www.samajalive.in
Saturday, December 6, 2025
23.1 C
Bhubaneswar

ଆମ ଓଡିଶା ନବୀନ ଓଡିଶା, କେନ୍ଦ୍ରାପଡାରେ ଖର୍ଚ୍ଚ ହେବ ୧୨୪ କୋଟି ୫୦ ଲକ୍ଷ

ଡେସ୍କ: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆମ ଓଡିଶା ନବୀନ ଓଡିଶା ଅଭିଯାନର ଚତୁର୍ଥ ଦିନରେ କେନ୍ଦ୍ରାପଡା ଜିଲ୍ଲାରେ ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି। ଏଥିପାଇଁ କେନ୍ଦ୍ରାପଡା ଜିଲ୍ଲାର ୫ଟି ନିର୍ବାଚନ ମଣ୍ଡଳୀ ପାଇଁ ୧୨୪ କୋଟି ୫୦ ଲକ୍ଷ ଟଙ୍କା ମଂଜୁର ହୋଇଛି। ଏହିସବୁ ନିର୍ବାଚନମଣ୍ଡଳୀ ଗୁଡିକ ହେଉଛି ମହାକାଳପଡା, କେନ୍ଦ୍ରାପଡା, ପାଟକୁରା, ରାଜନଗର ଓ ଆଳି। ଏଥିରେ ୨୪୯ଟି ଗ୍ରାମପଞ୍ଚାୟତରେ ୩୩୫୩ଟି ପ୍ରକଳ୍ପ କରାଯିବ।

ଏହି କାର୍ଯ୍ୟକ୍ରମରେ ପ୍ରତି ଗାଁରେ ଜଗନ୍ନାଥ ସଂସ୍କୃତିର ପ୍ରସାର ଓ ପ୍ରତି ପୂଜାସ୍ଥଳୀର ବିକାଶ ଜରିଆରେ ଓଡିଶାର ସଂସ୍କୃତିର ମୂଳ ଭିତ୍ତିକୁ ସୁଦୃଢ କରାଯିବା ସହିତ ଡିଜିଟାଲ ଭିତ୍ତିଭୂମିର ମଧ୍ୟ ବିକାଶ କରାଯିବ। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଗାଁରେ ଡିଜିଟାଲ ଭିତ୍ତିଭୂମିର ବିକାଶ ଏହି ଯୋଜନାର ଅନ୍ୟତମ ଲକ୍ଷ୍ୟ। ଗାଁରେ ଇଣ୍ଟରନେଟ୍‌ ସଂଯୋଗ ମିଳିବ, ବିଜ୍ଞାନ ପାର୍କ ହେବ, ଦକ୍ଷତା ବିକାଶ କେନ୍ଦ୍ର ହେବ ଓ ବ୍ୟାଙ୍କିଙ୍ଗ ସୁବିଧା ମିଳିବ।

- Advertisement -

ଆଜିର କାର୍ଯ୍ୟକ୍ରମ ପାଇଁ କେନ୍ଦ୍ରାପଡା ଜିଲ୍ଲାର ୫ଟି ନିର୍ବାଚନମଣ୍ଡଳୀରେ ଆୟୋଜିତ କାର୍ଯ୍ୟକ୍ରମରେ ବିପୁଳ ଜନସମାଗମ ହୋଇଥିଲା। ୫ଟି ସଚିବ ଭି.କେ. ପାଣ୍ଡିଆନ ଏହି କାର୍ଯ୍ୟକ୍ରମକୁ ସଂଯୋଜନା କରି ରୂପାନ୍ତର କାର୍ଯ୍ୟ ଲୋକଙ୍କ ମଧ୍ୟରେ ଉତ୍ସାହ ସୃଷ୍ଟି କରିଛି ବୋଲି କହିଥିଲେ। ସେ କହିଥିଲେ ଯେ ‘ଆମ ଓଡିଶା ନବୀନ ଓଡିଶା’ କାର୍ଯ୍ୟକ୍ରମ ଯୋଗୁ ଓଡିଶାର ଗାଁ ଗୁଡିକ ହେବ ବିକାଶର କେନ୍ଦ୍ର। ଗାଁ ଲୋକଙ୍କୁ ଆଉ ସହର ଉପରେ ନିର୍ଭର କରିବାକୁ ପଡିବ ନାହିଁ। ତାଙ୍କ ଗସ୍ତ ପରେ ମୁଖ୍ୟମନ୍ତ୍ରୀ ବିଭିନ୍ନ ଅଞ୍ଚଳ ପାଇଁ ଯେଉଁ ଯେଉଁ ପ୍ରକଳ୍ପ ସବୁ ମୁଖ୍ୟମନ୍ତ୍ରୀ ମଞ୍ଜୁର କରିଛନ୍ତି, ସେ ସଂପର୍କରେ ଶ୍ରୀ ପାଣ୍ଡିଆନ ସୂଚନା ଦେଇଥିଲେ। ଆମ ଓଡିଶା, ନବୀନ ଓଡିଶା କାର୍ଯ୍ୟକ୍ରମରେ ଲୋକଙ୍କ ପ୍ରସ୍ତାବିତ ପ୍ରକଳ୍ପ ଓ ଆବଶ୍ୟକତାକୁ ଦେଖି ମୁଖ୍ୟମନ୍ତ୍ରୀ ଅର୍ଥ ମଞ୍ଜୁର କରିଛନ୍ତି ।

