www.samajalive.in
Saturday, December 13, 2025
17.1 C
Bhubaneswar

ବ୍ୟାଙ୍କ ଅଫ୍‌ ବରୋଦା କଟକ କ୍ଷେତ୍ର ପକ୍ଷରୁ ହିନ୍ଦୀ ଦିବସ ପୁରସ୍କାର ବିତରଣ ସମାରୋହ ଅନୁଷ୍ଠିତ

କଟକ: ଅଗ୍ରଣୀ ରାଷ୍ଟ୍ରାୟତ୍ତ ବ୍ୟାଙ୍କ, ବ୍ୟାଙ୍କ ଅଫ୍‌ ବରୋଦା କଟକ କ୍ଷେତ୍ରୀୟ କାର୍ଯ୍ୟାଳୟ ପକ୍ଷରୁ ହିନ୍ଦୀ ଦିବସ ପୁରସ୍କାର ବିତରଣ ସମାରୋହ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ କଟକ କ୍ଷେତ୍ରୀୟ କାର୍ଯ୍ୟାଳୟଠାରେ ତା ୦୧.୦୯.୨୦୨୩ରୁ ୩୦.୦୯.୨୦୨୩ ରିଖ ମଧ୍ୟରେ ଆୟୋଜିତ ହୋଇଥିବା ବିଭିନ୍ନ ରାଜଭାଷା ପ୍ରତିଯୋଗିତା ପାଇଁ ପୁରସ୍କାର ଓ ପ୍ରଶଂସା ପତ୍ର ପ୍ରଦାନ କରାଯାଇଥିଲା ।

ବ୍ୟାଙ୍କର କଟକ କ୍ଷେତ୍ରର କ୍ଷେତ୍ରୀୟ ମୁଖ୍ୟ ରଞ୍ଜିତ କୁମାର ରାଷ୍ଟ୍ରର ବିକାଶରେ ରାଜଭାଷା ହିନ୍ଦୀର ଯୋଗଦାନ ଉପରେ ଆଲୋକପାତ କରିଥିଲେ ।

- Advertisement -

ହିନ୍ଦୀ ମାସ ଅବସରରେ କଟକ କ୍ଷେତ୍ରୀୟ କାର୍ଯ୍ୟାଳୟ ଓ ଶାଖାଗୁଡିକର ସମସ୍ତ କର୍ମଚାରୀଙ୍କ ପାଇଁ ବିଭିନ୍ନ ପ୍ରକାରର ପ୍ରତିଯୋଗିତାମାନ ଆୟୋଜନ କରାଯାଇଥିଲା । ଏହି ଅବସରରେ ରାଜଭାଷା କ୍ଷେତ୍ରରେ ଶ୍ରେଷ୍ଠ କାର୍ଯ୍ୟ ସମ୍ପାଦନ କରିଥିବା ବିଭାଗ ଏବଂ ଶାଖାଗୁଡିକୁ ମଧ୍ୟ ସମ୍ମାନିତ କରାଯାଇଥିଲା । ଏଥିରେ କଟକ କ୍ଷେତ୍ରର କ୍ଷେତ୍ରୀୟ ମୁଖ୍ୟ ରଞ୍ଜିତ କୁମାର ଓ ଉପ-କ୍ଷେତ୍ରୀୟ ମୁଖ୍ୟ ସଂଗ୍ରାମ ଜି.ପି. ବେହେରାଙ୍କ ସମେତ କଟକ କ୍ଷେତ୍ରୀୟ କାର୍ଯ୍ୟାଳୟ ଓ ଶାଖା କାର୍ଯ୍ୟାଳୟର କର୍ମଚାରୀଗଣ ଉପସ୍ଥିତ ଥିଲେ ।

Hot this week

ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ରେ ଆରମ୍ଭ ହେଲା ୭ମ ଇକୋ ରିଟ୍ରିଟ, ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର  :ଚଳିତବର୍ଷ ପାଇଁ ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ ମୁଖ୍ୟରାସ୍ତା ନିକଟ ରାମଚଣ୍ଡୀ...

ଦିଲ୍ଲୀରେ ସାଂସଦ ପ୍ରତାପ ଷଡ଼ଙ୍ଗୀ ଅସୁସ୍ଥ 

ନୀଳଗିରି: ଲୋକସଭା ଚାଲିଥିବା ବେଳେ ହଠାତ ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ...

ଦିବ୍ୟାଙ୍ଗ ଦୃଷ୍ଟିହୀନ ବୃଦ୍ଧା ପାଉନାହାନ୍ତି ସରକାରୀ ସହାୟତା

ଫୁଲବାଣୀ, : ନା ଅଛି ତାଙ୍କ ପାଇଁ ସରକାରଙ୍କ ତରଫରୁ ରହିବା...

ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ – ୪୦ ମିନିଟ୍‌ ପରେ ବି ପୁତିନ୍‌ ଦେଖା ଦେଲେନି

ନୂଆଦିଲ୍ଲୀ - ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ।...

ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ଦେଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର - ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ...

Related Articles

Popular Categories