www.samajalive.in
Tuesday, December 9, 2025
26.1 C
Bhubaneswar

ଏସୀୟ କ୍ରୀଡ଼ାରେ ଭାଗ ନେଇଥିବା ଭାରତୀୟ ଖେଳାଳିଙ୍କୁ ଭେଟିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ : ଚୀନ୍‌ର ହ୍ବାଙ୍ଗଝୋରେ ସଦ୍ୟସମାପ୍ତ ହୋଇଥିବା ଏସୀୟ କ୍ରୀଡ଼ାରେ ଭାଗ ନେଇଥିବା ଭାରତୀୟ ଖେଳାଳିଙ୍କୁ ମଙ୍ଗଳବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭେଟିବା ସହ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି। ନୂଆଦିଲ୍ଲୀସ୍ଥିତ ମେଜର ଧ୍ୟାନଚାନ୍ଦ ଷ୍ଟାଡିୟମରେ ଅପରାହ୍ଣ ୪ଟା ୩୦ ମିନିଟ୍‌ରେ ଏହି କାର୍ଯ୍ୟକ୍ରମ ହେବ।
ପ୍ରଧାନମନ୍ତ୍ରୀ ମୋଦୀ ଖେଳାଳିଙ୍କ ଠାରୁ ସେମାନଙ୍କ ସଫଳତାର କାହାଣୀ ଶୁଣିବା ସହ ଭବିଷ୍ୟତରେ ଦେଶ ପାଇଁ କ୍ରୀଡ଼ାରେ ପଦକ ଆଣିବା ପାଇଁ ପ୍ରୋତ୍ସାହିତ କରିବେ। ହ୍ବାଙ୍ଗଝୋ ଏସୀୟ କ୍ରୀଡ଼ାରେ ଭାରତୀୟ ଖେଳାଳି ୧୦୭ଟି ପଦକ ଜିତିଥିଲେ। ଏସୀୟ କ୍ରୀଡ଼ା ଇତିହାସରେ ଏହା ଭାରତର ସର୍ବଶ୍ରେଷ୍ଠ ପ୍ରଦର୍ଶନ। ପ୍ରଧାନମନ୍ତ୍ରୀଙ୍କ ସହ ଭାବ ବିନିମୟ କାର୍ଯ୍ୟକ୍ରମରେ ଏସୀୟ କ୍ରୀଡ଼ାରେ ଭାଗ ନେଇଥିବା ଖେଳାଳିଙ୍କ ସହ ପ୍ରଶିକ୍ଷକ, ବିଭିନ୍ନ କ୍ରୀଡ଼ା ସଂଘର ଅଧିକାରୀ ଓ ପ୍ରତିନିଧିମାନେ ଯୋଗ ଦେବେ। କ୍ରୀଡ଼ା ବିଭାଗର ଅଧିକାରୀମାନେ ମଧ୍ୟ ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ରହିବେ। ଏସୀୟ କ୍ରୀଡ଼ାରେ ଭାରତ ୧୦୭ଟି ପଦକ ଜିତି ତାଲିକାର ୪ର୍ଥ ସ୍ଥାନରେ ରହିଥିଲା। ଭାରତକୁ ୨୮ଟି ସ୍ବର୍ଣ୍ଣ, ୩୮ଟି ରୌପ୍ୟ ଓ ୪୧ଟି କାଂସ୍ୟ ପଦକ ମିଳିଥିଲା।

Hot this week

ଆଉ ୧୮ ଘଣ୍ଟା ବଢିଲା ଇଣ୍ଟରନେଟ୍ କଟକଣା : ଏମ୍‌ଭି-୨୬ରେ ୧୬୩ ଘର କ୍ଷତିଗ୍ରସ୍ତ

ମାଲକାନଗିରି: ମାଲକାନଗିରି ଜିଲ୍ଲାରେ ବଢିଲା ଇଣ୍ଟରନେଟ୍ କଟକଣା। ପ୍ରଶାସନ ଆଉ ୧୮...

୫ ବର୍ଷରେ ଗଲାଣି ୫୧୮ ଦାଦନଙ୍କ ଜୀବନ

ସମାଜଲାଇଭ ଡେସ୍କ: ରାଜ୍ୟରେ ଦାଦନ ଶ୍ରମିକଙ୍କ ମୃତ୍ୟୁ ଘଟଣା ଦିନକୁ ଦିନ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ବାରବାଟୀରେ ଭାରତ-ଦକ୍ଷିଣ ଆଫ୍ରିକା ପ୍ରଥମ ଟି-୨୦ ମ୍ୟାଚ୍ କୁ ନେଇ...

କେଉଁ ଡାଲି ଶରୀର ପାଇଁ ଜରୁରୀ: ରକ୍ତଚାପ, କୋଲେଷ୍ଟ୍ରଲ ଏବଂ ଓଜନ ମଧ୍ୟ ହ୍ରାସ ପାଇଥାଏ

ସମାଜ ଡିଜିଟାଲ ଡେସ୍କ: ଡାଲି ପୁଷ୍ଟିସାରରେ ଭରପୂର ରହିଥାଏ। ଏଥିରେ ପ୍ରଚୁର...

ସରିଲା ଶୀତକାଳୀନ ଅଧିବେଶନ

ଭୁବନେଶ୍ଵର: ସରିଲା ବିଧାନସଭା ଶୀତକାଳୀନ ଅଧିବେଶନ। ନିର୍ଦ୍ଧାରିତ ସମୟ ପୂର୍ବରୁ ଅଧିବେଶନ...

Related Articles

Popular Categories