www.samajalive.in
Sunday, December 14, 2025
19.1 C
Bhubaneswar

ମହାତ୍ମା ଗାନ୍ଧୀଙ୍କ ପ୍ରିୟ ଭଜନ ‘ବୈଷ୍ଣବ ଜନ ତୋ’ ଏବଂ ‘ରଘୁପତି ରାଘବ ରାଜାରାମ’ ପରିବେଷଣ

ଭୁବନେଶ୍ୱର: ଭାରତୀୟ ସ୍ୱାଧୀନତା ସଂଗ୍ରାମର ଅଗ୍ରଦୂତ, ସତ୍ୟ, ଶାନ୍ତି ଓ ଅହିଂସାର ଯୁଗପ୍ରବର୍ତ୍ତକ ଏବଂ ଆମ ସମୟର ସର୍ବଶ୍ରେଷ୍ଠ ଚିନ୍ତାନାୟକ ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ୧୫୪ତମ ରାଜ୍ୟସ୍ତରୀୟ ଜୟନ୍ତୀ ସୂଚନା ଓ ଲୋକସଂପର୍କ ବିଭାଗ ଆନୁକୂଲ୍ୟରେ ପାଳିତ ହୋଇଯାଇଛି। ତାଙ୍କ ମହିମାନ୍ୱିତ ଜୀବନ ଓ କୃତିତ୍ୱ, ଅସାଧାରଣ ଆଦର୍ଶ, ଅତୀତ, ବର୍ତ୍ତମାନ ଓ ଭବିଷ୍ୟତର ଇତିହାସ ପାଇଁ ଅର୍ଥପୂର୍ଣ୍ଣ ଉପାଦାନ ହୋଇ ରହିଛି ଏବଂ ରହିଥିବ।

ଆଜି ବିଧାନସଭା ପରିସରରେ ଅନୁଷ୍ଠିତ ଏହି ରାଜ୍ୟସ୍ତରୀୟ ଜୟନ୍ତୀ ଉତ୍ସବରେ ମୁଖ୍ୟ ଅତିଥି ରୂପେ ଓଡ଼ିଶାର ମହାମହିମ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗଦେଇ ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ। ବିଧାନସଭାର ବାଚସ୍ପତି ପ୍ରମିଳା ମଲ୍ଲିକ, ଉପବାଚସ୍ପତି ରଜନୀକାନ୍ତ ସିଂ, ଅର୍ଥ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ସଂସଦୀୟ ବ୍ୟାପାର ଓ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନିରଞ୍ଜନ ପୂଜାରୀ, ସୂଚନା ଓ ଲୋକସଂପର୍କ, ପଞ୍ଚାୟତିରାଜ ଓ ପାନୀୟ ଜଳ, ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ପ୍ରଦିପ କୁମାର ଅମାତ, କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ, ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ, ସମବାୟ, ଉଚ୍ଚଶିକ୍ଷା ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ, ସରକାରୀ ଦଳ ମୁଖ୍ୟ ସଚେତକ ପ୍ରଶାନ୍ତ କୁମାର ମୁଦୁଲି, ବରିଷ୍ଠ ବିଧାୟକ ସର୍ବଶ୍ରୀ ପ୍ରଫୁଲ୍ଲ ସାମଲ, ସୁରେଶ କୁମାର ରାଉତରାୟ, ଅନନ୍ତ ନାରାୟଣ ଜେନା, ଅନନ୍ତ ଦାସ ପ୍ରମୁଖ ମଧ୍ୟ ଗାନ୍ଧିଜୀଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପାର୍ଘ୍ୟ ଅର୍ପଣ କରିଥିଲେ । ଶାଶ୍ୱତୀ ସାମାଜିକ ଓ ସାଂସ୍କୃତିକ କେନ୍ଦ୍ରର କଳାକାରମାନଙ୍କ ଦ୍ୱାରା ମହାତ୍ମା ଗାନ୍ଧୀଙ୍କ ପ୍ରିୟ ଭଜନ ‘ବୈଷ୍ଣବ ଜନ ତୋ’ ଏବଂ ‘ରଘୁପତି ରାଘବ ରାଜାରାମ’ ପରିବେଷଣ ପରିବେଶକୁ ଭାବଗାମ୍ଭୀର କରିଥିଲା ।

- Advertisement -

ଏହି ଜୟନ୍ତୀ କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ସୂଚନା ଓ ଲୋକସଂପର୍କ ବିଭାଗ ପ୍ରମୁଖ ଶାସନ ସଚିବ ସଂଜୟ କୁମାର ସିଂ, ବିଧାନସଭା ସଚିବ ଦାଶରଥୀ ଶତପଥୀ, ସୂଚନା ଓ ଲୋକସଂପର୍କ ବିଭାଗ ନିର୍ଦ୍ଦେଶକ ସରୋଜ କୁମାର ସାମଲ, ବୈଷୟିକ ନିର୍ଦ୍ଦେଶକ ସୁରେନ୍ଦ୍ର କୁମାର ପରିଡ଼ାଙ୍କ ସମେତ ଅନ୍ୟାନ୍ୟ ଅଧିକାରୀମାନେ ଯୋଗଦେଇଥିଲେ । କାର୍ଯ୍ୟକ୍ରମ ପରିଚାଳନାରେ ସୂଚନା ଓ ଲୋକସଂପର୍କ ବିଭାଗ ଅତିରିକ୍ତ ନିର୍ଦ୍ଦେଶକ ସନ୍ତୋଷ କୁମାର ଦାସ, ସ୍ୱତନ୍ତ୍ର କର୍ତ୍ତବ୍ୟରତ ଅଧିକାରୀ ମାନସ ରଞ୍ଜନ ଖୁଣ୍ଟିଆ, ସୂଚନା ଅଧିକାରୀ ସୁଶ୍ରୀ ପ୍ରମୋଦିନୀ ଟେଟେ ପ୍ରମୁଖ ସହଯୋଗ କରିଥିଲେ । ସହକାରୀ ନିର୍ଦ୍ଦେଶକ (କ୍ଷେତ୍ର) ସୁଚେତା ପ୍ରିୟଦର୍ଶିନୀ କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ ।

Hot this week

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

ସୋରାବାଡି ଜଙ୍ଗଲରେ ଗୋହତ୍ୟା, ୩ ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟ ସୋରାବାଡି ଜଙ୍ଗଲରେ ଗତ...

ମାଲକାନଗିରି ହିଂସା: ୧୨ ଗିରଫ

ସମାଜଲାଇଭ ଡ଼େସ୍କ: ମହିଳାଙ୍କ ମୃତ୍ୟୁ ଘଟଣାକୁ ନେଇ ମାଲକାନଗିରିରେ ସୃଷ୍ଟି ହୋଇଥିବା...

Related Articles

Popular Categories