www.samajalive.in
Thursday, December 11, 2025
26.1 C
Bhubaneswar

ଲଗାଣ ବର୍ଷାରେ ଭୁଶୁଡ଼ିଲା ଘର କାନ୍ଥ, ଅଳ୍ପକେ ବର୍ତ୍ତିଲା ପରିବାର

ପାଟଣା: କେନ୍ଦୁଝର ଜିଲ୍ଲା ପାଟଣା ବ୍ଲକ ଟାଙ୍ଗରପଡ଼ା ପଞ୍ଚାୟତର ବନ୍ଧସାହିରେ ଲଗାଣ ବର୍ଷାରେ ଗୁରୁବାର ଗୋଟିଏ ଘରର କାନ୍ଥ ଭୁଶୁଡ଼ି ପଡିଛି। ସେହି ସାହିର ସମ୍ବାରି ମହାରଣା, ତାଙ୍କ ସ୍ବାମୀ ଭାଗବତ ମହାରଣା, ପୁଅ, ବୋହୂ, ଛୋଟ ଛୋଟ ପିଲା ଗତ ରାତି ସପରିବାର ଘରେ ଶୋଇଥିବା ବେଳେ ରାତି ୭ଟା ସମୟରେ ଓଦା ହୋଇ ରହିଥିବା କାନ୍ଥଟି ବାହାର ପଟକୁ ସଂପୂର୍ଣ୍ଣ ଭୁଶୁଡ଼ି ପଡ଼ିଥିଲା। ତେବେ ସୌଭାଗ୍ୟବସତଃ ଘର ଭିତରେ ଥିବା ଲୋକେ ମରଣ ମୁହଁରୁ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ରାଜସ୍ବ ବିଭାଗ ପକ୍ଷରୁ ଘଟଣାର ତଦନ୍ତ ପୂର୍ବକ ଏହି ପରିବାରକୁ ସରକାରୀ ସହାୟତା ଯୋଗାଇ ଦେବାକୁ ଗ୍ରାମବାସୀ ଦାବି କରିଛନ୍ତି।

Hot this week

ନବ ନିଯୁକ୍ତଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ: ଦୁର୍ନୀତିଠାରୁ ଲକ୍ଷେ କୋଷ ଦୂରରେ ରୁହନ୍ତୁ

‘ମୁଖ୍ୟମନ୍ତ୍ରୀ ଆଡ଼ିବନ୍ଧ ତିଆରି ଯୋଜନା-୩.୦’ ଲୋକାର୍ପିତ ଭୁବନେଶ୍ୱର: ଯିଏ ଯେଉଁ ପଦବୀରେ ବି...

ଓଡିଶାରେ ଖୋଲିବ ସିଏଜି କାର୍ଯ୍ୟାଳୟର ପୂର୍ବାଞ୍ଚଳ ଶାଖା

ଭୁବନେଶ୍ୱର: ଆସନ୍ତା ଓଡ଼ିଆ ନବବର୍ଷ ଏପ୍ରିଲ ୧୫ ତାରିଖରେ ଭାରତର  ମହାଲେଖା...

ଗୋଟିଏ ଗ୍ଲାସରେ ଥରକେ କରନ୍ତୁ ୧୦ଟି ଇଡିଲି

ସମାଜ ଡିଜିଟାଲ ଡେସ୍କ: ଦକ୍ଷିଣ ଭାରତୀୟ ଖାଦ୍ୟ ଦୋସା ଏବଂ ଇଡିଲିକୁ...

ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ୨ୟ ଟି-୨୦ ମ୍ୟାଚ ଗୁରୁବାର...

ପ୍ରଦୂଷଣମୁକ୍ତ ପରିବେଶ ଗଠନରେ ପ୍ରଶାସନ ଅପାରଗ, ଲୋକେ ଅତିଷ୍ଠ

ରେଙ୍ଗାଲିକ୍ୟାମ୍ପ: ଅତାବିରା ଏନ୍ଏସିରେ ସ୍ୱଚ୍ଛ ପରିବେଶ, ସୁସ୍ଥ ପରିବେଶର ପରିକଳ୍ପନା ଦୂରେଇ...

Related Articles

Popular Categories