www.samajalive.in
Monday, December 8, 2025
27.1 C
Bhubaneswar

ଆମ୍ବୁଲାନ୍ସ – ଯାତ୍ରୀବାହୀ ବସ ମୁହାଁମୁହିଁ ଧକ୍କା, ୧୪ ଗୁରୁତର

ଡେସ୍କ: ଭଦ୍ରକ ଆଗରପଡ଼ା ଅରଞ୍ଜି ଛକ ନିକଟରେ ୧୦୨ ଆମ୍ବଲାନ୍ସ ଓ ଯାତ୍ରୀବାହୀ ବସ୍‌‌ କ୍ରୀଷ୍ଣା ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ୧୪ ଜଣ ଗୁରୁତର ଆହତ ହୋଇଛନ୍ତି। ସୂଚନା ଅନୁଯାୟୀ, ଭଦ୍ରକ ଜିଲ୍ଲା ଆଗରପଡ଼ା ନିକଟସ୍ଥ ଅରଞ୍ଜି ଛକ ନିକଟରେ କ୍ରୀଷ୍ଣା ନାମକ ଯାତ୍ରୀବାହୀ ବସ ଓ ଜଣେ ଗର୍ଭବତୀକୁ ନେଇ ଯାଉଥିବା ଏକ ଆମ୍ବୁଲାନ୍ସ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା। ଫଳରେ ବସଟି ଭାରସାମ୍ୟ ହରାଇ ରାସ୍ତାକଡ଼ ବିଲ ମଧ୍ୟକୁ ଓଲଟି ପଡିଥିଲା। ଆସନ୍ତାକାଲି ଠାରୁ ବସ ଧର୍ମଘଟ ପାଇଁ ଡାକରା ଦିଆଯାