www.samajalive.in
Monday, December 8, 2025
20.1 C
Bhubaneswar

ଟ୍ରକ ଧକ୍କାରେ ଦୁଇ ବାଇକ ଆରୋହୀ ମୃତ

ଆନନ୍ଦପୁର:  ୨୦ ନମ୍ବର ଜାତୀୟ ରାଜପଥ କୋଲିମାଟି ଠାରେ ଟ୍ରକ ଚଢ଼ିଯିବାରୁ ଘଟଣା ସ୍ଥଳରେ ଦୁଇ ବାଇକ ଆରୋହୀଙ୍କ ମୃତ୍ୟୁ ଘଟିଛି । ଘଟଗାଁରୁ ଦ୍ରୁତ ଗତିରେ ଆସୁଥିବା ଦୁଇ ବାଇକ ଆରୋହୀ ଭାରସାମ୍ୟ ହରାଇ ଉଭୟେ ରାସ୍ତା ଉପରେ ଖସିପଡ଼ିଥିଲେ । ପଛରୁ ଆସୁଥିବା ଟ୍ରକ ନିୟନ୍ତ୍ରଣ ହରାଇ ତାଙ୍କ ମୁଣ୍ଡରେ ଚଢି ଘଟଣା ସ୍ଥଳରୁ ଫେରାର ହୋଇଯାଇଥିଲା । ଟ୍ରକ ଚକା ତଳେ ଚାପି ହୋଇ ୨ ବାଇକ ଆରୋହୀଙ୍କର ମୁଣ୍ଡ ଚାପି ହୋଇ ଯାଇଥିବାରୁ ସେମାନଙ୍କ ପରିଚୟ ମିଳିପାରିନାହିଁ ।
ଘସିପୁରା ପୁଲିସ ଉଭୟଙ୍କ ମୃତ ଶରୀରକୁ ରୋଗୀଯାନ ସହାୟତାରେ ଆନନ୍ଦପୁର ମୁଖ୍ୟ ଚିକିତ୍ସାଳୟରେ ପହଞ୍ଚାଇଥିଲା। ଖବର ଲେଖା ହେବା ପର୍ଯ୍ୟନ୍ତ ଉଭୟ ବାଇକ ଆରୋହୀଙ୍କ ପରିଚୟ ମିଳିପାରି ନାହିଁ ।

Hot this week

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

ସୂନାମୀ ଆଲର୍ଟ, ଜାପାନ୍‌ରେ ଜୋରଦାର ଭୂମିକମ୍ପ

ଟୋକିଓ - ଜାପାନରେ ଜୋରଦାର ଭୂମିକମ୍ପ ଅନୁଭୂତ ହୋଇଛି । ଜାପାନ...

ଋଷିକୂଲ୍ୟା ଅଞ୍ଚଳରେ ଅତିଥି ଧ୍ରୂବହଂସ

ଗଞ୍ଜାମ: ଶୀତର ଆଗମନରେ  ଋଷିକୁଲ୍ୟା ନଦୀ ମୁହାଣ ଅଞ୍ଚଳରେ ବିଦେଶୀ  ଅତିଥି...

ଟ୍ରେଲର ଧକ୍କାରେ ୩ ଗୁରୁତର

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ଚିଲିଗୁଡା ବସଷ୍ଟାଣ୍ଡ ବୁଲାଣିରେ ସୋମବାର ଏକ...

ପଞ୍ଜାବରେ ‘ସୁଟକେସ’ ରାଜନୀତି: ନଭଜୋତ କୌର ସିଦ୍ଧୁ କଂଗ୍ରେସରୁ ନିଲମ୍ବିତ

ସମାଜଲାଇଭ ଡେସ୍କ: ପଞ୍ଜାବ କଂଗ୍ରେସରେ ରାଜନୀତି ସରଗରମ ହୋଇଛି। ବରିଷ୍ଠ ନେତ୍ରୀ...

Related Articles

Popular Categories