www.samajalive.in
Monday, December 15, 2025
16.1 C
Bhubaneswar

ଉର୍ମାଗଡ଼ ଜଳପ୍ରପାତରେ ଖସିପଡ଼ି ଛାତ୍ର ନିଖୋଜ, ଉଦ୍ଧାର କାର୍ଯ୍ୟ ଜାରି

ଫୁଲବାଣୀ : ରବିବାର କନ୍ଧମାଳ ଜିଲା ଗୋଚ୍ଛାପଡ଼ା ଥାନା ଅନ୍ତର୍ଗତ ପର୍ଯ୍ୟଟନ ସ୍ଥଳୀ ଉର୍ମାଗଡ଼ ଜଳପ୍ରପାତରେ ଖସିପଡ଼ି ଜଣେ ଛାତ୍ର ନିଖୋଜ ହୋଇଯାଇଛନ୍ତି। ନିଖୋଜ ଛାତ୍ର ଜଣକ ହେଲେ କଟ୍ରିଙ୍ଗିଆ ପଞ୍ଚାୟତ ନାକଡ଼ିସରୁ ଗ୍ରାମର ଲିଙ୍ଗା ବେହେରାଙ୍କ ପୁଅ ରାଖଲ ବେହେରା। ରାଖଲ ଆଦର୍ଶ ବିଦ୍ୟାଳୟର ୧୦ମ ଶ୍ରେଣୀର ଛାତ୍ର ବୋଲି ଜଣାପଡ଼ିଛି। ସେ ସାଙ୍ଗମାନଙ୍କ ସହ ଉର୍ମାଗଡ଼ ଜଳପ୍ରପାତକୁ ବୁଲିବା ପାଇଁ ଯାଇଥିଲେ। ଅସାବଧାନତା ବଶତଃ ଗୋଡ଼ ଖସି ଯିବାରୁ ପାଣିରେ ପଡି ନିଖୋଜ ହୋଇଯାଇଛନ୍ତି।

ରାଖଲଙ୍କ ସାଙ୍ଗମାନେ ବହୁତ ଖୋଜାଖୋଜି କରି ମଧ୍ୟ ତାଙ୍କୁ ନପାଇବାରୁ ପରିବାର ଲୋକଙ୍କୁ ଜଣାଇଥିଲେ। ଘରଲୋକେ ରାତିସାରା ଖୋଜିଥିଲେ ବି ରାଖଲଙ୍କ କୌଣସି ସନ୍ଧାନ ମିଳିନାହିଁ। କଟ୍ରିଙ୍ଗିଆ ସରପଞ୍ଚ ପ୍ରତିଭା କହଁର ଦମକଳ ବାହିନୀକୁ ଖବର ଦେବାପରେ ଅଗ୍ନିଶମ କର୍ମଚାରୀ ପହଞ୍ଚି ଖୋଜାଖୋଜି ଚଳାଇଛନ୍ତି। କିନ୍ତୁ ବର୍ତ୍ତମାନ ସୁଦ୍ଧା ନିଖୋଜ ଛାତ୍ରଙ୍କୁ ଉଦ୍ଧାର କରା ଯାଇ ପାରିନାହିଁ।

Hot this week

ପ୍ରେମରେ ବିଫଳ ପ୍ରେମିକର ଉନ୍ମତକାଣ୍ଡ: ପ୍ରେମିକା ସହ ନିଜ ବେକ କାଟିଦେଲା

ଫୁଲବାଣୀ: ପ୍ରେମରେ ବିଫଳ ହେବାପରେ ପ୍ରେମିକ ଘଟାଇଛି ଉନ୍ମତ୍ତକାଣ୍ଡ। ଛୁରିରେ ପ୍ରେମିକା...

ନାବାଳିକା ଝିଅକୁ ମା’ର ବଳି ଉଦ୍ୟମ !

ଜୟପୁର: କୋରାପୁଟ ଜିଲା ଜୟପୁର ଜଳସେଚନ କଲୋନୀ ତଳି ଅଞ୍ଚଳରେ ନାବାଳିକା...

ଆଜି ବି ୬,୭୦୪ ଗାଁକୁ ରାସ୍ତା ନାହିଁ

ଭୁବନେଶ୍ବର: ଦେଶ ସ୍ବାଧୀନତାର ୭୭ବର୍ଷ ପରେ ବି ରାଜ୍ୟର ୬,୭୦୪ଟି ଗାଁକୁ...

ପଶ୍ଚିମ ଓଡ଼ିଶାରେ ପ୍ରଫେସର ସଙ୍କଟ

ସମ୍ବଲପୁର: ପଶ୍ଚିମ ଓଡ଼ିଶାର ଅଧିକାଂଶ ବିଶ୍ବବିଦ୍ୟାଳୟରେ ପ୍ରଫେସର ପଦ ଖାଲି ପଡ଼ିଛି।...

ମଧ୍ୟସ୍ଥତା ହିଁ ନ୍ୟାୟ ପ୍ରଣାଳୀର ସରଳ ବିକଳ୍ପ : ପ୍ରଧାନ ବିଚାରପତି

କଟକ: ବିଚାରାଧୀନ ମାମଲା, ବଢ଼ୁଥିବା ମକଦ୍ଦମା ଖର୍ଚ୍ଚ ଏବଂ ସମୟ ବ୍ୟୟ-ଏହି...

Related Articles

Popular Categories