରଭାବରେ ଶୁକ୍ରବାର ଅପରାହ୍ଣରୁ ଅକ୍ଟୋବର ୫ ତାରିଖ ପର୍ଯ୍ୟନ୍ତ ଓଡ଼ିଶାର ଅଧିକାଂଶ ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଅକ୍ଟୋବର ୩ ରୁ ୫ ତାରିଖ ପର୍ଯ୍ୟନ୍ତ ଉତ୍ତର ଓଡ଼ିଶା, ଝାଡ଼ଖଣ୍ଡ ଓ ଛତିଶଗଡ଼ରେ ବର୍ଷାର ପରିମାଣ ବୃଦ୍ଧି ପାଇବାର ସମ୍ଭାବନା ରହିଛି। ଏହା ପରେ ଦେଶରେ ମୌସୁମୀ ବିଦାୟ ନେଇପାରେ। ପ୍ରାରମ୍ଭିକ ତଥ୍ୟ ଅନୁଯାୟୀ ମୌସୁମୀ ଅକ୍ଟୋବର ୧୩ ରୁ ୧୬ ତାରିଖ ମଧ୍ୟରେ ପୂର୍ବ ଭାରତରୁ ଫେରିଯିବ ବୋଲି ସିଇସି ପକ୍ଷରୁ କୁହାଯାଇଛି।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories