www.samajalive.in
Friday, December 12, 2025
16.1 C
Bhubaneswar

ଡିସେମ୍ବର ମାସ ସୁଦ୍ଧା ଶେଷ ହେବ ପୁରୀ ଶ୍ରୀଜଗନ୍ନାଥ ପରିକ୍ରମା ପ୍ରକଳ୍ପ

ଡେସ୍କ : ପୁରୀ ଶ୍ରୀଜଗନ୍ନାଥ ପରିକ୍ରମା ପ୍ରକଳ୍ପ କାର୍ଯ୍ୟ ଆସନ୍ତା ଡିସେମ୍ବର ମାସ ସୁଦ୍ଧା ଶେଷ କରିବାକୁ ସରକାର ନିର୍ଦ୍ଦେଶ ଦେଇଛନ୍ତି। ୫-ଟି ସଚିବ ଭି.କେ.ପାଣ୍ଡିଆନ୍‌‌ ଶୁକ୍ରବାର ପୁରୀ ଯାଇ ଶ୍ରୀଜଗନ୍ନାଥ ପରିକ୍ରମା ପ୍ରକଳ୍ପ କାର୍ଯ୍ୟ ସମୀକ୍ଷା କରିଛନ୍ତି। ଶ୍ରୀକ୍ଷେତ୍ରକୁ ଆସୁଥିବା ଯାତ୍ରୀ ଏବଂ ସେବାୟତଙ୍କ ଦୁଇଚକିଆ ଯାନ ପାର୍କିଂ ପାଇଁ ପର୍ଯ୍ୟାପ୍ତ ବ୍ୟବସ୍ଥା କରିବା ସହ ବାହ୍ୟ ରାସ୍ତାକୁ ଜବରଦଖଲ ମୁକ୍ତ ରଖିବା ପାଇଁ ପ୍ରକଳ୍ପ କାର୍ଯ୍ୟରେ ନିୟୋଜିତ ଅଧିକାରୀମାନଙ୍କୁ ଫାଇଭ୍‌‌-ଟି ସଚିବ ନିର୍ଦ୍ଦେଶ ଦେଇଛନ୍ତି। ଏହି ଅବସରରେ ସେ ଆସନ୍ତା ଡିସେମ୍ବର ମାସ ସୁଦ୍ଧା ଏହି ପ୍ରକଳ୍ପ କାର୍ଯ୍ୟ ଶେଷ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।


ମଠଗୁଡ଼ିକର ଐତିହ୍ୟ, କାରୁକାର୍ଯ୍ୟକୁ ଅକ୍ଷୁଣ୍ଣ ରଖି ଏହାର ପୁନରୁଦ୍ଧାର କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ପାଇଁ ସେ ପରାମର୍ଶ ଦେଇଛନ୍ତି। ସେହିଭଳି ଯଥାଶୀଘ୍ର ବିଦ୍ୟୁତ୍‌‌ ସବ୍‌‌ଷ୍ଟେସନ୍‌‌ କାର୍ଯ୍ୟ ଶେଷ କରିବାକୁ ଟାଟା ପାୱାରକୁ କୁହାଯିବା ସହ ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ଧାର୍ଯ୍ୟ ଲକ୍ଷ୍ୟ ପୂରଣ କରିବା ପାଇଁ ରାତ୍ରି ସମୟରେ ଅଧିକ ଶ୍ରମଶକ୍ତି ବ୍ୟବହାର କରିବାକୁ କୁହାଯାଇଛି। ଜଗନ୍ନାଥବଲ୍ଲଭ ପାର୍କିଂସ୍ଥଳ ଏବଂ ଶ୍ରୀସେତୁ ନିର୍ମାଣ କାର୍ଯ୍ୟ ସମୀକ୍ଷା କରି ଏହି ସ୍ଥାନରେ ଯାତ୍ରୀମାନଙ୍କୁ ଯେପରି ସର୍ବନିମ୍ନ ମୌଳିକ ସୁବିଧା ଯୋଗାଇ
ଦିଆଯାଇ ପାରିବ ସେ ସମ୍ପର୍କରେ ଶ୍ରୀ ପାଣ୍ଡିଆନ୍‌‌ ପ୍ରକଳ୍ପ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।
ଏହି ସମୀକ୍ଷା ବୈଠକରେ ପୂର୍ତ୍ତ ବିଭାଗ ପ୍ରମୁଖ ସଚିବ, ପୁରୀ ଜିଲ୍ଲାପାଳ, ଏସ୍‌‌ପି, ଓବିସିସିର ପରିଚାଳନା ନିର୍ଦ୍ଦେଶକ ଏବଂ ଅନ୍ୟ ବିଭାଗର ଅଧିକାରୀମାନେ ଉପସ୍ଥିତ ଥିଲେ।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories