www.samajalive.in
Sunday, December 7, 2025
13.1 C
Bhubaneswar

ଜାତୀୟ ଚଳଚ୍ଚିତ୍ର ପୁରସ୍କାର ପ୍ରଦାନ: ୱାହିଦା ରେହମାନଙ୍କୁ ଦାଦା ସାହେବ ଫାଲକେ ପୁରସ୍କାର

ନୂଆଦିଲ୍ଲୀ: ଆଜି ୬୯ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ପ୍ରଦାନ ସମାରୋହ ଅନୁଷ୍ଠିତ ହୋଇଯାଇଛି। କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମୁଖ୍ୟଅତିଥି ଭାବେ ଯୋଗଦେଇ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ପ୍ରଦାନ କରିଛନ୍ତି। ଏହି ଅବସରରେ ବଲିଉଡ ଜଗତର ବର୍ଷିଆନ ଖ୍ୟାତନାମା ଅଭିନେତ୍ରୀ ୱାହିଦା ରେହମାନଙ୍କୁ ଦାଦା ସାହେବ ଫାଲକେ ପୁରସ୍କାର ପ୍ରଦାନ କରାଯାଇଛି। ସେହିପରି ପୁଷ୍ପା ପାଇଁ ଅଲ୍ଲୁଅର୍ଜୁନ ଶ୍ରେଷ୍ଠ ଅଭିନେତା ପୁରସ୍କାର ପାଇଥିବାବେଳେ ଚଳଚ୍ଚିତ୍ର ‘ମିମି’ ପାଇଁ କ୍ରୀତି ସନ୍ନୋନ ଓ ଗଙ୍ଗୁବାଇ ଗାଥିଆୱାର୍ଡ ଲାଗି ଆଲିଆ ଭଟ୍ଟଙ୍କୁ ଶ୍ରେଷ୍ଠ ଅଭିନେତ୍ରୀ ପୁରସ୍କାର ପ୍ରଦାନ କରାଯାଇଛି। ପଙ୍କଜ ତ୍ରିପାଠୀ ଶ୍ରେଷ୍ଠ ସହଅଭିନେତା ଓ ପଲ୍ଲବୀ ଯୋଶୀ ଶ୍ରେଷ୍ଠ ସହଅଭିନେତ୍ରୀ ଭାବେ ପୁରସ୍କୃତ ହୋଇଛନ୍ତି।

ଜାତୀୟ ଚଳଚ୍ଚିତ୍ର ପୁରସ୍କାର ସମାରୋହରେ ଶ୍ରେଷ୍ଠ ଓଡ଼ିଆ ଫିଲ୍ମ ଭାବେ ପୁରସ୍କୃତ ହୋଇଛି ‘ପ୍ରତୀକ୍ଷା’। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କଠାରୁ ପୁରସ୍କାର ଗ୍ରହଣ କଲେ ନିର୍ଦେଶକ ତଥା ପ୍ରଯୋଜକ ଅନୁପମ ପଟ୍ଟନାୟକ। ଶ୍ରେଷ୍ଠ ଓଡ଼ିଆ ଫିଲ୍ମ ଭାବେ ଜାତୀୟ ପୁରସ୍କାର ମିଳିଥିବା ‘ପ୍ରତୀକ୍ଷା’ର ପ୍ରଯୋଜନା ଅମୀୟ ପଟ୍ଟନାୟକ କରିଥିବା ବେଳେ ନିର୍ଦେଶକ ଭାବେ ଦାୟିତ୍ବ ନିର୍ବାହ କରିଥିଲେ ଅନୁପମ ପଟ୍ଟନାୟକ। ଫିଲ୍ମଟି ମୁକ୍ତିଲାଭ ହେବା ପରେ ବେଶ ସଫଳତା ସାଉଁଟି ଥିଲା।
ଭିକ୍କି କୌଶଲଙ୍କ ଅଭିନୀତ ‘ସର୍ଦ୍ଦାର ଉଦ୍ଧମ’କୁ ଶ୍ରେଷ୍ଠ ସିନେମା ପୁରସ୍କାର ମିଳିଥିବାବେଳେ ଆରଆରଆରକୁ ସବୁ ଠାରୁ ଲୋକପ୍ରିୟ ସିନେମା ଭାବେ ଜାତୀୟ ଫିଲ୍ମ ପୁରସ୍କାର ଦେଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ।

- Advertisement -

ଜାତୀୟ ସଂହତି ପାଇଁ ବେଷ୍ଟ ଫିଚର୍‌ ଫିଲ୍ମ ଭାବେ ‘ଦି କଶ୍ମୀର ଫାଇଲ୍ସ’କୁ ଜାତୀୟ ପୁରସ୍କାର ପ୍ରଦାନ କରାଯାଇଛି। ସେହିପରି ଆର୍‌ ମାଧବନଙ୍କୁ ନିର୍ଦେଶନାରେ ପ୍ରସ୍ତୁତ ଚଳଚ୍ଚିତ୍ର ‘ରକେଟ୍ରି: ଦ ଦାମ୍ବି ଇଫେକ୍ଟ’ ପାଇଁ ଜାତୀୟ ଫିଲ୍ମ ପୁରସ୍କାର ଦିଆଯାଇଛି। ଅନ୍ୟପଟେ ଶ୍ରେୟା ଘୋଷାଲ ଶ୍ରେଷ୍ଠ ଗାୟିକା ଓ ଆରଆରଆର ପାଇଁ କାଲା ବୈରଭଙ୍କୁ ଶ୍ରେଷ୍ଠ ଗାୟକ ପୁରସ୍କାର ପ୍ରଦାନ କରାଯାଇଛି।

ନୂଆଦିଲ୍ଲୀର ବିଜ୍ଞାନ ଭବନରେ ୬୯ତମ ଜାତୀୟ ଫିଲ୍ମ ପୁରସ୍କାର ବିତରଣ ଉତ୍ସବ ଅନୁଷ୍ଠିତ ହୋଇଛି। ଗତ ଅଗଷ୍ଟ ୨୪ ତାରିଖରେ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ବିଜେତାଙ୍କ ତାଲିକା ପ୍ରକାଶ କରାଯାଇଥିଲା।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories