www.samajalive.in
Sunday, December 14, 2025
26.1 C
Bhubaneswar

ଶୁକ୍ରବାର ରାଶିଫଳ (୧୩.୧୦.୨୦୨୩)

ମେଷ: ଜଣେ ବିଶିଷ୍ଟ ବ୍ୟକ୍ତିଭାବେ ସମାଜରେ ପ୍ରତିଷ୍ଠା ଲାଭ କରିବେ। ବନ୍ଧୁମାନଙ୍କର ସହାୟତା ମିଳିବ। ଭାଇଙ୍କ ସାହାଯ୍ୟରେ ଶତ୍ରୁ ବିନାଶ କରି ମାନସିକ ଶାନ୍ତି ଫେରିପାଇବେ। ଋଣ କରିଶୋଧ କରିବେ।
ବୃଷ: ଶାସ୍ତ୍ର ଅଧ୍ୟୟନରେ ମନୋନିବେଶ କରିପାରନ୍ତି। ବିଭିନ୍ନ ସୂତ୍ରରୁ ଏପରିକି ସରକାରୀ ସ୍ତରରୁ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ଘାତଚନ୍ଦ୍ର ଯୋଗଁୁ ସତର୍କରେ ଚଳିବାକୁ ପଡ଼ିବ।
ମିଥୁନ: କାର୍ଯ୍ୟରେ ସଫଳତା ଲାଭ କରିବେ। ବ୍ୟବସାୟ ଲାଭପ୍ରଦ ହେବ। ପରିଶ୍ରମ ଯେତେ କଠିନ ହେଉ ନା କାହିଁକି; ତା’ର ମୂଲ୍ୟାଙ୍କନ ହେବ। କେତେକ କ୍ଷେତ୍ରରେ ଭୁଲ ବୁଝାମଣା ଘଟିଲେ ବି ପ​‌ର ସୁଧାର ଆସିବ।
କର୍କଟ: ଆର୍ଥିକ ସ୍ଥିତିରେ ପ୍ରଭୂତ ଉନ୍ନତି ଘଟିବ। ଦେବ ଦର୍ଶନ ପାଇ ଆତ୍ମସନ୍ତୋଷ ଲାଭ କରିବେ। ଅଶାନ୍ତି ଦୂର ହେବ। ସରକାରୀ ସ୍ତରରୁ ଲାଭବାନ୍‌ ହେବେ। କାର୍ଯ୍ୟର ସଫଳ ରୂପାୟନ କରି ପ୍ରଶଂସାର ପାତ୍ର ହେବେ।
ସିଂହ: ଶୁଭାଶୁଭ ମିଶ୍ରିତ ଫଳ ମିଳିବ। କର୍ମକ୍ଷେତ୍ରରେ ଆଞ୍ଚଳିକ ସ୍ତରରେ ପ୍ରାଧାନ୍ୟ ବିସ୍ତାର କରିବେ। ତ୍ୟାଗଶୀଳ ହୋଇପାରନ୍ତି। ମତିଜ୍ଞ ହେବେ। ବିବିଧ ଧନଯୁକ୍ତ ହୋଇପାରନ୍ତି। କର୍ମଚଞ୍ଚଳ ରହିବେ।
କନ୍ୟା: ଉଚ୍ଚ ଆଶା ଫଳବତୀ ହେବ। ଦୃଢ଼ ସଂକଳ୍ପ ନେଇ କାର୍ଯ୍ୟ କରିପାରନ୍ତି। ଆୟ ଊଣା ହେବ ନାହିଁ। ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହେବେ। ସୁସ୍ଥ ରହିବେ। ଚିନ୍ତାଧାରା ଉନ୍ନତମାନର ହେବ। ଦାମ୍ପତ୍ୟ ସୁଖ ମିଳିବ।
ତୁଳା: ବିବାଦୀୟ ବିତର୍କରେ ଭାଗ ନ ନେଇ ନିରବ ଦର୍ଶକ ସାଜିପାରନ୍ତି। ଦୁଶ୍ଚିନ୍ତା ମଧ୍ୟ ଦେଇ ଗତିକରିବେ। ସତ୍‌ସଙ୍ଗୀ ହୋଇପାରନ୍ତି। ଧର୍ମ କାର୍ଯ୍ୟରେ ଧନ ବ୍ୟୟ କରିପାରନ୍ତି। ସାହସୀ ଓ ଜ୍ଞାନୀ ହେବେ।
ବିଛା: ଅଧିକ ଜ୍ଞାନ ଅର୍ଜନ ପାଇଁ ଆଗ୍ରହୀ ହେବେ। ସତ୍‌କର୍ମରେ ନିଜକୁ ନିୟୋଜିତ କରିପାରନ୍ତି। ବିଭିନ୍ନ ସ୍ତରରୁ ଅର୍ଥ ସହିତ ସମ୍ମାନ ପ୍ରାପ୍ତିର ସୂଚନା ମିଳୁଛି। ପାରିବାରିକ ସୁଖ ମିଳିବ। କରିତ୍‌କର୍ମା ହେବେ।
ଧନୁ: କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ। ଆର୍ଥିକ ସ୍ଥିତିରେ ସ୍ବଚ୍ଛଳତା ଦେଖାଦେବ। ପ୍ରତିଯୋଗିତାରେ କୃତିତ୍ବ ଅର୍ଜନ କରିପାରନ୍ତି। ବିଭିନ୍ନ ସ୍ତରରୁ ଏପରିକି ସରକାରୀ ସ୍ତରରୁ ଧନ ପ୍ରାପ୍ତିର ସୂଚନା ମିଳୁଛି।
ମକର: କାର୍ଯ୍ୟର ସଫଳ ରୂପାୟନ କରି ପ୍ରଶଂସାର ପାତ୍ର ହେବେ। ଅଧିକ କ୍ଷମତା ହାସଲ ସତ୍ତ୍ବେ ତା’ର ସଦ୍‌ ବ୍ୟବହାର କରି ଲୋକପ୍ରିୟ ହେବେ। ବିବାଦରେ ବିଜୟୀ ହେବେ। ପରୋପକାର କରି ଆତ୍ମସନ୍ତୋଷ ପାଇବେ।
କୁମ୍ଭ: ଦୁଶ୍ଚିନ୍ତା ମଧ୍ୟ ଦେଇ ଗତିକରିବେ। ସାମାନ୍ୟ ଅସୁସ୍ଥତା ଅନୁଭବ କରିବେ। ଆର୍ଥିକ ସ୍ଥିତିରେ ଅବନତି ଘଟିବ। ଈଶ୍ବର ଭକ୍ତିରେ ଶକ୍ତିସମ୍ପନ୍ନ ହୋଇପାରନ୍ତି। ଖର୍ଚ୍ଚାନ୍ତ ହେବେ। ଦୁଃଖୀରଙ୍କୀଙ୍କ ସହାୟକ ହେବେ।
ମୀନ: ବହୁ ସୁଖକର ଘଟଣାମାନ ଘଟିବ। ଆଜି ଦିନଟି ଆପଣଙ୍କ ପାଇଁ ଅତ୍ୟନ୍ତ ଶୁଭଦାୟକ ହେବ। କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ। ରୁଚିକର ଭୋଜନରେ ଆପ୍ୟାୟିତ ହେବେ। ଆନନ୍ଦ ଉପଭୋଗ କରିବେ।

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories