www.samajalive.in
Tuesday, December 9, 2025
16.1 C
Bhubaneswar

ବୁଧବାର ରାଶିଫଳ (୦୪.୧୦.୨୦୨୩)

ମେଷ: ପରମ ସୌଭାଗ୍ୟଶାଳୀ ହେବେ। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହୋଇପାରନ୍ତି। ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ, ଉଦାର ଚରିତ ଓ ବିଦ୍ୟାପ୍ରେମୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ସୁସ୍ଥ ଓ ନିରାମୟ ରହିବେ।
ବୃଷ: ଐଶ୍ବର୍ଯ୍ୟଯୁକ୍ତ ହେବେ। ମୋକଦ୍ଦମାରେ ବିଜୟୀ ହେବେ। ଧନଲାଭ ହେବ। ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହେବେ। ଧନସମ୍ପଦ ଭରପୂର ରହିବ। ବିଦ୍ବାନ୍‌ ଓ ଶାସ୍ତ୍ରଜ୍ଞ ହେବେ। ଆୟୁଷ୍ମାନ୍‌ ହେବେ।
ମିଥୁନ: ଥଣ୍ଡାକଫଜନିତ ସାମାନ୍ୟ କ୍ଲେଶ ଅନୁଭବ କରିପାରନ୍ତି। କର୍ମଚଞ୍ଚଳ ରହିବେ। ମଧୁର କଥାରେ ପରକୁ ଆପଣାର କରିପାରନ୍ତି। ଏକାନ୍ତ ସାଧନା ଫଳବତୀ ହେବ। କର୍ମଠ, ସାହସୀ ଓ ଜ୍ଞାନୀ ହେବେ।
କର୍କଟ: ଆୟୁଷ୍ମାନ୍‌ ହେବେ। ଯଶସ୍ବୀ ହୋଇପାରନ୍ତି। ଲୋକପ୍ରିୟତା ଅର୍ଜନ କରିବେ। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ରାଜକୋଷ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। ଜ୍ୟୋତିଷ ବିଦ୍ୟା ପ୍ରତି ରୁଚି ରହିବ।
ସିଂହ: କୁଳପ୍ରଦୀପ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୟାର୍ଦ୍ରଚିତ୍ତ ହୋଇପାରନ୍ତି। ବ୍ୟବସାୟ ଅତ୍ୟନ୍ତ ଲାଭଦାୟକ ହେବ। ଯଶସ୍ବୀ ହେବେ। ପରିବାର ପ୍ରତି ସ୍ନେହଭାବ ରହିବ।
କନ୍ୟା: ଭାଗ୍ୟଶାଳୀ ହୋଇପାରନ୍ତି। ଦିନଟି ସୁଖସମୃଦ୍ଧି ହେବ। ଧର୍ମାତ୍ମା, ବିଦ୍ବାନ୍‌, ସାହସୀ ଓ ସମ୍ପତ୍ତିବାନ୍‌ ହୋଇପାରନ୍ତି। ଉଦ୍ୟୋଗୀ ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ତୀର୍ଥଯାତ୍ରା କରିପାରନ୍ତି।
ତୁଳା: ପ୍ରତିଶୋଧ ପରାୟଣ ହୋଇପାରନ୍ତି। ସ୍ବାଭିମାନୀ ହେବେ। ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି। ଶତ୍ରୁମାନଙ୍କ ଉପରେ ସତର୍କ ଦୃଷ୍ଟି ରଖିବାକୁ ପଡ଼ିବ। ଶୁଭକାର୍ଯ୍ୟ ସ୍ଥଗିତ ରଖିପାରନ୍ତି। ସୁଖୀ ରହିବେ।
ବିଛା: ସମାଜସେବାରେ ନିଜକୁ ନିୟୋଜିତ କରିପାରନ୍ତି। ବ୍ୟବସାୟ ଲାଭଜନକ ହେବ। ଶାନ୍ତ ଓ ଧୈର୍ଯ୍ୟବାନ୍‌ ହେବେ। ଜଣେ ପରୋପକାରୀଭାବେ ଆଦରଣୀୟ ହେବେ। ପାରିବାରିକ ଜୀବନ ସୁଖପ୍ରଦ ହେବ।
ଧନୁ: ଭାଇମାନଙ୍କ ଉପରେ ସ୍ନେହଶ୍ରଦ୍ଧା ଭାବ ରହିବ। ଆୟର ସ୍ବଳ୍ପତା ଦୃଷ୍ଟିରୁ ବାହ୍ୟ ଖର୍ଚ୍ଚକୁ ସୀମିତ କରିପାରନ୍ତି। ସୁସ୍ଥ ଓ ନିରାମୟ ରହିବେ। ଚତୁର ଓ ଶତ୍ରୁହନ୍ତା ହୋଇପାରନ୍ତି। ଚାକିରି କ୍ଷେତ୍ରରେ ସୁନାମ ଅର୍ଜନ କରିବେ।
ମକର: କର୍ମଚଞ୍ଚଳ ରହିବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। କନ୍ୟା ସନ୍ତାନ ପାଇଁ ଗର୍ବିତ ହେବେ। ଆର୍ଥିକ ସ୍ରୋତ ବ୍ୟବସାୟାଦି ଓ ବିଭିନ୍ନ ଦିଗରୁ ପ୍ରବାହିତ ହେବ। ଧାର୍ମିକ, ତେଜସ୍ବୀ ଓ କର୍ମଠ ହେବେ।
କୁମ୍ଭ: ଉଦାର ଚରିତସମ୍ପନ୍ନ ହୋଇପାରନ୍ତି। ଦାନଧର୍ମରେ ଦୀକ୍ଷିତ ହେବେ। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ସୁସ୍ଥ ଓ ନିରାମୟ ରହିବେ। କୃଷିର ଉନ୍ନତି ଉପରେ କାର୍ଯ୍ୟ କରିବେ। ଯାନବାହନ ସୁଖ ମିଳିପାରେ।
ମୀନ: ମନ ପ୍ରସନ୍ନ ରହିବ। ଈଶ୍ବର ବିଶ୍ବାସୀ ହେବେ। ଭାଷା ମଧୁର ଓ ବ୍ୟବହାର ପ୍ରେମପୂର୍ଣ୍ଣ ହେବ। ପ୍ରେମୀ ଓ ସାହସୀ ହେବେ। ଭାଇଙ୍କଠାରୁ ଆଦର, ସମ୍ମାନ ମିଳିବ। ଧାର୍ମିକ ଓ ବନ୍ଧୁପ୍ରେମୀ ହେବେ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories