www.samajalive.in
Sunday, December 14, 2025
26.1 C
Bhubaneswar

ଅଶୋଧିତ ତୈଳଦର ବୃଦ୍ଧି

ନୂଆଦିଲ୍ଲୀ :  ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳଦର ବୃଦ୍ଧି ପାଇବାରେ ଲାଗିଛି । ଅଶୋଧିତ ବ୍ରେଣ୍ଟ ମୂଲ୍ୟ ବ୍ୟାରେଲ ପିଛା ୯୧ ଡଲାର ରହିଥିବା ବେଳେ ଅଶୋଧିତ ଡବ୍ଲୁଟିଆଇ ମୂଲ୍ୟ ବ୍ୟାରେଲ ପିଛା ୮୮ ଡଲାର ରହିଛି । ଅନ୍ୟପଟେ ଦେଶରେ ତୈଳ ଓ ଗ୍ୟାସ ବିପଣନ କମ୍ପାନୀ ପେଟ୍ରୋଲ ଓ ଡିଜେଲ ମୂଲ୍ୟରେ କୌଣସି ପରିବର୍ତ୍ତନ କରିନାହାନ୍ତି ।
ଇଣ୍ଡିଆନ୍ ଅଏଲ ୱେବସାଇଟ୍ ମୁତାବକ ରାଜଧାନୀ ଦିଲ୍ଲୀରେ ଶନିବାର ପେଟ୍ରୋଲ ମୂଲ୍ୟ ଲିଟର ପିଛା ୯୬.୭୨ ଟଙ୍କା ରହିଥିବା ବେଳେ ଡିଜେଲ ଲିଟର ପିଛା ୮୯.୬୨ ଟଙ୍କା ରହିଛି । ମୁମ୍ବଇରେ ପେଟ୍ରୋଲ ଲିଟର ପିଛା ୧୦୬.୩୧ ଟଙ୍କା ରହିଥିବା ବେଳେ ଡିଜେଲ ଲିଟର ପିଛା ୯୪.୨୭ ଟଙ୍କା ରହିଛି । କଲକାତାରେ ପେଟ୍ରୋଲ ଲିଟର ପିଛା ୧୦୬.୦୩ ଟଙ୍କା ଥିବା ବେଳେ ଡିଜେଲ ମୂଲ୍ୟ ୯୨.୭୬ ଟଙ୍କା ରହିଛି । ଚେନ୍ନାଇରେ ପେଟ୍ରୋଲ ଲିଟର ପିଛା ୧୦୨.୬୩ ଟଙ୍କା ଥିବା ବେଳେ ଡିଜେଲ ଲିଟର ପିଛା ୯୪.୨୪ ଟଙ୍କା ରହିଛି ।

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories