www.samajalive.in
Friday, December 12, 2025
26.1 C
Bhubaneswar

ମାଣତ୍ରୀରେ ବୋଇତ ବନ୍ଦାଣ ମହୋତ୍ସବ

ବଡ଼ସାହି – ଓଡ଼ିଆ ଜାତିର ସଂସ୍କୃତି ଓ ପରମ୍ପରାକୁ ବଞ୍ଚାଇ ରଖିଛି ବୋଇତ ବନ୍ଦାର ମହୋତ୍ସବ। ଉତ୍ତର ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ ମାଣତ୍ରୀ ଠାରେ ବାବା କଖାରୁଆ ବୈଦନାଥ ଯୁବକ ସଂଘ ଆନୁକୂଲ୍ୟରେ ୩ଦିନ ଧରି ଚାଲିଥିବା ୮ମ ବାର୍ଷିକ ଜିଲାସ୍ତରୀୟ ବୋଇତ ବନ୍ଦାଣ ମହୋତ୍ସବର ୨ୟ ସନ୍ଧ୍ୟା ଶନିବାରରେ ଉପସ୍ଥିତ ଅତିଥିଗଣ ଏହା ପ୍ରକାଶ କରିଛନ୍ତି। ସଂଘର ସଭାପତି ଜ୍ୟୋତିପ୍ରକାଶ ପଣ୍ଡାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ମୟୂରଭଞ୍ଜ ଆରକ୍ଷୀ ଅଧୀକ୍ଷକ ଅବିନାଶ କୁମାର ମୁଖ୍ୟଅତିଥି, ବଡ଼ସାହି ବିଧାୟକ ଗଣେଶ୍ୱର ପାତ୍ର ମୁଖ୍ୟବକ୍ତା, ସମ୍ମାନୀତ ଅତିଥି ଭାବେ ଜିଲାପରିଷଦ ସଦସ୍ୟ ମଧୁସ୍ମିତା ପରିଡ଼ା, ସିନେ ପ୍ରଯୋଜକ ତଥା ନିର୍ଦେଶକ ପ୍ରତାପ କୁମାର ଜେନା, ନାୟିକା ଏଲିନା, ତମନ୍ନା ଓ ସରପଞ୍ଚ ମହାଦେବ ସିଂ ଯୋଗ ଦେଇଥିଲେ। ଜିଲାର ସର୍ବପ୍ରଥମ ଜିଲାସ୍ତରୀୟ ବୋଇତ ବନ୍ଦାଣ ମହୋତ୍ସବ ନୂତନ ପ୍ରତିଭାଙ୍କୁ ଏକ ମଞ୍ଚ ପ୍ରଦାନ କରି ପରିଚୟ ସୃଷ୍ଟି କରିଥିବାରୁ ସମସ୍ତେ ସାଧୁବାଦ ଜଣାଇଥିଲେ। ଦ୍ୱିତୀୟ ସନ୍ଧ୍ୟାରେ ନୃତ୍ୟ ପ୍ରତିଯୋଗିତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳର ପ୍ରତିଭା ତଥା ସାଧବ ପୁଅ ଭାବେ ମାଣତ୍ରୀର ଆଶିଷ କୁମାର ପଣ୍ଡାଙ୍କୁ ମୁଖ୍ୟଅତିଥି ସମ୍ବର୍ଦ୍ଧିତ କରିଥିଲେ। ଶିକ୍ଷକ ଶଚ୍ଚୀନ୍ଦ୍ର ବିଶ୍ୱାଳ ମଞ୍ଚ ପରିଚାଳନା କରିଥିବା ବେଳେ ସମ୍ପାଦକ ଅଜିତ କୁମାର ପଣ୍ଡା ଧନ୍ୟବାଦ ଅର୍ପଣ କରିଥିଲେ। ରବିବାର ଉଦଯାପନୀ ସନ୍ଧ୍ୟାରେ ଷ୍ଟାରନାଇଟ କାର୍ଯ୍ୟକ୍ରମ ରହିଛି। ସଂଘର ସମସ୍ତ ସଦସ୍ୟଗଣ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।

Hot this week

ସୁନା ଓ ରୂପା ଦର ରେକର୍ଡ ଭାଙ୍ଗିଲା

ନୂଆଦିଲ୍ଲୀ- ପୁଣି ଥରେ ସୁନା ଏବଂ ରୂପା ସମସ୍ତ ରେକର୍ଡ ଭାଙ୍ଗିଛି।...

୬ ଦେଶରେ ବ୍ୟାନ ଫିଲ୍ମ ଧୁରନ୍ଧର

ମୁମ୍ବାଇ :ସାଉଦି ଆରବ ,ୟୂଏଇ ଓ କତାରରେ ବ୍ୟାନ ହେଲା ହିନ୍ଦୀ...

ତୃତୀୟ ବିଶ୍ୱଯୁଦ୍ଧ ପରିସ୍ଥିତି- ଟ୍ରମ୍ପ ଦେଲେ ଚେତାବନୀ

ନ୍ୟୁୟର୍କ - ବିଶ୍ୱ ତୃତୀୟ ବିଶ୍ୱ ଆଡକୁ ମୁହାଁଉଛି । ରୁଷ୍‌...

କମୁନି ‘ଧୁରନ୍ଧର’ର କ୍ରେଜ୍।

ମୁମ୍ବାଇ :କମୁନି 'ଧୁରନ୍ଧର'ର କ୍ରେଜ୍। ଡିସେମ୍ବର ୫ରେ ରିଲିଜ ଛି 'ଧୁରନ୍ଧର'।...

ସାଉଥ୍ ଏସିଆନ୍‌ ମୈତ୍ରୀ ସମ୍ମିଳନୀ ଉଦ୍‌ଘାଟିତ: ଯୋଗଦେଲେ ବିଭିନ୍ନ ରାଜ୍ୟର ଶତାଧିକ ପ୍ରତିନିଧି

ବ୍ରହ୍ମପୁର: ଶୁକ୍ରବାର ଗଞ୍ଜାମ ଜିଲ୍ଲାର ଗୋପାଳପୁର ବେଳାଭୂମିଠାରେ ୩୫ତମ ସାଉଥ୍ ଏସିଆନ୍...

Related Articles

Popular Categories