www.samajalive.in
Sunday, December 14, 2025
23.1 C
Bhubaneswar

ନଭେମ୍ବର ୧୪ରୁ୨୭ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା

  • ନୂଆଦିଲ୍ଲୀ ପ୍ରଗତି ମୈଦାନରେ ଝଲସିବ ଓଡିଶାର କଳା, ସଂସ୍କୃତି, ହସ୍ତଶିଳ୍ପ ଓ ହସ୍ତତନ୍ତ
  • ଓଡିଶା ମଣ୍ଡପ ହେବ ଆକର୍ଷଣୀୟ
  • ବିଶ୍ବ ଦେଖିବ ଓଡିଶାର ପ୍ରାଚୀନ ବାଣିଜ୍ୟିକ ପରମ୍ପରା

ଭୁବନେଶ୍ବର: ଆଗାମୀ ନଭେମ୍ବର ୧୪ରୁ ୨୭ ତାରିଖ ପର୍ୟ୍ୟନ୍ତ ନୂଆଦିଲ୍ଲୀସ୍ଥିତ ପ୍ରଗତି ମୈଦାନରେ ୪୨ତମ ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା-୨୦୨୩ଅନୁଷ୍ଠିତ ହେବ । ଚଳିତ ବର୍ଷର ବିଷୟବସ୍ତୁ “ବସୁଧୈବ କୁଟୁମ୍ବକମ୍-ୟୁନାଇଟେଡ୍ ବାଇ ଟ୍ରେଡ୍” ଆଧାରରେ ଏଥିରେ ଓଡିଶା ଅଂଶଗ୍ରହଣ କରିବା ପାଇଁ ରାଜ୍ୟ ସରକାର ସ୍ବୀକୃତି ପ୍ରଦାନ କରିଛନ୍ତି। ଏହି ପରିପ୍ରେକ୍ଷୀରେ ଓଡିଶାର ଉନ୍ନୟନ କମିଶନର ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ଆଜି ଏକ ପ୍ରସ୍ତୁତି ବୈଠକ ଲୋକସେବା ଭବନରେ ଅନୁଷ୍ଠିତ ହୋଇଯାଇଛି।
ଓଡିଶାର ବାଣିଜ୍ୟିକ ପରମ୍ପରା ବହୁ ପ୍ରାଚୀନ। ପ୍ରାଚୀନ ନୌବାଣିଜ୍ୟ ଠାରୁ ଆରମ୍ଭ କରି ଆଜି ପର୍ୟ୍ୟନ୍ତ ଓଡିଶାର ହସ୍ତତନ୍ତ, ହସ୍ତଶିଳ୍ପ, ବିଭିନ୍ନ କାରୁକାର୍ୟ୍ୟ ଭାରତର ବିଭିନ୍ନ ରାଜ୍ୟ ସମେତ ବିଶ୍ଵବାସୀଙ୍କ ପାଇଁ ଆକର୍ଷଣୀୟ ସାମଗ୍ରୀ ହୋଇଆସିଛି।

ଓଡିଶାର ଜଗନ୍ନାଥ ସଂସ୍କୃତି, ଜନଜାତିଙ୍କ ଦ୍ବାରା ପ୍ରସ୍ତୁତ ବିଭିନ୍ନ ଆଭୂଷଣ ଓ ଅଳଙ୍କାର ଏବଂ ରାଜ୍ୟ ସରକାରଙ୍କ ପ୍ରୋତ୍ସାହନରେ ପ୍ରଗତିଶୀଳ ଓଡିଶାର କୁଟୀର ଶିଳ୍ପ ସମେତ ଓଡିଶାର ମିଲେଟ, ଅଦା ଓ ହଳଦୀ, କୋରାପୁଟ କଫି, ପର୍ଯ୍ୟଟନ, କ୍ରୀଡ଼ା, ଶିଳ୍ପାୟନ ଆଦିକୁ ଓଡିଶା ପାଭିଲିୟନ ମାଧ୍ୟମରେ ବିଶ୍ବବାସୀଙ୍କ ନିକଟରେ ସଠିକ ଭାବେ ଉପସ୍ଥାପିତ କରିବାକୁ ଉନ୍ନୟନ କମିଶନର ଅନୁ ଗର୍ଗ ବୈଠକରେ ଉପସ୍ଥିତ ବିଭିନ୍ନ ବିଭାଗର ପ୍ରମୁଖ ଶାସନ ସଚିବ, ସଚିବ ଓ ନିର୍ଦେଶକମାନଙ୍କୁ ପରାମର୍ଶ ଦେଇଥିଲେ। ଚଳିତ ବର୍ଷ ବାଣିଜ୍ୟ ମେଳାର ଫୁଡ କୋର୍ଟରେ ମଧ୍ୟ ଓଡିଶା ଅଂଶଗ୍ରହଣ କରି ବିଶ୍ବବାସୀଙ୍କୁ ଓଡିଶାର ଅନନ୍ୟ ସୁସ୍ବାଦୁ ଖାଦ୍ୟଅନୁଭୂତି ପ୍ରଦାନ କରିବାକୁ ବୈଠକରେ ନିଷ୍ପତ୍ତି ଗ୍ରହଣ କରାଯାଇଛି। ଶ୍ରେଷ୍ଠ ପ୍ରଦର୍ଶନ ପାଇଁ ଗତବର୍ଷର ବାଣିଜ୍ୟ ମେଳାରେ ଓଡିଶା ପୁରସ୍କୃତ ହୋଇଥିବାରୁ ଚଳିତ ବର୍ଷ ମଧ୍ୟ ଏହି ପରମ୍ପରାକୁ ବଜାୟ ରଖିବାକୁ ଶ୍ରୀମତୀ ଗର୍ଗ ଗୁରୁତ୍ଵାରୋପ କରିଥିଲେ।

