www.samajalive.in
Monday, December 8, 2025
27.1 C
Bhubaneswar

ମୋ ମାଟି ମୋ ଦେଶ କାର୍ଯ୍ୟକ୍ରମରେ ଯୋଗଦେଲେ କେନ୍ଦ୍ରମନ୍ତ୍ରୀ

ପାତ୍ରପୁର: ଗଞ୍ଜାମ ଜିଲ୍ଲା ଚିକିଟୀ ନିର୍ବାଚନ ମଣ୍ଡଳୀ ପାତ୍ରପୁର ବ୍ଲକ ଦାମୋଦରପଲ୍ଲୀ ଗ୍ରାମରେ ବିଜେପି ପକ୍ଷରୁ ମୋ ମାଟି ମୋ ଦେଶ କାର୍ଯ୍ୟକ୍ରମ ଗୁରୁବାର ଅନୁଷ୍ଠିତ ହୋଇଯାଇଛି। କେନ୍ଦ୍ର ରେଳ ଓ ବୟନଶିଳ୍ପ ରାଷ୍ଟ୍ରମନ୍ତ୍ରୀ ଦର୍ଶନା ଯର୍ଦୋଶ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ। ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ମନୋରଞ୍ଜନ ଦ୍ୟାନ ସାମନ୍ତରାଙ୍କ ନେତୃତ୍ୱରେ ସରୋଜ ସାବତ, ଭୃଗୁବକ୍ସି ପାତ୍ର, ଶିବଶଙ୍କର ଦାସ, ଉତ୍ତମ ପାଣିଗ୍ରାହୀ, ମୀନା ଦ୍ୟାନ ସାମନ୍ତରା, ୱାଇ. ସଂଯୁକ୍ତା, ଅନାଦୀ ଚରଣ ପଣ୍ଡିତ ପ୍ରମୁଖ ସମେତ ବହୁ କର୍ମୀ ଚିକିଟି ବ୍ଲକ ଲକ୍ଷ୍ମୀପୁର ଛକଠାରୁ ଏକ ବାଇକ ରାଲିରେ ମନ୍ତ୍ରୀଙ୍କୁ ପାଛୋଟି ଆଣିଥିଲେ। ଗ୍ରାମରେ ପହଞ୍ଚିବା ପରେ ମହିଳାମାନେ ପୁଷ୍ପଗୁଚ୍ଛ ପ୍ରଦାନ କରି ସ୍ବାଗତ ସମ୍ବର୍ଦ୍ଧନା କରିଥିଲେ। ଗ୍ରାମରେ ଘର ଘର ବୁଲି ମୋ ମାଟି ମୋ ଦେଶ କାର୍ଯ୍ୟକ୍ରମରେ ମାଟି ସଂଗ୍ରହ କରିବା ସହ କେନ୍ଦ୍ର ସରକାରଙ୍କ ବିଭିନ୍ନ ଜନକଲ୍ୟାଣ ଓ ଲୋକାଭିମୁଖୀ ଯୋଜନା ସମ୍ପର୍କରେ ଅବଗତ କରାଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ୱାଇ. ମୋହନରାଓ, ଏନ୍‌. ତ୍ରିପତି, ସଦାନନ୍ଦ ନାୟକ, ବାଲକ୍ରିଷ୍ଣା ରେଡି, ଏମ. ମୋହନ ରାଓ ପ୍ରମୁଖଙ୍କ ସହ ବହୁ ବିଜେପି କର୍ମୀ ଉପସ୍ଥିତ ଥିଲେ।

Hot this week

ଗାଁ କଳିରୁ ପୋଡାଜଳା , ମେଳି, ଉତ୍ତେଜନା : ଏମଭି-୨୬ ଗାଁରେ ପୁଲିସ ଛାଉଣୀ

ମାଲକାନଗିରି: ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ମାରିୱାଡ଼ା ପଞ୍ଚାୟତ ଅନ୍ତର୍ଗତ ରାଖେଲଗୁଡ଼ା...

ଗୋପାଳପୁର ଗଣଦୁଷ୍କର୍ମ ମାମଲା: ୫ ଅଭିଯୁକ୍ତଙ୍କ ନାଁରେ ଚାର୍ଜଫ୍ରେମ

ସମାଜଲାଇଭ ଡେସ୍କ: ଗୋପାଳପୁର ଗଣଦୁଷ୍କର୍ମ ମାମଲାରେ ଗିରଫ ହୋଇଥିବା ୧୦ ଅଭିଯୁକ୍ତଙ୍କ...

ଯାତ୍ରୀଙ୍କୁ ୪୫୦୦ ଲଗେଜ ହସ୍ତାନ୍ତର କଲା ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ଉଡ଼ାଣ ବାତିଲ ଯୋଗୁ ହଜାର ହଜାର...

ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ଜେଲ୍‌ ଦଣ୍ଡ

ନୂଆଦିଲ୍ଲୀ: ଏଣିକି ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ୫ ବର୍ଷ...

ରାଜ୍ୟର ସବୁ କ୍ଲବ, ପବ୍‌ରେ ଯାଞ୍ଚ ହେବ ଅଗ୍ନି ନିରାପତ୍ତା

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡରେ ୨୫ ଜଣଙ୍କ ପ୍ରାଣହାନୀ...

Related Articles

Popular Categories