www.samajalive.in
Tuesday, December 9, 2025
16.1 C
Bhubaneswar

ରାଜଘାଟରେ ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ପ୍ରଧାନମନ୍ତ୍ରୀ,ରାଷ୍ଟ୍ରପତିଙ୍କ ସହ ବିଶିଷ୍ଟ ବ୍ୟକ୍ତି

ନୂଆଦିଲ୍ଲୀ : ଆଜି ସମଗ୍ର ଭାରତ ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଜନ୍ମ ବାର୍ଷିକୀ ପାଳନ କରୁଛି। ପ୍ରତ୍ୟେକ ଦେଶବାସୀ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛନ୍ତି। ଏହି ଅବସରରେ ରାଜଧାନୀ ଦିଲ୍ଲୀର ରାଜଘାଟରେ ସ୍ୱତନ୍ତ୍ର କାର୍ୟ୍ୟକ୍ରମ ଆୟୋଜନ କରାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସମେତ ଅନେକ ବିଶିଷ୍ଟ ବ୍ୟକ୍ତି ମହାତ୍ମା ଗାନ୍ଧୀଙ୍କୁ ରାଜଘାଟରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।

ଗାନ୍ଧୀ ଜୟନ୍ତୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସୋମବାର ସକାଳେ ରାଜଘାଟରେ ପହଞ୍ଚିଥିଲେ। ଏଠାରେ ସେ ପୁଷ୍ପ  ଅର୍ପଣ କରି ବାପୁଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ସେହିପରି ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲ ବାହାଦୂର ଶାସ୍ତ୍ରୀଙ୍କ ୧୧୯ ତମ ଜନ୍ମ ବାର୍ଷିକୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବିଜୟଘାଟରେ ପହଞ୍ଚି ଲାଲ ବାହାଦୂର ଶାସ୍ତ୍ରୀଙ୍କୁ ପୁଷ୍ପମାଲ୍ୟ ଅର୍ପଣ କରିଛନ୍ତି।

- Advertisement -

ରାଷ୍ଟ୍ରପତି ଦୌପ୍ରଦୀ ମୁର୍ମୁ ମହାତ୍ମା ଗାନ୍ଧୀଙ୍କ ୧୫୪ ତମ ଜନ୍ମ ବାର୍ଷିକୀରେ ରାଜଘାଟରେ ପହଞ୍ଚି ପୁଷ୍ପମାଲ୍ୟ ଅର୍ପଣ କରିଛନ୍ତି।

ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ମହାତ୍ମା ଗାନ୍ଧୀଙ୍କ ୧୫୪ ତମ ଜନ୍ମ ବାର୍ଷିକୀରେ ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।

ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲ ବାହାଦୂର ଶାସ୍ତ୍ରୀଙ୍କ ୧୧୯ ତମ ଜନ୍ମ ବାର୍ଷିକୀରେ କଂଗ୍ରେସ ରାଷ୍ଟ୍ରୀୟ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖରଗେ ବିଜୟଘାଟରେ ପହଞ୍ଚି ଲାଲ ବାହାଦୂର ଶାସ୍ତ୍ରୀଙ୍କୁ ପୁଷ୍ପମାଲ୍ୟ ଅର୍ପଣ କରିଛନ୍ତି।

କେନ୍ଦ୍ର ମନ୍ତ୍ରୀ ଡକ୍ଟର ଜିତେନ୍ଦ୍ର ସିଂ ଏବଂ ମୀନାକ୍ଷୀ ଲେଖୀ ମହାତ୍ମା ଗାନ୍ଧୀଙ୍କ ୧୫୪ ତମ ଜନ୍ମ ବାର୍ଷିକୀରେ ରାଜଘାଟରେ ପହଞ୍ଚି ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।

ମହାତ୍ମା ଗାନ୍ଧୀଙ୍କ ୧୫୪ ତମ ଜନ୍ମ ବାର୍ଷିକୀରେ ଲୋକସଭା ବାଚସ୍ପତି ଓମ ବିର୍ଲା ରାଜଘାଟରେ ପହଞ୍ଚି ମହାତ୍ମା ଗାନ୍ଧୀଙ୍କୁ ପୁଷ୍ପମାଲ୍ୟ ଅର୍ପଣ କରିଛନ୍ତି। ତାଙ୍କ ପରେ ଉପରାଷ୍ଟ୍ରପତି ଜଗଦୀପ ଧନଖର ମଧ୍ୟ ରାଜଘାଟରେ ପହଞ୍ଚିଥିଲେ।

କଂଗ୍ରେସ ରାଷ୍ଟ୍ରୀୟ ସଭାପତି ମଲ୍ଲିକାର୍ଜୁନ ଖରଗେ ଗାନ୍ଧୀ ଜୟନ୍ତୀ ଅବସରରେ ସୋମବାର ସକାଳେ ରାଜଘାଟରେ ପହଞ୍ଚିଥିଲେ। ଏଠାରେ ସେ ଗାନ୍ଧିଜୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ଏହା ବ୍ୟତୀତ ଲୋକସଭା ବାଚସ୍ପତି ଓମ ବିର୍ଲା ମଧ୍ୟ ରାଜଘାଟରେ ପହଞ୍ଚି ଗାନ୍ଧିଜୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories