www.samajalive.in
Sunday, December 14, 2025
15.1 C
Bhubaneswar

ବୁଧବାର ରାଶିଫଳ (୧୮.୧୦.୨୦୨୩)

ମେଷ: ସ୍ବାଭିମାନୀ ହେବେ। ସହଯୋଗୀ ବ୍ୟବସାୟ ଲାଭଜନକ ହେବ। ପ୍ରତିଶୋଧ ପରାୟଣ ହୋଇପାରନ୍ତି। ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି। ସାରାଦିନ ସତର୍କରେ ଚଳିବାକୁ ପଡ଼ିବ।
ବୃଷ: ସମାଜସେବାରେ ନିଜକୁ ନିୟୋଜିତ କରିପାରନ୍ତି। ନିଜ କାର୍ଯ୍ୟ ପାଇଁ ମନରେ ଅହଂଭାବ ଜାତ ହୋଇପାରେ। ଶାନ୍ତ ଓ ଧୈର୍ଯ୍ୟବାନ୍‌ ହେବେ। ବ୍ୟବସାୟରୁ ପ୍ରଚୁର ଲାଭ ମିଳିବ। ପତ୍ନୀଙ୍କ ପରାମର୍ଶ ଉପାଦେୟ ହେବ।
ମିଥୁନ: ଆୟର ସ୍ବଳ୍ପତା ଦୃଷ୍ଟିରୁ ବାହ୍ୟ ଖର୍ଚ୍ଚକୁ ସୀମିତ କରିପାରନ୍ତି। ଭାଇମାନଙ୍କ ପ୍ରତି ସ୍ନେହଭାବ ରହିବ। ଆୟୁଷ୍ମାନ୍‌ ହେବେ। ଚତୁର ଓ ଶତ୍ରୁହନ୍ତା ହୋଇପାରନ୍ତି। ଚାକିରିରେ ସେବା ମନୋଭାବର ହେବେ।
କର୍କଟ: କର୍ମଚଞ୍ଚଳ ରହିବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ଦିଗରୁ ପ୍ରବାହିତ ହେବ। ତେଜସ୍ବୀ, ଧାର୍ମିକ ଓ ଆଦର୍ଶ ବ୍ୟକ୍ତିତ୍ବସମ୍ପନ୍ନ ହୋଇପାରନ୍ତି। ସୁସ୍ଥ ରହିବେ।
ସିଂହ: ଉଦାର ସ୍ବଭାବର ହେବେ। ଦାନଶୀଳ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ସୁସ୍ଥ ଓ ନିରାମୟ ରହିବେ। କୃଷକ ସମାଜକୁ ଉତ୍ସାହିତ କରିବେ। ଜଳଯାତ୍ରରେ ବିପଦ ଅଛି। ଯଶସ୍ବୀ ହେବେ।
କନ୍ୟା: ଆତ୍ମବିଶ୍ବାସୀ ହେବେ। ମନ ପ୍ରସନ୍ନ ରହିବ। ଭାଷା ମଧୁର ଓ ବ୍ୟବହାର ଭଦ୍ରୋଚିତ ହେବ। ପ୍ରେମୀ ଓ ସାହସୀ ହେବେ। ଅନୁଜମାନଙ୍କଠାରୁ ଆଦର, ସମ୍ମାନ ପାଇବେ। ଧାର୍ମିକ, ବନ୍ଧୁପ୍ରେମୀ ଓ ବିଦ୍ବାନ୍‌ ହେବେ।
ତୁଳା: ଭାଗ୍ୟଶାଳୀ ହୋଇପାରନ୍ତି। ପରଦେଶବାସୀ, ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ, ଉଦାର ଚରିତ ଓ ବିଦ୍ୟାପ୍ରେମୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ବନ୍ଧୁ ସହାୟତା ମିଳିପାରେ।
ବିଛା: ଐଶ୍ବର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି। ମାଲି ମୋକଦ୍ଦମାରେ ବିଜୟୀ ହେବେ। ଧନଲାଭ ହେବ। ରଣକ୍ଷେତ୍ରରେ ଯବାନ ବୀରତ୍ବ ପ୍ରଦର୍ଶନ କରିବେ। ଶ୍ରୀଚନ୍ଦ୍ର ଭୋଗ ହେତୁ ରୁଚିକର ଭୋଜନ ମିଳିପାରେ।
ଧନୁ: କର୍ମଚଞ୍ଚଳ ରହିବେ। ଥଣ୍ଡାଜନିତ ସାମାନ୍ୟ କ୍ଲେଶ ଅନୁଭବ କରିପାରନ୍ତି। ଏକାନ୍ତ ସାଧନା ଫଳବତୀ ହେବ। ମଧୁର କଥା କହି ପରକୁ ଆପଣାର କରିପାରନ୍ତି। ଧର୍ମ କାର୍ଯ୍ୟରେ ଧନ ବ୍ୟୟ କରିବେ। ସାହସୀ ହେବେ।
ମକର: ଆୟୁଷ୍ମାନ୍‌ ହେବେ। ଯଶସ୍ବୀ ହୋଇପାରନ୍ତି। ଲୋକପ୍ରିୟତା ଅର୍ଜନ କରିବେ। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ରାଜକୋଷ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। କରିତ୍‌କର୍ମା ହେବେ।
କୁମ୍ଭ: କୁଳ ପ୍ରଦୀପ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୟାର୍ଦ୍ରଚିତ୍ତ ହୋଇପାରନ୍ତି। ବ୍ୟବସାୟ ଲାଭଜନକ ହେବ। ଯଶସ୍ବୀ ହେବେ। ନିଜ ପରିବାର ପ୍ରତି ସ୍ନେହ, ସଦ୍ଦିଚ୍ଛା ଭାବେ ରହିବ।
ମୀନ: ଭାଗ୍ୟଶାଳୀ ହୋଇପାରନ୍ତି। ଦିନଟି ସୁଖସମୃଦ୍ଧିପୂର୍ଣ୍ଣ ହେବ। ଭୋଗ ବିଳାସ କରିପାରନ୍ତି। ଧର୍ମାତ୍ମା, ପ୍ରବାସପ୍ରିୟ, ବିଦ୍ବାନ୍‌, ସାହସୀ ଓ ସମ୍ପତ୍ତିବାନ୍‌ ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories