www.samajalive.in
Monday, December 15, 2025
16.1 C
Bhubaneswar

ମହାତ୍ମା ଗାନ୍ଧୀଙ୍କ ଓଡ଼ିଶା ଗସ୍ତ ସଂପର୍କିତ ଫଟୋ ଓ ତଥ୍ୟ ଆଧାରିତ ଫଟୋଚିତ୍ର ପ୍ରଦର୍ଶନୀ

  • ୩ ତାରିଖ ଦିନ ପ୍ରଦର୍ଶିତ ହେବ ‘ଓଡ଼ିଶାରେ ଗାନ୍ଧିଜୀ’ ଚଳଚ୍ଚିତ୍ର
  • ୪ ତାରିଖ ଦିନ ଜୟଦେବ ଭବନ ପ୍ରେକ୍ଷାଳୟରେ ‘ଗାନ୍ଧୀ’ ଚଳଚ୍ଚିତ୍ର

ଭୁବନେଶ୍ୱର: ରାଜ୍ୟସ୍ତରୀୟ ଗାନ୍ଧୀ ଜୟନ୍ତୀ-୨୦୨୩ ଅବସରରେ ୧୯୨୧ ମାର୍ଚ୍ଚ ୨୩ରୁ ୧୯୩୮ ମାର୍ଚ୍ଚ ୩୧ ତାରିଖ ପର୍ଯ୍ୟନ୍ତ ମହାତ୍ମା ଗାନ୍ଧୀଙ୍କ ଓଡ଼ିଶା ଗସ୍ତ ସଂପର୍କିତ ଫଟୋ ଓ ତଥ୍ୟକୁ ନେଇ ସ୍ଥାନୀୟ ଜୟଦେବ ଭବନରେ ଆୟୋଜିତ ଫଟୋଚିତ୍ର ପ୍ରଦର୍ଶନୀ ସୂଚନା ଓ ଲୋକସଂପର୍କ ମନ୍ତ୍ରୀ ପ୍ରଦିପ କୁମାର ଅମାତଙ୍କ ଦ୍ୱାରା ଉଦ୍‌ଘାଟିତ ହୋଇଯାଇଛି। ଆଜିଠାରୁ ୪ ତାରିଖ ପର୍ଯ୍ୟନ୍ତ ତିନିଦିନ ଧରି ଆୟୋଜିତ ହେଉଥିବା ଏହି ପ୍ରଦର୍ଶନୀ ଊତ୍ତରପିଢ଼ିଙ୍କୁ ମହାତ୍ମା ଗାନ୍ଧୀଙ୍କ ଓଡ଼ିଶା ଗସ୍ତ ଆଗମନ ସଂପର୍କରେ ବହୁମୂଲ୍ୟ ତଥ୍ୟ ପ୍ରଦାନ କରିବା ସହିତ ଗାନ୍ଧୀ ଚେତନା ଓ ଗାନ୍ଧୀ ଦର୍ଶନ ସଂପର୍କରେ ଯଥେଷ୍ଟ ଜ୍ଞାନ ପ୍ରଦାନ କରିବ ବୋଲି ମନ୍ତ୍ରୀ ଶ୍ରୀ ଅମାତ ମତବ୍ୟକ୍ତ କରିଥିଲେ।
୧୯୨୧ ମାର୍ଚ୍ଚ ୨୩ ତାରିଖରେ କଟକର କାଠଯୋଡ଼ି କୂଳରେ ମହାତ୍ମା ଗାନ୍ଧୀଙ୍କ ସାଧାରଣ ସଭାଠାରୁ ଆରମ୍ଭ କରି ଓଡ଼ିଶାର ବିଭିନ୍ନ ସ୍ଥାନରେ ସେ କରିଥିବା ପଦଯାତ୍ରା, ସାଧାରଣ ସଭା, ବିଶ୍ରାମସ୍ଥଳୀ ଆଦିର ଦୁର୍ଲଭ ଫଟୋଚିତ୍ର ଏହି ପ୍ରଦର୍ଶନୀରେ ଅତି ସୁନ୍ଦର ଭାବେ ପ୍ରଦର୍ଶିତ ହେଉଛି । ଆଗାମୀ ଦିନରେ ବିଭିନ୍ନ ଶିକ୍ଷାନୁଷ୍ଠାନର ଛାତ୍ରଛାତ୍ରୀମାନେ ଏହି ପ୍ରଦର୍ଶନୀ ବୁଲି ଦେଖିବାର କାର୍ଯ୍ୟକ୍ରମ ରହିଛି । ସେମାନଙ୍କ ପାଇଁ ୩ ତାରିଖ ଦିନ ‘ଓଡ଼ିଶାରେ ଗାନ୍ଧିଜୀ’ ଶୀର୍ଷକ ଚଳଚ୍ଚିତ୍ର ମଧ୍ୟ ପ୍ରଦର୍ଶନ କରାଯିବ। ସେହିପରି ୪ ତାରିଖ ଦିନ ଜୟଦେବ ଭବନ ପ୍ରେକ୍ଷାଳୟରେ ସର୍ବସାଧାରଣଙ୍କ ନିମନ୍ତେ ‘ଗାନ୍ଧୀ’ ଚଳଚ୍ଚିତ୍ର ପ୍ରଦର୍ଶିତ ହେବ ।

ଆଜିର ଏହି ଉଦ୍‌ଘାଟନୀ ଉତ୍ସବରେ ମନ୍ତ୍ରୀ ଶ୍ରୀ ଅମାତଙ୍କ ସହିତ ଭଣ୍ଡାରିପୋଖରୀ ବିଧାୟକ ପ୍ରଫୁଲ୍ଲ ସାମଲ, ବିଭାଗୀୟ ପ୍ରମୁଖ ଶାସନ ସଚିବ ସଂଜୟ କୁମାର ସିଂ, ନିର୍ଦ୍ଦେଶକ ସରୋଜ କୁମାର ସାମଲ, ସୂଚନା ଓ ଲୋକସଂପର୍କ ମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ପ୍ରଦୀପ କୁମାର ରାଉତ, ନିର୍ଦ୍ଦେଶକ (ବୈଷୟିକ) ସୁରେନ୍ଦ୍ରନାଥ ପରିଡ଼ା, ଅତିରିକ୍ତ ନିର୍ଦ୍ଦେଶକ ସନ୍ତୋଷ କୁମାର ଦାସ, ଯୁଗ୍ମ ନିର୍ଦ୍ଦେଶକ ସୂର୍ଯ୍ୟ ରଞ୍ଜନ ମହାନ୍ତି, ସହକାରୀ ନିର୍ଦ୍ଦେଶକ (କ୍ଷେତ୍ର) ସୁଚେତା ପ୍ରିୟଦର୍ଶିନୀ, ପ୍ରଦର୍ଶନୀ ଅଧିକାରୀ ଦୀପକ କୁମାର ସାହୁ, ହରପ୍ରସାଦ ମହାପାତ୍ର ଏବଂ ଅନ୍ୟ ବିଭାଗୀୟ ଅଧିକାରୀ, କର୍ମଚାରୀ, ଗଣମାଧ୍ୟମର ପ୍ରତିନିଧି ଏବଂ ବହୁ ବୁଦ୍ଧିଜୀବୀ ଉପସ୍ଥିତ ଥିଲେ।

Hot this week

ପଶ୍ଚିମ ଓଡ଼ିଶାରେ ପ୍ରଫେସର ସଙ୍କଟ

ସମ୍ବଲପୁର: ପଶ୍ଚିମ ଓଡ଼ିଶାର ଅଧିକାଂଶ ବିଶ୍ବବିଦ୍ୟାଳୟରେ ପ୍ରଫେସର ପଦ ଖାଲି ପଡ଼ିଛି।...

ମଧ୍ୟସ୍ଥତା ହିଁ ନ୍ୟାୟ ପ୍ରଣାଳୀର ସରଳ ବିକଳ୍ପ : ପ୍ରଧାନ ବିଚାରପତି

କଟକ: ବିଚାରାଧୀନ ମାମଲା, ବଢ଼ୁଥିବା ମକଦ୍ଦମା ଖର୍ଚ୍ଚ ଏବଂ ସମୟ ବ୍ୟୟ-ଏହି...

କଂଗ୍ରେସରୁ ବିଦା ହେଲେ ମୋକିମ୍‌ : ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ

ସମାଜ ଡିଜିଟାଲ ଡେସ୍କ: ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ...

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

Related Articles

Popular Categories