www.samajalive.in
Friday, December 12, 2025
27.1 C
Bhubaneswar

ମାର୍କଫେଡର ପୂର୍ବତନ ଆଞ୍ଚଳିକ ମ୍ୟାନେଜରଙ୍କୁ ଗିରଫ କଲା ଭିଜିଲାନ୍ସ

ଫୁଲବାଣୀ: ବୌଦ୍ଧ ଜିଲ୍ଲାର ତତ୍କାଳୀନ ମାର୍କଫେଡ ଏରିଆ ମ୍ୟାନେଜର ଭୂବନ ମୋହନ ଦାଶଙ୍କୁ ଗିରଫ କରିଛି ଭିଜିଲାନ୍ସ ବିଭାଗ। ତାଙ୍କୁ ଭୂବନେଶ୍ୱରର ବାଲିଅନ୍ତା ଅଞ୍ଚଳରୁ ଗିରଫ କରାଯାଇଥିବା ଭିଜିଲାନ୍ସ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା ଅନୁଯାୟୀ, ଶ୍ରୀ ଦାଶ ୨୦୦୭ ମସିହାରେ ବୌଦ୍ଧଠାରେ ମାର୍କଫେଡର ଆଞ୍ଚଳିକ ମ୍ୟାନେଜର ଦାୟିତ୍ବରେ ଥିବା ବେଳେ ତାଙ୍କ ବିରୋଧରେ ତିଳା ଓ ହଳଦୀ ବିହନ କିଣାରେ ୯ ଲକ୍ଷ ୬୬ ହଜାର ଟଙ୍କା ହଡପ କରିଥିବା ଅଭିଯୋଗ ହୋଇଥିଲା। ଏ ନେଇ ତାଙ୍କ ବିରୋଧରେ ଭିଜିଲାନ୍ସ ବିଭାଗ ପକ୍ଷରୁ ୩୦ ୨୦୦୭ରେ ଏକ ମାମଲା ରୁଜ୍ଜୁ କରାଯାଇଥିଲା। ଏହା ପୂର୍ବରୁ ୨୦୦୬ ମସିହାରେ ସେ କାର୍ଯ୍ୟରୁ ବହିଷ୍କୃତ ହୋଇଥିଲେ। ତେବେ ଅଭିଯୁକ୍ତ ଦାଶଙ୍କୁ ଧରିବାରେ ଭିଜିଲାନ୍ସ ବିଭାଗ ସଫଳ ହୋଇ ନ ଥିଲେ।

ପରେ ତାଙ୍କ ନାମରେ ଫୁଲବାଣୀ ସ୍ବତନ୍ତ୍ର ଭିଜିଲାନ୍ସ ଅଦାଲତ ଏକ ଜାମିନ ବିହୀନ ଓ୍ବାରେଣ୍ଟ ଜାରୀ କରିବା ପରେ ତାଙ୍କୁ ଧରିବା ପାଇଁ ଭିଜିଲାନ୍ସ ବିଭାଗ ଯୋଜନା ପ୍ରସ୍ତୁତ କରି ଏକ ସ୍ବତନ୍ତ୍ର ଟିମ ଗଠନ କରିଥିଲା। ତେବେ ଅଭିଯୁକ୍ତ ବାରମ୍ବାର ନିଜର ସ୍ଥାନ ସହ ମୋବାଇଲ ନମ୍ବର ପରିବର୍ତ୍ତନ କରି ଚାଲିଥିଲେ। ଭିଜିଲାନ୍ସ ପକ୍ଷରୁ ନଜର ରଖାଯିବା ସହ ମୋବାଇଲ ନମ୍ବର ଟ୍ରାକିଙ୍ଗ କରାଯାଇ ସେ ଭୂବନେଶ୍ୱରର ବାଲିଅନ୍ତା ଅଞ୍ଚଳରେ ଥିବା ଜଣାପଡିବା ପରେ ଚଢାଉ କରାଯାଇ ତାଙ୍କୁ ଗିରଫ କରାଯାଇଥିବା ଭିଜିଲାନ୍ସ ବିଭାଗ ପକ୍ଷରୁ ଜାରୀ କରାଯାଇଥିବା ଏକ ପ୍ରେସ ବିବୃତିରେ କୁହାଯାଇଛି।

Hot this week

ନିଆଁ ଆୟତ୍ତ : ନୋ ଲିମିଟ୍ ବାର୍‌କୁ ମିଳିନଥିଲା ଲାଇସେନ୍ସ

ଭୁବନେଶ୍ଵର: ଭୁବନେଶ୍ଵର ସତ୍ୟବିହାର ସ୍ଥିତ ଏକ ବାର୍‌ ରେ ଭୟାବହ ଅଗ୍ନିକାଣ୍ଡ...

ସ୍ତ୍ରୀକୁ ପେଟ୍ରୋଲ ଢାଳି ଜାଳିଦେଲା ସ୍ଵାମୀ

ପାଟଣାଗଡ: ପାଟଣାଗଡ ବେଲପଡା ଥାନା କଟାପାଲି ଗାଁରେ ବିଭତ୍ସ ହତ୍ୟାକାଣ୍ଡ ଘଟିଛି।...

ପୁଣି ସ୍କୁଲକୁ ବୋମା ଧମକ

ନୂଆଦିଲ୍ଲୀ : ଶୁକ୍ରବାର ସକାଳେ ଅମୃତସରର ପ୍ରତିଷ୍ଠିତ ସିନିୟର ଷ୍ଟଡି ସ୍କୁଲକୁ...

ପୁଣି ୩ ଡିଗ୍ରୀ ଛୁଇଁଲା ପାରଦ

ଭୁବନେଶ୍ବର : ସାରା ରାଜ୍ୟରେ ଶୀତ ଲହରୀ ଜାରି ରହିଛି। ଉତ୍ତର-ପଶ୍ଚିମ...

ରାଜଧାନୀରେ ନାବାଳିକାକୁ ଦୁଷ୍କର୍ମ !

ଭୁବନେଶ୍ଵର : ଭୁବନେଶ୍ଵରରେ ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ ହୋଇଛି। ଗୁରୁତର ଅବସ୍ଥାରେ...

Related Articles

Popular Categories