www.samajalive.in
Monday, December 15, 2025
16.1 C
Bhubaneswar

ପର୍ଯ୍ୟଟକଙ୍କ ପାଇଁ ଖୋଲିଲା ଶିମିଳିପାଳ

ଡେସ୍କ  :  ଶିମିଳିପାଳ ଅଭୟାରଣ୍ୟ ଶନିବାରଠାରୁ ପର୍ଯ୍ୟଟକଙ୍କ ପାଇଁ ଖୋଲାଯାଇଛି । ଚଳିତ ବର୍ଷ ପର୍ଯ୍ୟଟକଙ୍କୁ ନୂଆ ଅନୁଭୂତି ଦେବା ପାଇଁ ଶିମିଳିପାଳ କର୍ତ୍ତୃପକ୍ଷ ଦୁଃସାହସିକ କ୍ରୀଡ଼ା, ଜଙ୍ଗଲ ସଫାରୀ ଓ ମାଉଣ୍ଟେନ୍‌‌ ସାଇକେଲିଂ ଭଳି କିଛି ନୂଆ ଧରଣର କ୍ରୀଡ଼ାକୁ ସାମିଲ କରିଛନ୍ତି । ପୂର୍ବରୁ ଧାର୍ଯ୍ୟ କରାଯାଇଥିବା ନଭେମ୍ବର ୧ ତାରିଖ ପରିବର୍ତ୍ତେ ଆଜିଠାରୁ ପର୍ଯ୍ୟଟକଙ୍କ ପାଇଁ ଶିମିଳିପାଳ ଖୋଲିବା ପାଇଁ ନିଷ୍ପତ୍ତି ନିଆଯାଇଥିଲା।

ଶିମିଳିପାଳରେ ଥିବା ଯାତ୍ରୀ ନିବାସଗୁଡ଼ିକରେ ରାତ୍ରୀଯାପନ ପାଇଁ ପର୍ଯ୍ୟଟକମାନେ ୱେବସାଇଟ୍‌‌ରେ ଅଗ୍ରୀମ ବୁକିଂ କରିପାରିବେ। ଯଶିପୁର-କାଳିଆଣି ଗେଟ୍‌‌ ଦେଇ ୩୫ଟି ଗାଡ଼ି ଏବଂ ବାରିପଦା-ଲୁଲୁଙ୍ଗ ପଟୁ ୨୫ଟି ଗାଡ଼ିକୁ ପ୍ରବେଶ ଅନୁମତି ମିଳିଛି। ଏଥିପାଇଁ ଅଭୟାରଣ୍ୟ କର୍ତ୍ତୃପକ୍ଷ ସମସ୍ତ ପ୍ରକାର ପଦକ୍ଷେପ ଗ୍ରହଣ କରିଛନ୍ତି । ପ୍ରତି ପର୍ଯ୍ୟଟକଙ୍କ ପାଇଁ ପ୍ରବେଶ ଶୁଳ୍କ ଧାର୍ଯ୍ୟ କରାଯାଇ ଥିବାବେଳେ ମାର୍ଗଦର୍ଶିକା ଅନୁପାଳନ ସହ ଅଭୟାରଣ୍ୟକୁ ସ୍ୱଚ୍ଛ ରଖିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଅଭୟାରଣ୍ୟ ଭିତରକୁ ପ୍ଲାଷ୍ଟିକ ସାମଗ୍ରୀ, ମାଦକ ଦ୍ରବ୍ୟ, ଆମିଷ ଓ ଅଗ୍ନିସଂଯୋଗକାରୀ ସାମଗ୍ରୀ ନ ନେବା ପାଇଁ ନିର୍ଦ୍ଦେଶ ଦିଆଯାଇଛି।

Hot this week

ଜାତିସଂଘ ଶିବିର ଉପରେ ଡ୍ରୋନ୍‌ ମାଡ଼: ସୁଦାନରେ ୬ ବାଂଲାଦେଶୀ ଯବାନ ମୃତ

ଖାର୍ଟୁମ: ଆଫ୍ରିକୀୟ ରାଷ୍ଟ୍ର ସୁଦାନରେ ଥିବା ଜାତିସଂଘ ଶିବିର ଉପରେ ଡ୍ରୋନ୍‌...

ହରିୟାଣା ରାଜପଥରେ ଏକାଧିକ ଦୁର୍ଘଟଣା

ଚଣ୍ଡିଗଡ଼: ଘନ କୁହୁଡି ଯୋଗୁଁ ହରିୟାଣାର ୫୨ ନମ୍ବର ରାଜପଥରେ ରବିବାର...

ଆଜିର ରାଶିଫଳ ; ସରକାରଙ୍କ ପ୍ରିୟପାତ୍ର ହୋଇପାରନ୍ତି ଆପଣ

ମେଷ : ଇନ୍ଦ୍ରୀୟ ଲାଳସା ନିର୍ବାପିତ କରିବାରେ ସିଦ୍ଧହସ୍ତ ହୋଇପାରନ୍ତି। ଧର୍ମଧ୍ବଜାଧାରୀ...

ଦିଲ୍ଲୀ ବାୟୁମଣ୍ଡଳ ସ୍ଥିତି ଉଦ୍‌ବେଗଜନକ: ଏକାଧିକ ସ୍ଥାନରେ ଏକ୍ୟୁଆଇ ୫୦୦ ଛୁଇଁଲା

ନୂଆଦିଲ୍ଲୀ: ବିଗତ କିଛି ଦିନ ଧରି ଦିଲ୍ଲୀ ସମେତ ସମଗ୍ର ଏନ୍‌ସିଆରରେ...

ପ୍ରେମରେ ବିଫଳ ପ୍ରେମିକର ଉନ୍ମତକାଣ୍ଡ: ପ୍ରେମିକା ସହ ନିଜ ବେକ କାଟିଦେଲା

ଫୁଲବାଣୀ: ପ୍ରେମରେ ବିଫଳ ହେବାପରେ ପ୍ରେମିକ ଘଟାଇଛି ଉନ୍ମତ୍ତକାଣ୍ଡ। ଛୁରିରେ ପ୍ରେମିକା...

Related Articles

Popular Categories