www.samajalive.in
Sunday, December 14, 2025
19.1 C
Bhubaneswar

ବିହାର ରେଳ ଦୁର୍ଘଟଣା; ମୃତକଙ୍କ ପରିବାରକୁ ୧୪ ଲକ୍ଷ ଟଙ୍କାର ଅନୁକମ୍ପା ରାଶି

ପାଟନା: ବିହାରର ବକ୍ସର ଜିଲାରେ ଘଟିଥିବା ରେଳ ଦୁର୍ଘଟଣାରେ ମୃତକ ଓ ଆହତଙ୍କ ପାଇଁ ରେଳବାଇ ପକ୍ଷରୁ ଅନୁକମ୍ପା ରାଶି ପ୍ରଦାନ କରାଯାଇଛି। ମୃତକଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କା ଲେଖାଏଁ ଏବଂ ଆହତଙ୍କ ପରିବାରକୁ ୫୦ ହଜାର ଟଙ୍କା ଲେଖାଏଁ ପ୍ରଦାନ କରାଯାଇଛି। କେବଳ ଏତିକି ନୁହେଁ ବିହାର ସରକାର ମଧ୍ୟ ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ରାଶି ପ୍ରଦାନ କରିବାକୁ ଘୋଷଣା କରିଛନ୍ତି।

ସୂଚନାଯୋଗ୍ୟ, ବୁଧବାର ରାତିରେ ବିହାର ବକ୍ସର ଜିଲା ରଘୁନାଥପୁର ଷ୍ଟେସନ ନିକଟରେ ଥିବା ୧୨୫୦୬ ନର୍ଥ ଇଷ୍ଟ ଏକ୍ସପ୍ରେସ ଦୁର୍ଘଟଣାଗ୍ରସ୍ତ ହେବାପରେ ଟ୍ରେନର ଅନେକ ବଗି ଲାଇନଚ୍ୟୁତ ହୋଇଥିଲା। ବୁଧବାର ରାତି ପ୍ରାୟ ୯.୩୦ ସମୟରେ ଏହି ଟ୍ରେନର ୨୪ଟି ବଗି ଲାଇନଚ୍ୟୁତ ହୋଇଥିଲା। ଆଠଟି ବଗି ସଂପୂର୍ଣ୍ଣ ନଷ୍ଟ ହୋଇଯାଇଛି। ଏହି ଆଠଟି ବଗି ମଧ୍ୟରୁ ଦୁଇଟି ପରସ୍ପର ସହ ଧକ୍କା ହୋଇ ଲାଇନଚ୍ୟୁତ ହୋଇଥିଲା। ବର୍ତ୍ତମାନ ସୁଦ୍ଧା ୪ ଜଣ ଯାତ୍ରୀଙ୍କ ମୃତ୍ୟୁ ହେବା ସହ ଶତାଧିକ ଆହତ ହୋଇଥିବା ସୂଚନା ମିଳିଛି। ସେଥିମଧ୍ୟରୁ ପ୍ରାୟ ୭୦ ଜଣଙ୍କ ଅବସ୍ଥା ଗୁରୁତର ରହିଛି।

Hot this week

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

Related Articles

Popular Categories