www.samajalive.in
Monday, December 15, 2025
15.1 C
Bhubaneswar

୩୧ରେ କୋର୍ଟରେ ହାଜର ପାଇଁ ବିଧାୟକ ପ୍ରତାପ ଜେନାଙ୍କୁ ସମନ୍

ଡେସ୍କ : ଚଳିତ ମାସ ୩୧ ତାରିଖରେ ସାଲେପୁର ଏସଡିଜେଏମଙ୍କ ଅଦାଲତରେ ହାଜର ପାଇଁ ବିଧାୟକ ପ୍ରତାପ ଜେନାଙ୍କୁ ସ୍ପେଶାଲ୍ ମେସେଞ୍ଜର ଦ୍ୱାରା ସମନ୍ ଜାରି କରାଯାଇଛି। ମାହାଙ୍ଗା ଡବଲ୍ ମର୍ଡର ଘଟଣାରେ ସ୍ୱତନ୍ତ୍ର ମେସେଞ୍ଜର ଜରିଆରେ ଆସନ୍ତା ଅକ୍ଟୋବର ୩୧ତାରିଖରେ ହାଜର୍ ହେବା ପାଇଁ ମାହାଙ୍ଗା ବିଧାୟକ ପ୍ରତାପ ଜେନାଙ୍କୁ ତାଙ୍କ ସରକାରୀ ବାସଭବନରେ ସମନ୍ ପ୍ରଦାନ କରାଯାଇଛି। ଆଇନଜୀବୀ ପ୍ରବୀନ କୁମାର କାନୁନଗୋ ଏହି ସୂଚନା ଦେଇଛନ୍ତି ।
ମାମଲାର ବିବରଣୀରୁ ପ୍ରକାଶ ଯେ ୨୦୨୧ ଜାନୁଆରୀ ୨ ତାରିଖରେ ବିଜେପି ନେତା କୁଳମଣି ବରାଳ ଓ ତାଙ୍କ ସହଯୋଗୀ ଦିବ୍ୟସିଂହ ବରାଳଙ୍କୁ ହତ୍ୟା ଘଟଣାର ତଦନ୍ତ କରି ପୁଲିସ ଯେଉଁ ଚାର୍ଜସିଟ ଦାଖଲ କରିଥିଲା ସେଥରେ ତତ୍କାଳୀନ ମନ୍ତ୍ରୀ ତଥା ମାହାଙ୍ଗା ବିଧାୟକ ପ୍ରତାପ ଜେନାଙ୍କ ନାମ ସ୍ଥାନ ପାଇନଥିଲା। ଏତଲାରେ ଶ୍ରୀ ଜେନାଙ୍କ ନାଁରେ ଅଭିଯୋଗ ଥିବା ବେଳେ ଚାର୍ଜସିଟରୁ କିନ୍ତୁ ତାଙ୍କୁ ବାଦ ଦିଆଯାଇଥିଲା । ପୁଲିସର ଚାର୍ଜସିଟ ବିରୋଧରେ ଏତଲାକାରୀ ରମାକାନ୍ତ ବରାଳଙ୍କ ପକ୍ଷରୁ ପ୍ରୋଟେଷ୍ଟ ପିଟିସନ ସାଲେପୁର ଜେଏମଏଫସି ଅଦାଲତରେ ଦାଖଲ ହୋଇଥିଲା। ଅଦାଲତ ପିଟିସନର ଶୁଣାଣି କରି ଘଟଣାର ସାନି ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଥିଲେ। ଘଟଣାର ତ୍ୱରିତ ତଦନ୍ତ କରି ରିପୋର୍ଟ ଦାଖଲ ପାଇଁ ମାହାଙ୍ଗା ଥାନା ଆଇଆଇସିଙ୍କୁ ଅଦାଲତ ନିର୍ଦ୍ଦେଶ ଦେଇଥିଲେ। ଶ୍ରୀ ଜେନାଙ୍କ ବିରୋଧରେ ଆଇପିସିର ଦଫା ୩୦୨(ହତ୍ୟା), ୧୨୦-ବି(ଅପରାଧିକ ଷଡୟନ୍ତ୍ର), ୫୦୬( ହତ୍ୟା ଧମକ)ରେ ସାଲେପୁର ଜେଏମଏଫସି ଅଦାଲତ ୨୦୨୩, ସେପ୍ଟେମ୍ବର ୨୫ରେ କଗନିଜାନ୍ସ ଗ୍ରହଣ କରିଥିଲେ। ଅଭିଯୋଗକାରୀ ଓ ସାକ୍ଷୀଙ୍କ ବୟାନ, ଅନ୍ୟ ଉପଲବ୍ଧ ରେକର୍ଡରୁ ଶ୍ରୀ ଜେନାଙ୍କ ବିରୋଧରେ ଆଇପିସିର ଦଫା ୩୦୨, ୧୨୦-ବି, ୫୦୬ରେ ଆପାତତଃ ମାମଲା ହେଉଛି ବୋଲି ଅଦାଲତ ସୂଚାଇ ଏଭଳି ଆଭିମୁଖ୍ୟ ଗ୍ରହଣ କରିଥିଲେ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories