www.samajalive.in
Saturday, December 6, 2025
26.1 C
Bhubaneswar

କଟକ ଚୌଧୁରୀ ବଜାରରେ ଅଗ୍ନିକାଣ୍ଡ ; ୪ ଘଣ୍ଟା ପରେ ଲିଭିଲା ନିଆଁ

କଟକ : କଟକ ଚୌଧୁରୀ ବଜାରରେ ଅଗ୍ନିକାଣ୍ଡ ଘଟଣା ପରେ ଘଟଣା ସ୍ଥଳରେ ଜିଲ୍ଲାପାଳ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଛନ୍ତି। ରିପୋର୍ଟ ଆସିବା ପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଜିଲ୍ଲାପାଳ କହିଛନ୍ତି।
କଟକ ଚୌଧୁରୀ ବଜାରର ଏକ ଲୁଗା ଦୋକାନରେ ଶୁକ୍ରବାର ଅଗ୍ନିକାଣ୍ଡ ଘଟି ବ୍ୟାପକ କ୍ଷୟକ୍ଷତି ଘଟିଛି। ୩ ଘଣ୍ଟାରୁ ଅଧିକ ସମୟ ଧରି ନିଆଁ ନିଆଁ ହୁତୁହୁତୁ ହୋଇ ଜଳୁଥିବା ବେଳେ ନିଆଁକୁ ଆୟତ୍ତ ପାଇଁ ଅଗ୍ନିଶମ ବାହିନୀ ଉଦ୍ୟମ ଜାରି ରଖିଛନ୍ତି। ତଳ ମହଲାରେ ନିଆଁ ଲାଗିବା ମାତ୍ରେ ନିଆଁ ଉପର ମହଲାକୁ ବ୍ୟାପି ଯାଇଥିଲା। ଘଟଣା ସ୍ଥଳରେ ୧୦ଟି ଅଗ୍ନିଶମ ବାହିନୀ ନିଆଁ ଲିଭାଇବା ଉଦ୍ୟମ ଜାରି ରଖିବା ସହ ଦୀର୍ଘ ୪ ଘଣ୍ଟା ପରେ ନିଆଁକୁ ଆୟତ୍ତ କରାଯାଇଛି। ନିଆଁ ଲାଗିବା ପରେ ସମଗ୍ର ଅଞ୍ଚଳ ଧୂଆଁମୟ ହୋଇଥିବା ବେଳେ କାଚ ଭାଙ୍ଗି ନିଆଁ ଲିଭାଯାଇଥିଲା। ସ୍କାଏ ଲିଫ୍ଟ ସାହାଯ୍ୟରେ ନିଆଁ ଲିଭାଯାଉଥିଲା। ଦୋକାନଟି ସମ୍ପୂର୍ଣ୍ଣ ଜଳି ଛାରଖାର ହୋଇଯାଇଥିବା ବେଳେ ଲକ୍ଷାଧିକ ଟଙ୍କାର କ୍ଷୟକ୍ଷତି ଘଟିଛି। ଉକ୍ତ ସ୍ଥାନରେ ଲୋକଙ୍କ ଭିଡ ନଥିବାରୁ ବଡ ଅଘଟଣ ଟଳିଛି।

 

Hot this week

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

Related Articles

Popular Categories