- Advertisement -

ଏହି ବୈଠକରେ, ସୂଚନା ଓ ଲୋକସମ୍ପର୍କ ବିଭାଗର ପ୍ରମୁଖ ଶାସନ ସଚିବ ସଞ୍ଜୟ କୁମାର ସିଂହ ସମସ୍ତଙ୍କୁ ସ୍ବାଗତ କରିବା ସହିତ ଆଲୋଚନା ପାଇଁ ଆବଶ୍ୟକ ତଥ୍ୟ ପ୍ରଦାନ କରିଥିବା ବେଳେ ବିଭାଗର ନିର୍ଦ୍ଦେଶକ ସରୋଜ କୁମାର ସାମଲ ପାୱାର ପଏଣ୍ଟ ମାଧ୍ୟମରେ ବିଭିନ୍ନ ତଥ୍ୟ ଉପସ୍ଥାପନ କରିଥିଲେ। ଉକ୍ତ ବୈଠକରେ ରାଜ୍ୟ ସରକାରଙ୍କ କୃଷି, ପଞ୍ଚାୟତିରାଜ, ପର୍ଯ୍ୟଟନ, ସଂସ୍କୃତି, ବୟନଶିଳ୍ପ, ଏମଏସଏମଇ, ଏସଟି ଓ ଏସସି ଉନ୍ନୟନ ଆଦି ବିଭାଗର ପ୍ରମୁଖ ଶାସନ ସଚିବ, ସଚିବ, ଆୟୁକ୍ତ ଓ ନିର୍ଦେଶକଙ୍କ ସମେତ ସୂଚନା ଓ ଲୋକସମ୍ପର୍କ ବିଭାଗର ଅନ୍ୟ ବରିଷ୍ଠ ପଦାଧିକାରୀମାନେ ଉପସ୍ଥିତ ରହି ଆଲୋଚନାରେ ଅଶଗ୍ରହଣ କରିଥିଲେ।

Hot this week

କାହିଁକି ହେଉଛି ହଠାତ୍‌ ମୃତ୍ୟୁ? ଏମ୍ସ ରିପୋର୍ଟରେ ଆଶ୍ଚର୍ଯ୍ୟଜନକ ତଥ୍ୟ

ନୂଆଦିଲ୍ଲୀ: ଏମ୍ସ ଦ୍ୱାରା କରାଯାଇଥିବା ଏକ ନୂତନ ଅଧ୍ୟୟନ ଏକ ଆଶ୍ଚର୍ଯ୍ୟଜନକ...

ଛଅଟି ଦେଶରେ ନବକଳେବର ଚଳଚ୍ଚିତ୍ର ପ୍ରଦର୍ଶିତ, ଭାବବିହ୍ୱଳ ଦର୍ଶକ

ଭୁବନେଶ୍ୱର: ନବକଳେବର ୬ଟି ଦେଶ (ଯୁଏସଏ, କାନାଡା, ଦକ୍ଷିଣ ଆଫ୍ରିକା, ଇଣ୍ଡୋନେସିଆ,...

ଶୀତରେ ଗୋଇଠି ଫାଟୁଛି କି? ୨୦ଟଙ୍କାର ଜିନିଷରେ ସମ୍ପୂର୍ଣ୍ଣ ଭଲ ହୋଇଯିବ

ସମାଜ ଡିଜିଟାଲ ଡେସ୍କ: ଆୟୁର୍ବେଦରେ ପ୍ରତ୍ୟେକ ସମସ୍ୟାର ସମାଧାନ ଅଛି, ଯେଉଁଥିରେ...

ମୋକିମଙ୍କ ଚିଠି : ଭକ୍ତଙ୍କ ଉତ୍ତର

ସମାଜ ଲାଇଭ ଡ଼େସ୍କ : ସୋନିଆ ଗାନ୍ଧୀଙ୍କୁ କଂଗ୍ରେସ ନେତା ମହମ୍ମଦ...

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

Related Articles

Popular Categories