www.samajalive.in
Saturday, December 13, 2025
26.1 C
Bhubaneswar

ଡେରାସ ଡ୍ୟାମରେ ଏମ୍ସ ଭୁବନେଶ୍ବର ପକ୍ଷରୁ ସଫେଇ ଅଭିଯାନ

ଭୁବନେଶ୍ଵର: ଆୟୁଷ୍ମାନ ଭବ ଅଭିଯାନ ଅନ୍ତର୍ଗତ ସ୍ବଚ୍ଛତା ହି ସେବା କାର୍ଯ୍ୟକ୍ରମ ଅଧୀନରେ ରାଜ୍ୟର ଅନ୍ୟତମ ପର୍ଯ୍ୟଟନସ୍ଥଳୀ ଡେରାସ ଡ୍ୟାମରେ ଏମ୍ସ ଭୁବନେଶ୍ଵର ପକ୍ଷରୁ ସଫେଇ ଅଭିଯାନ ଅନୁଷ୍ଠିତ ହୋଇଯାଇଛି। ଅଖିଳ ଭାରତୀୟ ଆୟୁର୍ବିଜ୍ଞାନ ସଂସ୍ଥାନ(ଏମ୍ସ) ଭୁବନେଶ୍ବର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଆଶୁତୋଷ ବିଶ୍ୱାସଙ୍କ ନେତୃତ୍ୱରେ ଅଧ୍ୟାପକ/ଅଧ୍ୟାପିକା, ଛାତ୍ରଛାତ୍ରୀମାନେ ଆଜି ଏହି ସଫେଇ ଅଭିଯାନରେ ସାମିଲ ହୋଇଥିଲେ। ଦେଶର ପ୍ରଧାନମନ୍ତ୍ରୀଙ୍କ ସ୍ବଚ୍ଛତା ହିଁ ସେବା କାର୍ଯ୍ୟକ୍ରମକୁ ସାକାର ରୂପ ଦେବାକୁ ଏମ୍ସ ଭୁବନେଶ୍ବର ପକ୍ଷରୁ ଏକ ପ୍ରମୁଖ ପର୍ଯ୍ୟଟନ ସ୍ଥଳରେ ପରିଚ୍ଛନ୍ନତା କାର୍ଯ୍ୟକ୍ରମ ହାତକୁ ନିଆଯିବା ସହିତ ଆହୁରି ଅନେକ ସ୍ଵଚ୍ଛତା କାର୍ଯ୍ୟକ୍ରମ ଆୟୋଜିତ ହେଉଛି। ଆଜି ଅନୁଷ୍ଠିତ ଏକ ଘଣ୍ଟା ଶ୍ରମଦାନ ସ୍ୱରୂପ ଛାତ୍ରଛାତ୍ରୀ, ଅଧ୍ୟାପକ ଏବଂ କର୍ମଚାରୀମାନେ ବ୍ୟାପକ ସଫେଇ କରିବା ସହିତ ସ୍ବଚ୍ଛତା ଅଭିଯାନ ନିମନ୍ତେ ଶପଥ ନେଇଥିଲେ। ଏଥିସହିତ ସ୍ଥାନୀୟ ଅଧିବାସୀଙ୍କ ସହିତ ମିଶି ସମସ୍ତ ପର୍ଯ୍ୟଟକମାନଙ୍କୁ ପରିବେଶକୁ ସ୍ୱଚ୍ଛ ରଖିବା ନିମନ୍ତେ ପ୍ରେରିତ କରିଥିଲେ।

ଏହି ଅବସରରେ ଏମ୍ସ ଭୁବନେଶ୍ବରର କର୍ମଚାରୀମାନେ ଡେରାସରେ ଥିବା ଏକ ସାର୍ବଜନୀନ ଶୌଚାଳୟକୁ ପରିଷ୍କାର କରୁଥିଲେ। ଅତ୍ୟନ୍ତ ଅପରିଷ୍କାର ଅବସ୍ଥାରେ ଥିବା ଏହି ଶୌଚାଳୟକୁ ସଫା କରିବା ଏକ ଉଦାହରଣ ସୃଷ୍ଟିକାରୀ ପଦକ୍ଷେପ ଥିଲା ନିଶ୍ଚୟ। ମେଡିକାଲ ଅଧୀକ୍ଷକ ଦିଲ୍ଲୀପ କୁମାର ପରିଡ଼ା, ଜେ ଏସ ପିଲ୍ଲାଇ, ପ୍ରଭାସ ରଂଜନ ତ୍ରିପାଠୀ, ମନୋଜ କୁମାର ମହାନ୍ତି, ସୌଭାଗ୍ୟ କୁମାର ଜେନା, ଅଶୋକ କୁମାର ଜେନା, ଭାରପ୍ରାପ୍ତ ଡିଡିଏ ରଶ୍ମି ରଞ୍ଜନ ସେଠୀଙ୍କ ସମେତ ବହୁ ସଂଖ୍ୟାରେ ଛାତ୍ର ଛାତ୍ରୀ, କର୍ମଚାରୀ ସାମିଲ ହୋଇଥିଲେ।
ପ୍ରଧାନମନ୍ତ୍ରୀଙ୍କ ସ୍ବଚ୍ଛତା ମନ୍ତ୍ରରେ ଅଭିମନ୍ତ୍ରିତ ହୋଇ ଏମ୍ସ ନିଜ ଶୈକ୍ଷିକ ପରିବେଶ ସମେତ ଆଖପାଖ ଅଞ୍ଚଳକୁ ପରିଚ୍ଛନ୍ନ ରଖିବା ଦିଗରେ ଶତତ ଯତ୍ନବାନ। ଆଜିର ଏହି ସଫେଇ କାର୍ଯ୍ୟକ୍ରମ ଅବସରରେ କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକଙ୍କ ନେତୃତ୍ବରେ ଛାତ୍ର ଛାତ୍ରୀ, କର୍ମଚାରୀ ଏବଂ ଅଧ୍ୟାପକଙ୍କ ଉତ୍ସାହ ଦେଖିବା ଭଳି ଥିଲା। ସ୍ବଚ୍ଛତା ଅଭିଯାନ ଅନ୍ତର୍ଗତ ଏମ୍ସ ଭୁବନେଶ୍ବର ଏକାଧିକ କାର୍ଯ୍ୟକ୍ରମ ହାତକୁ ନେଇଛି।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories