www.samajalive.in
Sunday, December 14, 2025
16.1 C
Bhubaneswar

ପ୍ରସ୍ତାବିତ ଘରୋଇ ବସ୍ ଧର୍ମଘଟ ସ୍ଥଗିତ

ଭୁବନେଶ୍ବର: ପ୍ରସ୍ତାବିତ ଘରୋଇ ବସ୍ ଧର୍ମଘଟକୁ ସ୍ଥଗିତ ରଖାଯାଇଛି। ଅକ୍ଟୋବର ୧୦ରେ ହେବାକୁ ଥିବା ରାଜ୍ୟବ୍ୟାପୀ ବସ୍‌ ଧର୍ମଘଟକୁ ମାଲିକ ସଂଘ ସ୍ଥଗିତ ରଖିଥିବା ଜଣାପଡ଼ିଛି। ଅକ୍ଟୋବର ୩୧ ତାରିଖ ପର୍ଯ୍ୟନ୍ତ ଧର୍ମଘଟ ସ୍ଥଗିତ ରଖିବାକୁ ନିଷ୍ପତ୍ତି ସଂଘ ନେଇଛି। ସୋମବାର ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ସହ ବସ୍ ମାଲିକ ସଂଘର ହୋଇଥିବା ବୈଠକରେ ସରକାର ସମସ୍ତ ଦାବି ଉପରେ ବିଚାର କରିବେ ବୋଲି ପ୍ରତିଶ୍ରୁତି ଦେବା ପରେ ଧର୍ମଘଟ ସ୍ଥଗିତ ରଖିବାକୁ ନିଷ୍ପତ୍ତି ନିଆଯାଇଛି। ବସ୍‌ ମାଲିକ ସଂଘର ସାଧାରଣ ସମ୍ପାଦକ ଦେବେନ୍ଦ୍ର ସାହୁ ଏନେଇ ସୂଚନା ଦେଇଛନ୍ତି।

ଏଠାରେ ସୂଚନାଯୋଗ୍ୟ, ରାଜ୍ୟ ସରକାରଙ୍କ ‘ଲକ୍ଷ୍ମୀ ଯୋଜନା’କୁ ବିରୋଧ କରି ଘରୋଇ ବସ୍‌ ମାଲିକ ସଂଘ ଅକ୍ଟୋବର ୧୦ରେ ରାଜ୍ୟବାପୀ ବସ୍‌ ଧର୍ମଘଟ ଡାକରା ଦେଇଥିଲା।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories