www.samajalive.in
Friday, December 5, 2025
20.1 C
Bhubaneswar

ଭିଜିଲାନ୍ସ ଦ୍ୱାରା କିରାଣୀ ଗିରଫ

ଧାମନଗର : ଧାମନଗର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର କନିଷ୍ଠ କିରାଣୀ ନିରଞ୍ଜନ ପରିଡ଼ାଙ୍କୁ ଭିଜିଲାନ୍ସ ଗିରଫ କରିଛି। ସୂଚନା ଅନୁଯାୟୀ ସେହି ସ୍ୱାସ୍ଥ୍ୟ କେନ୍ଦ୍ରର କର୍ମଚାରୀ ଅନନ୍ତ ଚରଣ ମୁଣ୍ଡାଙ୍କ ପୁରୁଣା ଏରିୟର ବିଲ ପାସ କରାଇ ଦେବା ପାଇଁ ୧୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ବାଲେଶ୍ୱର ଭିଜିଲାନ୍ସ ବିଭାଗ ଦ୍ୱାରା ଧରାପଡ଼ି ଗିରଫ ହୋଇଛନ୍ତି। କିରାଣୀ ନିରଞ୍ଜନ ପରିଡ଼ା ବିଲ ପାସ କରାଇବା ପାଇଁ ବାରମ୍ବାର ଅନନ୍ତ ଚରଣ ମୁଣ୍ଡାଙ୍କୁ ଫେରାଇବା ସହ ୧୦ ହଜାର ଟଙ୍କା ଲାଞ୍ଚ ମାଗିଥିଲେ। ଏଥିରେ ଅନନ୍ତ ଚରଣ ନିରାଶ ହୋଇ ଭିଜିଲାନ୍ସ ବିଭାଗର ଦ୍ୱାରସ୍ଥ ହୋଇଥିଲେ। ବାଲେଶ୍ୱର ଭିଜିଲାନ୍ସ ବିଭାଗ ଡ଼ିଏସପି ସନ୍ତୋଷ କୁମାର ସାମନ୍ତରାୟ ଧାମନଗର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଚଢଉ କରି ଅଭିଯୁକ୍ତ କିରାଣୀଙ୍କୁ ଟଙ୍କା ଲାଞ୍ଚ ନେଉଥିବା ବେଳେ ଗିରଫ କରିଛନ୍ତି।

Hot this week

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

Related Articles

Popular Categories