www.samajalive.in
Monday, December 15, 2025
26.1 C
Bhubaneswar

ସତ୍ୟ ଓ ଅହିଂସାର ପ୍ରତୀକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀରେ ପୁଷ୍ପମାଲ୍ୟ ଅର୍ପଣ କରି ଶ୍ରଦ୍ଧାଞ୍ଜଳି ଜଣାଇଲେ କୁଳପତି

ଭୁବନେଶ୍ୱର: ଉତ୍କଳ ବିଶ୍ୱବିଦ୍ୟାଳୟ ଜାତୀୟ ସେବା ଯୋଜନା(ଏନଏସଏସ) ସହଯୋଗରେ ବାଣୀବିହାର ଅହିଂସା ସ୍ଥଳରେ ଜାତିରପିତା ମହାତ୍ମା ଗାନ୍ଧୀଙ୍କର ୧୫୪ତମ ଜୟନ୍ତୀ ତଥା ବିଶ୍ୱ ଅହିଂସା ଦିବସ ପାଳିତ ହୋଇଯାଇଛି। ଭାରତୀୟ ସ୍ୱାଧୀନତା ସଂଗ୍ରାମର ଅଗ୍ରଦୂତ ଏବଂ ସତ୍ୟ, ଶାନ୍ତି ଓ ଅହିଂସାର ଯୁଗପ୍ରବର୍ତ୍ତକ ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ଅବସରରେ କୁଳପତି ପ୍ରଫେସର ସବିତା ଆଚାର୍ଯ୍ୟ, ୱାର୍ଡେନ ପ୍ରଫେସର ପ୍ରବୋଧ କୁମାର ହୋତା, ପ୍ରଫେସର କବୀର ମୋହନ ସେଠୀଙ୍କ ସମେତ ଶିକ୍ଷକ ଓ ଛାତ୍ରଛାତ୍ରୀମାନେ ଅହିଂସା ସ୍ଥଳରେ ଥିବା ଗାନ୍ଧିଜୀଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ ପୂର୍ବକ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ। କୁଳପତି ପ୍ରଫେସର ସବିତା ଆଚାର୍ଯ୍ୟ କହିଥିଲେ ଯେ ଏହି ଦିନ ସମସ୍ତଙ୍କ ପାଇଁ ଗାନ୍ଧୀଜୀଙ୍କ ପ୍ରେରଣା, ଜୀବନର ମୂଲ୍ୟବୋଧ ଶାନ୍ତି, ସମାନତା ଏବଂ ସାମ୍ପ୍ରଦାୟିକ ସୌହାର୍ଦ୍ଦ୍ୟ ପ୍ରତି ନୂତନ ସଂକଳ୍ପ ନେବାର ଦିନ। ଗାନ୍ଧିଜୀଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ ଛାତ୍ରଛାତ୍ରୀମାନେ କାର୍ଯ୍ୟ କରିବାକୁ ସେ ଆହ୍ବାନ ଦେଇଥିଲେ। ଏହି ଅବସରରେ ଛାତ୍ରଛାତ୍ରୀମାାନେ ଗାନ୍ଧିଜୀଙ୍କ ଜୀବନ ଦର୍ଶନ ଉପରେ ବକ୍ତବ୍ୟ ରଖିଥିବାବେଳେ କବିତା ଆବୃତି କରିଥିଲେ।

ଅନ୍ୟମାନଙ୍କ ମଧ୍ୟରେ ଏନଏସଏସ କୋଅର୍ଡିନେଟର ବ୍ରଜନାରାୟଣ ପାତ୍ର, କୀର୍ତ୍ତିରଞ୍ଜନ ମଲ୍ଲିକ, ରମେଶ ମଲ୍ଲିକ ପ୍ରମୁଖ ଯୋଗଦେଇଥିଲେ। ଏନଏସଏସ କର୍ମକର୍ତ୍ତା ରବିନାରାୟଣ ପାତ୍ର, ପ୍ରଶାନ୍ତ ମହାରଣା, ମମତା ଦାସ, ସୁବାଶ ପ୍ରଧାନ ଓ ଜିତେନ୍ଦ୍ର ଦାସ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।

Hot this week

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

କୁହୁଡ଼ି ପାଇଁ ମୋଦୀଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଘନ କୁହୁଡ଼ି ଜାତୀୟ ଦିଲ୍ଲୀକୁ ଘେରି...

Related Articles

Popular Categories