www.samajalive.in
Monday, December 8, 2025
14.1 C
Bhubaneswar

ରଘୁବର ଦାସ ଓଡ଼ିଶାର ନୂଆ ରାଜ୍ୟପାଳ

ଭୁବନେଶ୍ବର : ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବରିଷ୍ଠ ବିଜେପି ନେତା ରଘୁବର ଦାସଙ୍କୁ ଓଡ଼ିଶାର ନୂତନ ରାଜ୍ୟପାଳ ଭାବେ ନିଯୁକ୍ତ କରାଯାଇଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏହି ନିଯୁକ୍ତି ଦେଇଥିବା ରାଷ୍ଟ୍ରପତି ଭବନରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ରଘୁବର ବର୍ତ୍ତମାନ ଓଡ଼ିଶା ରାଜ୍ୟପାଳ ଦାୟିତ୍ବରେ ଥିବା ପ୍ରଫେସର ଗଣେଶୀ ଲାଲଙ୍କ ସ୍ଥାନ ନେବେ। ସୂଚନା ଅନୁସାରେ, ଶ୍ରୀ ଦାସ ୧୯୫୫ ମସିହାରେ ମେ’ ୩ ତାରିଖରେ ଜାମସେଦପୁରରେ ଜନ୍ମଗ୍ରହଣ କରିଥିଲେ। ଜାମସେଦପୁର କୋଅପରେଟିଭ୍ କଲେଜରୁ ଶିକ୍ଷା ଲାଭ କରିଥିଲେ। ପରବର୍ତ୍ତୀ ସମୟରେ ସେ ଆଇନରେ ସ୍ନାତକ ଡିଗ୍ରୀ ହାସଲ କରି ଟାଟା ଷ୍ଟିଲ୍ କମ୍ପାନୀରେ ଯୋଗ ଦେଇଥିଲେ। ୧୯୭୭ରେ ଜନତା ପାର୍ଟିରେ ଯୋଗଦାନ ଏବଂ ପରେ ୧୯୮୦ରେ ବିଜେପିର ପ୍ରତିଷ୍ଠାତା ସଦସ୍ୟ ରହିଥିଲେ। ରଘୁବର ୫ଥର ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ସେ ଝାଡ଼ଖଣ୍ଡର ଉପମୁଖ୍ୟମନ୍ତ୍ରୀ ଓ ପରବର୍ତ୍ତୀ ସମୟରେ ଝାଡ଼ଖଣ୍ଡର ଷଷ୍ଠ ମୁଖ୍ୟମନ୍ତ୍ରୀ ଭାବରେ ଅବସ୍ଥାପିତ ହୋଇଥିଲେ। ସେ ଝାଡ଼ଖଣ୍ଡ ରାଜ୍ୟ ବିଜେପିର ସଭାପତି ଭାବରେ ଦୁଇଥର ମଧ୍ୟ କାର୍ଯ୍ୟ କରିଛନ୍ତି। ଜାମସେଦପୁର (ପୂର୍ବ) ବିଧାନସଭା ଆସନରୁ ସେ ବିହାର ବିଧାନସଭାକୁ ୧୯୯୫ରେ ନିର୍ବାଚିତ ହୋଇଥିଲେ ଏବଂ ୨୦୦୪ରେ ଝାଡ଼ଖଣ୍ଡ ରାଜ୍ୟ ବିଜେପିର ସଭାପତି ରୂପେ ଅବସ୍ଥାପିତ ହୋଇଥିଲେ। ୨୦୦୫ରେ ଅର୍ଜୁୁନ ମୁଣ୍ଡାଙ୍କ ନେତୃତ୍ବାଧୀନ ଝାଡ଼ଖଣ୍ଡ ବିଜେପି ସରକାରରେ ସେ ସହରାଞ୍ଚଳ ବିକାଶ ମନ୍ତ୍ରୀ ରୂପେ ଦାୟିତ୍ବ ତୁଲାଇଥିଲେ। ୨୦୦୯ରେ ସେ ଶିବୁ ସୋରେନଙ୍କ ସରକାରରେ ଉପମୁଖ୍ୟମନ୍ତ୍ରୀ ପଦରେ ଅବସ୍ଥାପିତ ହୋଇଥିଲେ। ୨୦୧୪ରେ ସେ ବିଜେପି ଜାତୀୟ କମିଟିରେ ସ୍ଥାନ ପାଇଥିଲେ ଓ ତାଙ୍କୁ ଦଳର ରାଷ୍ଟ୍ରୀୟ ଉପସଭାପତି ପଦ ମିଳିଥିଲା। ସେହିବର୍ଷ ବିଜେପି ସଂଖ୍ୟା ଗରିଷ୍ଠତା ହାସଲ କରିବା ପରେ ଝାଡ଼ଖଣ୍ଡର ପ୍ରଥମ ଅଣ ଆଦିବାସୀ ମୁଖ୍ୟମନ୍ତ୍ରୀ ହୋଇଥିଲେ ରଘୁବର ଦାସ। ସୂଚନାଯୋଗ୍ୟ, ପ୍ରଫେସର ଗଣେଶୀ ଲାଲଙ୍କ କାର୍ଯ୍ୟକାଳ ଗତ ମେ’ ୨୯ ତାରିଖରେ ଶେଷ ହୋଇଥିଲା। ଏହାପରେ ନୂତନ ରାଜ୍ୟପାଳଙ୍କ ନାମ ଘୋଷଣା ହୋଇନଥିବାରୁ ସେ ଦାୟିତ୍ବରେ ଥିଲେ।
ଅନ୍ୟପକ୍ଷରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତ୍ରିପୁରାର ରାଜ୍ୟପାଳ ଭାବେ ଇନ୍ଦ୍ର ସେନ ରେଡ୍ଡୀ ନାଲ୍ଲୁଙ୍କୁ ମଧ୍ୟ ନିଯୁକ୍ତି ଦେଇଛନ୍ତି। ସେ ତେଲେଙ୍ଗାନା ବିଜେପିର ଜଣେ ବରିଷ୍ଠ ନେତା। ସେ ୩ ଥର ବିଧାୟକ ମଧ୍ୟ ହୋଇଥିଲେ।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories