www.samajalive.in
Sunday, December 7, 2025
23.1 C
Bhubaneswar

ଏନଏଚ୍ -୫୩ ଓ ୫୫ ନିର୍ମାଣ ଅଗ୍ରଗତି : ଗଡକରୀଙ୍କୁ ଭେଟିଲେ ଧର୍ମେନ୍ଦ୍ର

ନୂଆଦିଲ୍ଲୀ : କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବୁଧବାର ନୂଆଦିଲ୍ଲୀରେ କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନୀତିନ ଗଡ଼କରୀଙ୍କୁ ସାକ୍ଷାତ କରି ଓଡ଼ିଶାରେ କାର୍ଯ୍ୟକାରୀ ହେଉଥିବା ପ୍ରମୁଖ ଜାତୀୟ ରାଜପଥ ପ୍ରକଳ୍ପ ବିଷୟରେ ଆଲୋଚନା କରିଛନ୍ତି । ଏନଏଚ୍ -୫୫ ଅନ୍ତର୍ଗତ ଦୁଇଟି ପ୍ୟାକେଜରେ ନିର୍ମାଣାଧୀନ କଟକ – ଅନୁଗୋଳ ରାଜପଥର ଅଗ୍ରଗତି, ଅନୁଗୋଳ- ସମ୍ବଲପୁର ସେକ୍ସନ, ଏନଏଚ-୫୩ ଅନ୍ତର୍ଗତ ତାଳଚେରରୁ କାମାକ୍ଷାନଗର ବାଇପାସ, ସମ୍ବଲପୁର ରିଙ୍ଗ୍ ରୋଡ, ଓଡ଼ିଶା କୋଷ୍ଟାଲ ହାଇଓ୍ୱେ ଏବଂ କ୍ୟାପିଟାଲ ରିଜିଅନ ରିଙ୍ଗ୍ ରୋଡ୍ କାର୍ଯ୍ୟର ଅଗ୍ରଗତି ଓ ନିର୍ମାଣ କାର୍ଯ୍ୟ ନେଇ ଆଲୋଚନା କରିଛନ୍ତି।
ପ୍ରକଳ୍ପ ଗୁଡ଼ିକର ଆଲାଇନମେଣ୍ଟ, ଟେଣ୍ଡର ପ୍ରକ୍ରିୟା, ପରିବେଶ ମଞ୍ଜୁରୀ ଏବଂ ଅନ୍ୟାନ୍ୟ ସମସ୍ୟା ଉପରେ ମଧ୍ୟ ଆଲୋଚନା ହୋଇଛି। ଓଡ଼ିଶାରେ ଏନଏଚଏଆଇ ଦ୍ୱାରା ଅନେକ ଉନ୍ନୟନମୂଳକ କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇଥିବା ବେଳେ ଆଉ କିଛି କାର୍ଯ୍ୟ ସମାପ୍ତ ହେବାର ଅଛି । କେନ୍ଦ୍ରମନ୍ତ୍ରୀ ଶ୍ରୀ ଗଡକରୀ ଏହି ସବୁ ଜାତୀୟ ରାଜପଥ ପ୍ରକଳ୍ପର ନିର୍ମାଣ କାର୍ଯ୍ୟ ଶୀଘ୍ର ଶେଷ କରିବା ପାଇଁ ପ୍ରତିଶ୍ରୁତି ଦେଇଛନ୍ତି। ସେଥିପାଇଁ ଶ୍ରୀ ପ୍ରଧାନ ତାଙ୍କୁ ଧନ୍ୟବାଦ ଜଣାଇଛନ୍ତି ।


‘ପୂର୍ବୋଦୟ’ ମିଶନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ଓଡ଼ିଶାରେ ସଡକପଥ ଭିତ୍ତିଭୂମିକୁ ସୁଦୃଢ଼ କରାଯାଉଛି । ଏହି ସବୁ ରାଜପଥର ସମ୍ପ୍ରସାରଣ ଏବଂ ଉନ୍ନତିକରଣ ଦ୍ୱାରା ଲୋକଙ୍କ ଯାତାୟତ ସୁରକ୍ଷିତ ହେବ। ସ୍ଥାନୀୟ ଅଞ୍ଚଳରେ ଶିଳ୍ପ କ୍ଷେତ୍ରର ବିକାଶ ହେବା ସହ ସାମାଜିକ ଓ ଆର୍ଥିକ ବିକାଶରେ ଅଭିବୃଦ୍ଧି ଘଟିବ ବୋଲି ଶ୍ରୀ ପ୍ରଦାନ କହିଛନ୍ତି।

- Advertisement -

 

Hot this week

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

Related Articles

Popular Categories