www.samajalive.in
Monday, December 8, 2025
17.1 C
Bhubaneswar

ଗାନ୍ଧୀ ଜୟନ୍ତୀ ଅବସରରେ ପଦଯାତ୍ରା

ପିପିଲି:ଜାତିର ଜନକ ମହାତ୍ମା ଗାନ୍ଧୀ ଓ ଶାନ୍ତିଦୂତ ଲାଲବାହାଦୁର ଶାସ୍ତ୍ରୀଙ୍କ ଜୟନ୍ତୀ ଅବସରରେ ଜାଗୃତି ସାଂସ୍କୃତିକ ଯୁବ ସଂଗଠନ ପକ୍ଷରୁ ପିପିଲିରେ ଭାରତ ଗୌରବ ପଦଯାତ୍ରା ଓ ପଥପ୍ରାନ୍ତ ସଭା ଅନୁଷ୍ଠିତ ହୋଇଯାଇଛି। ସ୍ଥାନୀୟ ସଙ୍କଟମୋଚନ ହନୁମାନ ମନ୍ଦିର ସମ୍ମୁଖରୁ ସୋମବାର ସକାଳେ ଏକ ବିଶାଳ ପଦଯାତ୍ରା ବାହାରି ପିପିଲି ବଜାର ପରିକ୍ରମା କରିଥିଲା। ଚାନ୍ଦୁଆବଜାର, ଥାନାଛକ ଦେଇ ପଦଯାତ୍ରା ହାଟଛକ ଠାରେ ପହଞ୍ôଚଥିଲା। ସେଠାରେ ସଂଗଠନର ସଭାପତି ସମାଜସେବୀ ପ୍ରଭାତ କୁମାର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ପଥପ୍ରାପ୍ତ ସଭାରେ ଅତିଥି ଭାବେ ପିପିଲି ଆଇଆଇସି ଦୀପକ କୁମାର ଖଣ୍ଡାୟତରାୟ, ଅବସରପ୍ରାପ୍ତ ଯନ୍ତ୍ରୀ ରମେଶ ଚନ୍ଦ୍ର ଶତପଥୀ, ଯୁବ ସମାଜସେବୀ ଆଶିଷ ରଞ୍ଜନ ଜେନାମଣୀ, ବାମଦେବ ମିଶ୍ର, ସଂଗୀତ ଅଧ୍ୟାପକ ସଚ୍ଚିକାନ୍ତ ନାୟକ, ଅଧ୍ୟାପକ ତପନ କୁମାର ଦାଶ, ସମାଜସେବୀ ରମେଶ କୁମାର ମହାପାତ୍ର, ପ୍ରଫୁଲ୍ଲ କୁମାର ସାହୁ, ପୂଜାରାଣୀ ନାୟକ ପ୍ରମୁଖ ଯୋଗଦେଇ ବକ୍ତବ୍ୟ ରଖିଥିଲେ। ସମସ୍ତ କାର୍ଯ୍ୟକ୍ରମକୁ ସଂଗଠନର ସଦସ୍ୟ ବିକାଶ କୁମାର ଅଗ୍ରୱାଲା, ବାପୁ ବେହେରା, ସମ୍ପଦ ମହାପାତ୍ର, ଚନ୍ଦନ ମହାନ୍ତି, ଗଜେନ୍ଦ୍ର ବେହେରା, ପ୍ରଶାନ୍ତ ସାହୁ, ଜଗନ୍ନାଥ ପ୍ରଧାନ ପ୍ରମୁଖ ପରିଚାଳନା କରିଥିଲେ। ଏହି କାର୍ଯ୍ୟକ୍ରମରେ ପିପିଲି କଲେଜ ଓ ଜବାହର ବିଦ୍ୟାପୀଠର ଏନ୍‍ସିସି ବିଭାଗର ଛାତ୍ରଛାତ୍ରୀଙ୍କ ସମେତ ଦିଶା ଶିକ୍ଷା କେନ୍ଦ୍ରର ଛାତ୍ରଛାତ୍ରୀମାନେ ଯୋଗ ଦେଇଥିଲେ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories