www.samajalive.in
Thursday, December 11, 2025
18.1 C
Bhubaneswar

ଆଜିଠୁ ବିଜେଡିର ଜନସମ୍ପର୍କ ପଦଯାତ୍ରା, ଏକାମ୍ର ନିର୍ବାଚନମଣ୍ଡଳୀରୁ ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ପ୍ରତିବର୍ଷ ଭଳି ଏବର୍ଷ ମଧ୍ୟ ବିଜେଡି ପକ୍ଷରୁ ଅକ୍ଟୋବର ୨ ଗାନ୍ଧୀ ଜୟନ୍ତୀରୁ ଅକ୍ଟୋବର ୧୧ ଜୟପ୍ରକାଶ ନାରାୟଣ ଜୟନ୍ତୀ ପର୍ଯ୍ୟନ୍ତ ଜନ ସମ୍ପର୍କ ପଦଯାତ୍ରା ଅନୁଷ୍ଠିତ ହେବ। ଭୁବନେଶ୍ୱର ଏକାମ୍ର ନିର୍ବାଚନମଣ୍ଡଳୀରୁ ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାର ଶୁଭାରମ୍ଭ କରିବେ। ବଡ଼ଗଡ଼ ବ୍ରିଟ କଳିଙ୍ଗ ବିଜୁ ଆଦର୍ଶ କଲୋନୀରେ ମୁଖ୍ୟମନ୍ତ୍ରୀ ପଦଯାତ୍ରାରେ ସାମିଲ ହେବା ସହ ନେତାଜୀ ଖେଳ ପଡ଼ିଆଠାରେ ଏକ ବିଶାଳ ଜନସମାବେଶକୁ ଉଦବୋଧନ ଦେବେ। ଏଥିପାଇଁ ରବିବାର ପ୍ରସ୍ତୁତି କାର୍ଯ୍ୟର ସମୀକ୍ଷା କରିଛନ୍ତି ଦଳର ବରିଷ୍ଠ ଉପସଭାପତି ଦେବୀପ୍ରସାଦ ମିଶ୍ର ଓ ଏକାମ୍ର ବିଧାୟକ ତଥା ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ଓ ମେୟର ସୁଲୋଚନା ଦାସ। ପଦଯାତ୍ରା ସମୟରେ ବିଭିନ୍ନ ଜନକଲ୍ୟାଣ ଓ ଲୋକାଭିମୁଖୀ ଯୋଜନା ବିଷୟରେ ଲୋକଙ୍କୁ ଅବଗତ କରାଯିବ। ଜନସମ୍ପର୍କ ପଦଯାତ୍ରା ଚଳିତବର୍ଷ ପ୍ରତ୍ୟେକ ନିର୍ବାଚନମଣ୍ଡଳୀ ସ୍ତରରେ କରାଯିବ। ଏହି ଅବସରରେ ଅକ୍ଟୋବର ୨ ତାରିଖରେ ‘ଗାନ୍ଧୀ ଜୟନ୍ତୀ ଏବଂ ଲାଲ୍ ବାହାଦୁର ଶାସ୍ତ୍ରୀ ଜୟନ୍ତୀ’, ଅକ୍ଟୋବର ୯ ତାରିଖରେ ‘ଉତ୍କଳମଣି ଗୋପବନ୍ଧୁ ଦାସ ଜୟନ୍ତୀ’ ଏବଂ ଅକ୍ଟୋବର ୧୧ ତାରିଖରେ ‘ଲୋକନାୟକ ଜୟପ୍ରକାଶ ନାରାୟଣ ଜୟନ୍ତୀ’ ପାଳନ କରାଯିବ। ସେହିପରି ଅକ୍ଟୋବର ୧୨ରୁ ମାସେବ୍ୟାପୀ ଦଳର ସକ୍ରିୟ ସଦସ୍ୟ/ସଦସ୍ୟାଙ୍କୁ ନେଇ ପ୍ରତ୍ୟେକ ନିର୍ବାଚନ ମଣ୍ଡଳୀରେ ଜିଲା ପରିଷଦ ଜୋନ୍‌ସ୍ତରୀୟ ଓ ପୌରାଞ୍ଚଳସ୍ତରରେ ପ୍ରଶିକ୍ଷଣ ଶିବିରମାନ ଆୟୋଜିତ ହେବ।
ପ୍ରତ୍ୟେକ ୱାର୍ଡରେ ସରକାରଙ୍କ ଲୋକାଭିମୁଖୀ କାର୍ଯ୍ୟକ୍ରମର ବାର୍ତ୍ତା ପହଞ୍ଚାଯିବ। ଏହାସହିତ ରକ୍ତଦାନ, ଚାରାରୋପଣ ଭଳି ସାମାଜିକ ଓ ପରିବେଶ ପ୍ରତିବଦ୍ଧତାର କାର୍ଯ୍ୟକ୍ରମ କରାଯିବ। ଡିସେମ୍ବର ୨୬ରେ ବିଜେଡିର ୨୭ତମ ପ୍ରତିଷ୍ଠା ଦିବସ ନିର୍ବାଚନ ମଣ୍ଡଳୀଗୁଡ଼ିକରେ ପାଳନ ହେବ। ଏହି ଅବସରରେ ମହାନ ସ୍ବାଧୀନତା ସଂଗ୍ରାମୀ ଓ ବରପୁତ୍ରମାନଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଜ୍ଞାପନ ସହିତ ଓଡ଼ିଶାର ବିକାଶକୁ ଶୀର୍ଷ ସ୍ଥାନକୁ ନେବା ପାଇଁ ସଂକଳ୍ପ ନିଆଯିବ। ଏହି ପଦଯାତ୍ରା ଓ ଅନ୍ୟାନ୍ୟ କାର୍ଯ୍ୟକ୍ରମ ଜିଲା ପର୍ଯ୍ୟବେକ୍ଷକ ଓ ଜିଲା ସଭାପତିମାନେ ଅନୁଧ୍ୟାନ କରିବେ।

ସାଂଗଠନିକ କାର୍ଯ୍ୟକ୍ରମରେ ସ୍ଥାନୀୟ ସାଂସଦ, ବିଧାୟକ- ବିଧାୟିକା, ଦଳୀୟ ସଭାପତି, ପଞ୍ଚାୟତ ଓ ପୌର ନିର୍ବାଚିତ ଜନପ୍ରତିନିଧି ଓ ଯୁବ-ଛାତ୍ର ଏବଂ ମହିଳା ଆଦି ବିଭିନ୍ନ ଛାମୁଆ ସଂଗଠନ ଓ କୃଷକ, ଶ୍ରମିକ, ଅନୁସୂଚିତ ଜାତି, ଅନୁସୂଚିତ ଜନଜାତି, ସଂଖ୍ୟାଲଘୁ, ସମବାୟ, ଆଇନ, ସଂସ୍କୃତି ପ୍ରଭୃତି ବିଭିନ୍ନ ସାମ୍ମୁଖ୍ୟର କର୍ମକର୍ତ୍ତାମାନେ ସାମିଲ ହେବେ। ସମସ୍ତ କାର୍ଯ୍ୟକ୍ରମ କିଭଳି ସୂଚାରୁରୂପେ ପ୍ରତ୍ୟେକ ସ୍ତରରେ ସମ୍ପନ୍ନ ହେଲା; ତାହାର ସବିଶେଷ ବିବରଣୀ ଦଳର ସଭାପତିଙ୍କ ଅବଗତି ନିମନ୍ତେ ଜଣାଇବେ।

Hot this week

୨୧୪ ରନ କଲେ ଜିତିବ ଭାରତ

ସମାଜଲାଇଭ ଡେସ୍କ: ୨ୟ ଟି-୨୦​‌ରେ ଭାରତକୁ ୨୧୪ ରନର ବିଜୟ ଲକ୍ଷ୍ୟ...

ନାଗରିକତା ପାଇଥିବା ସମସ୍ତଙ୍କୁ ମିଳିବ ସରକାରୀ ସୁବିଧା , ୩୫ ଜଣଙ୍କୁ ନାଗରିକତା ପ୍ରମାଣ ପତ୍ର

ଭୁବନେଶ୍ୱର :ଜନଗଣନା ନିର୍ଦ୍ଦେଶାଳୟ ଓଡ଼ିଶା ଓ ଗୃହ ମନ୍ତ୍ରାଳୟ ଭାରତ ସରକାରଙ୍କ...

ହତ୍ୟାପରେ ପଡୋଶୀଙ୍କ ରକ୍ତ ପିଇଥିଲେ ଏହି ମହିଳା- ୫୦ ବର୍ଷ କାରା ଦଣ୍ଡାଦେଶ

ନ୍ୟୁୟର୍କ- ଆମେରିକାର ଜଣେ ମହିଳା ତାଙ୍କ ପଡୋଶୀଙ୍କୁ ରାଗରେ ହତ୍ୟା କରିଥିଲେ...

୨୦ ବର୍ଷ ପରେ ନୂଆ ଜୀବନ ପାଇଲେ ବିଶ୍ଵଭୂଷଣ

ଭୁବନେଶ୍ୱର: ଯୁବ ଅବସ୍ଥାରେ ଅଣ୍ଟା ଭାଙ୍ଗିପଡ଼ିଥିଲା। ୮୦ ବର୍ଷର ବୃଦ୍ଧ ପରି...

Related Articles

Popular Categories