ଶ୍ରୀ ପାଣ୍ଡିଆନ ସୂଚନା ଦେଇ କହିଥିଲେ ଯେ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ସହିତ ଜନ ଅଭିଯୋଗ ଶୁଣାଣି ଭିତ୍ତିରେ ମୁଖ୍ୟମନ୍ତ୍ରୀ ସ୍ବତନ୍ତ୍ର ସହାୟତା କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ସବୁ ଜିଲ୍ଲା ପାଇଁ ଅର୍ଥ ମଞ୍ଜୁର କରିଛନ୍ତି। କେନ୍ଦ୍ରାପଡା ଜିଲ୍ଲାର ମହାକାଳପଡା ଅଞ୍ଚଳରେ ମା’ ରାମଚଣ୍ଡୀ ମନ୍ଦିର ପାଇଁ ୫.୮୭ କୋଟି, ଜମ୍ବୁ ଲକ୍ ଏରିଆ ସୌନ୍ଦର୍ଯ୍ୟକରଣ ପାଇଁ ୭.୫୦ କୋଟି, ମାର୍ଶାଘାଇ ଡିଗ୍ରୀ କଲେଜ ଓ ଉଚ୍ଚ ମାଧ୍ୟମିକ ସ୍କୁଲ ପାଇଁ ୨ କୋଟି, ବାୟାବାବା ଡିଗ୍ରୀ କଲେଜ ପାଇଁ ୧ କୋଟି, ହୁକିଟୋଲା ପର୍ଯ୍ୟଟନ କ୍ଷେତ୍ର ପାଇଁ ୧.୮୭ କୋଟି ଟଙ୍କା ମଞ୍ଜୁର ହୋଇଛି। କେନ୍ଦ୍ରାପଡା ଅଞ୍ଚଳରେ କେନ୍ଦ୍ରାପଡା ସ୍ୱୟଂଶାସିତ କଲେଜ ଓ ଉଚ୍ଚ ମାଧ୍ୟମିକ ସ୍କୁଲ ପାଇଁ ୨.୭୫ କୋଟି, ତୁଳସୀ ମହିଳା ମହାବିଦ୍ୟାଳୟ ପାଇଁ ୧.୭୫ କୋଟି, ବିରୂପା କଲେଜ ପାଇଁ ୧ କୋଟି, ବଳଦେବ ଜୀଉ ମନ୍ଦିର ପାଇଁ ୫.୯୫ କୋଟି ଟଙ୍କା ମଞ୍ଜୁର ହୋଇଛି। ପାଟକୁରା ଅଞ୍ଚଳରେ ଦଧିବାମନ ଜୀଉ ପାଇଁ ୪.୯୬ କୋଟି, ଲୋକନାଥ ଡିଗ୍ରୀ କଲେଜ ଓ ଉଚ୍ଚମାଧ୍ୟମିକ ସ୍କୁଲ ପାଇଁ ୨ କୋଟି, କରିଲୋପାଟଣା ଡିଗ୍ରୀ କଲେଜ ପାଇଁ ୧.୨୫ କୋଟି, କରିଲୋପାଟଣା ଉଚ୍ଚମାଧ୍ୟମିକ ସ୍କୁଲ ପାଇଁ ୧ କୋଟି, ଉତ୍କଳ ଗ୍ରାମୀଣ ପ୍ରଡ୍ୟୁସର ଗ୍ରୁପ ୦.୨୫ କୋଟି ଟଙ୍କା ମଞ୍ଜୁର ହୋଇଛି। ରାଜନଗର ଅଞ୍ଚଳରେ ସାତଭାୟା ଲୋକଙ୍କ ଥଇଥାନ ପାଇଁ ୨୨.୫୨ କୋଟି, କେରଡାଗଡ ବାୟାବାବା ମଠ ପାଇଁ ୪.୯୬ କୋଟି, ବଗପାଟିଆ ପଞ୍ଚୁବରାହୀ ମନ୍ଦିର ପାଇଁ ୪.୯୪ କୋଟି, କେରଡାଗଡ ଜଗନ୍ନାଥ ମନ୍ଦିର ପାଇଁ ୩.୦୩ କୋଟି, ବ୍ରାହ୍ମଣୀ ସେତୁ ପାଇଁ ୫୯.୮୭ କୋଟି ଟଙ୍କା ମଞ୍ଜୁର ହୋଇଛି। ଆଳି ଅଞ୍ଚଳରେ ଲକ୍ଷ୍ମୀବରାହ ଜୀଉ ମନ୍ଦିର ପାଇଁ ୭.୯୬ କୋଟି ଟଙ୍କା ମଞ୍ଜୁର କାରାଯାଇଛି। ଏହିପରି କେନ୍ଦ୍ରାପଡା ଜିଲ୍ଲାରେ ୨୧ଟି ପ୍ରକଳ୍ପ ପାଇଁ ୧୪୨.୪୩ କୋଟି ଟଙ୍କା ମୁଖ୍ୟମନ୍ତ୍ରୀ ମଞ୍ଜୁର କରିଛନ୍ତି ବୋଲି ୫ଟି ସଚିବ ପ୍ରକାଶ କରିଥିଲେ। ଏହାଛଡା କେନ୍ଦ୍ରାପଡା ଜିଲ୍ଲାର ସିକିମ୍ ରୟତ ମାନଙ୍କୁ ଖୁବ ଶୀଘ୍ର ଜମିପଟ୍ଟା ଦିଆଯିବ ବୋଲି ଶ୍ରୀ ପାଣ୍ଡିଆନ କହିଥିଲେ। ଏହା ଦ୍ୱାରା ଜିଲ୍ଲାର ୫୦ ହଜାର ପରିବାର ଉପକୃତ ହେବେ।

Hot this week

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

Related Articles

Popular Categories