www.samajalive.in
Saturday, December 13, 2025
26.1 C
Bhubaneswar

ମୋହନ ସୁବୁଦ୍ଧି ମହାବିଦ୍ୟାଳୟରେ ଗୋପବନ୍ଧୁ ଜୟନ୍ତୀ

ଡେସ୍କ: ବଡମ୍ବା ସ୍ଥିତ ମୋହନ ସୁବୁଦ୍ଧି ମହାବିଦ୍ୟାଳୟର ଓଡ଼ିଆ ଭାଷା-ସାହିତ୍ୟ ବିଭାଗ ପକ୍ଷରୁ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୧୪୬ତମ ଜୟନ୍ତୀ ପାଳିତ ହୋଇଯାଇଛି। ମହାବିଦ୍ୟାଳୟର ଅଧ୍ୟକ୍ଷା ଡଃ ଶୁଚିସ୍ମିତା ମହାନ୍ତିଙ୍କ ପୌରହିତ୍ୟରେ ଆୟୋଜିତ ଏହି ଜୟନ୍ତୀ ଉତ୍ସବରେ ବିଭାଗୀୟ ମୁଖ୍ୟ ଅଧ୍ୟାପିକା ସରିତା ସାହୁ ଗୋପବନ୍ଧୁଙ୍କ ଜୀବନାଦର୍ଶ ସମ୍ପର୍କରେ ସୂଚନା ପ୍ରଦାନ କରିଥିଲେ। ଅଧ୍ୟାପିକା ଡଃ ସୁବାସିନୀ ସାହୁ ଓ ଅଧ୍ୟାପକ ଲକ୍ଷ୍ମୀଧର ପଣ୍ଡା ଏହି ଅବସରରେ ଗୋପବନ୍ଧୁଙ୍କ ତ୍ୟାଗପୂତ ଜୀବନ ବିଷୟରେ ଆଲୋଚନା କରିଥିଲେ। ଅଧ୍ୟାପକ ଡଃ ଅରବିନ୍ଦ ନାୟକ ଗୋପବନ୍ଧୁଙ୍କ ଜୀବନୀକୁ ନେଇ ସ୍ୱରଚିତ କବିତା ଆବୃତ୍ତି କରିଥିଲେ। ଅନୁଷ୍ଠିତ ଆଲୋଚନାରେ +୩ ଦ୍ଵିତୀୟ ବର୍ଷର ଛାତ୍ର ପ୍ରକାଶ ସ୍ୱାଇଁ, ଛାତ୍ରୀ ସସ୍ମିତା ଗୋଛି ଓ ରାଜେଶ୍ୱରୀ ସାହୁ ପ୍ରମୁଖ ଭାଗ ନେଇଥିଲେ। ଅଧ୍ୟାପିକା ସୁଶ୍ରୀ ସଙ୍ଗୀତା ମହାପାତ୍ର ଓ ଗୀତାଞ୍ଜଳି ନାୟକ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ। ମହାବିଦ୍ୟାଳୟର ସମସ୍ତ ଛାତ୍ରଛାତ୍ରୀ ଓ ଅଧ୍ୟାପକ ଅଧ୍ୟାପିକା ମାନେ ଏଥିରେ ଉପସ୍ଥିତ ଥିଲେ। ଶେଷରେ ଅଧ୍ୟାପିକା ସୁମିତ୍ରା ସାହୁ ଧନ୍ୟବାଦ ଅର୍ପଣ କରିଥିଲେ।

Hot this week

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

ସିମ୍ ବାଇଣ୍ଡିଂ କ’ଣ? ଯାହାକୁ ନେଇ ଚିନ୍ତାରେ…

ନୂଆଦିଲ୍ଲୀ : ଦୂରସଞ୍ଚାର ବିଭାଗ ହ୍ୱାଟ୍ସଆପ୍, ଟେଲିଗ୍ରାମ୍, ସିଗନାଲ୍ ଏବଂ ସ୍ନାପଚାଟ୍...

କ୍ଷମା ମାଗିଲେ ମମତା

ସମାଜ ଲାଇଭ ଡ଼େସ୍କ : ମେସିଙ୍କ ଗସ୍ତ ପରେ କଲକାତା ସଲ୍ଟ...

ଆଜି ଭୁବନେଶ୍ୱର ଆସୁଛନ୍ତି ଅକ୍ଷୟ କୁମାର

ଭୁବନେଶ୍ୱର :ବଲିଉଡର ଖିଲାଡୀ ଷ୍ଟାର ଅକ୍ଷୟ କୁମାର ଆଜି ଓଡ଼ିଶା ଆସୁଛନ୍ତି...

Related Articles

Popular Categories