www.samajalive.in
Sunday, December 14, 2025
26.1 C
Bhubaneswar

ଜିଏମ୍‌‌ ହାଇସ୍କୁଲରେ ‘ସ୍ୱଚ୍ଛତା ହିଁ ସେବା’ କାର୍ଯ୍ୟକ୍ରମ

ପିପିଲି: ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଦ୍ୱାରା ପ୍ରତିଷ୍ଠିତ ଦାଣ୍ଡମୁକୁନ୍ଦପୁର ସ୍ଥିତ ଗୋପବନ୍ଧୁ ମେମୋରିଆଲ ହାଇସ୍କୁଲରେ ପ୍ରଧାନମନ୍ତ୍ରୀଙ୍କ ଆହ୍ୱାନ କ୍ରମେ ‘ସ୍ୱଚ୍ଛତା ହିଁ ସେବା’ କାର୍ଯ୍ୟକ୍ରମ ରବିବାର ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ସୁଶ୍ରୀ ପ୍ରତିଭା ଷଡଙ୍ଗୀଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ବିଦ୍ୟାଳୟର ଶିକ୍ଷକ, ଶିକ୍ଷୟିତ୍ରୀ, ଛାତ୍ର, ଛାତ୍ରୀ, ପୁରାତନ ଛାତ୍ରଙ୍କ ସମେତ ବିଦ୍ୟାଳୟ ପରିଚାଳନା ମଣ୍ଡଳୀର ସଦସ୍ୟମାନେ ବିଦ୍ୟାଳୟ ପରିସର, ଗ୍ରାମ୍ୟ ରାସ୍ତା ପାର୍ଶ୍ବ ସମେତ ଖଣ୍ଡିଆଗିରି ସ୍ଥିତ ଆଦର୍ଶ ଉଦ୍ୟାନ ପରିସରରେ ଥିବା ଅଳିଆ ଆବର୍ଜ୍ଜନାକୁ ପରିସ୍କାର କରିଥିଲେ। ଏହି ଅବସରରେ ‘ସ୍ୱଚ୍ଛତା ହିଁ ସେବା’ କାର୍ଯ୍ୟକ୍ରମର ଉଦ୍ଦେଶ୍ୟ ଓ ସେଥିରେ ସମସ୍ତଙ୍କ ଭୂମିକା ସଂପର୍କରେ ପ୍ରଧାନ ଶିକ୍ଷୟିତ୍ରୀ ସୂଚନା ଦେଇଥିଲେ।

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories