www.samajalive.in
Saturday, December 13, 2025
26.1 C
Bhubaneswar

ଯୋଡ଼ାବନ୍ଧ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ

ଲାଞ୍ଜିଗଡ଼: କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଅନ୍ତର୍ଗତ ଯୋଡାବନ୍ଧ ଉଚ୍ଚ ପ୍ରାଥମିକ ବିଦ୍ୟାଳୟଠାରେ ଚମ୍ପାଦେଇପୁର କ୍ଲଷ୍ଟରସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟଅତିଥି ଭାବେ ବ୍ଲକ ଶିକ୍ଷା ଅଧିକାରୀ ନମିତାରାଣୀ ଭୋଇ ଯୋଗ ଦେଇଥିବାବେଳେ ସମ୍ମାନିତ ଅତିଥି ଭାବେ ବ୍ଲକ ଉପାଧ୍ୟକ୍ଷ ସଞ୍ଜୀବ ନାୟକ, ଅତିରିକ୍ତ ଶିକ୍ଷା ଅଧିକାରୀ ସୁଢଳଦେବ ମୁଣ୍ଡ, ଭାରତ ଭୂଷଣ ସାହୁ, ସାଂସଦ ପ୍ରତିନିଧି ଲକ୍ଷ୍ମୀଧର ସନ୍ତୋଷରାୟ, ବିଦ୍ୟାଳୟ ପରିଚାଳନା କମିଟି ସଭାପତି ବାଲାଜୀ ପାତ୍ର, ବରିଷ୍ଠ ଶିକ୍ଷକ ପଦ୍ମଲୋଚନ ସୁନା, ବିଦ୍ୟାଳୟର ପ୍ରଧାନଶିକ୍ଷକ ଗୋବର୍ଦ୍ଧନ ମାଝୀ, ବରିଷ୍ଠ ଶିକ୍ଷୟିତ୍ରୀ ତିଳୋତ୍ତମା ଦଳାଇ ପ୍ରମୁଖ ଯୋଗ ଦେଇଥିଲେ।

ସିଆରସିସି ସୌଭାଗ୍ୟ କୁମାର ସାହୁଙ୍କ ପ୍ରତ୍ୟକ୍ଷ ତତ୍ତ୍ବାବଧାନରେ ଆୟୋଜିତ କାର୍ଯ୍ୟକ୍ରମକୁ ବରିଷ୍ଠ ଶିକ୍ଷକ ସୁବାସ ଚନ୍ଦ୍ର ନାୟକ ପରିଚାଳନା କରିଥିବାବେଳେ ଚନ୍ଦନ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ। ଏଇ ଅବସରରେ କ୍ଲଷ୍ଟର ଅନ୍ତର୍ଗତ ସମସ୍ତ ବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ବିଭିନ୍ନ ପ୍ରତିଯୋଗିତା କରାଯାଇ କୃତି ପ୍ରତିଯୋଗୀମାନଙ୍କୁ ପୁରସ୍କାର ବିତରଣ କରାଯାଇଥିଲା। କ୍ଲଷ୍ଟର ସ୍ତରୀୟ ଏହି କାର୍ଯ୍ୟକ୍ରମରେ କ୍ଲଷ୍ଟର ଅନ୍ତର୍ଗତ ବିଭିନ୍ନ ସ୍କୁଲର ଶିକ୍ଷକ ଶିକ୍ଷୟିତ୍ରୀ ସହଯୋଗ କରିଥିଲେ ।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories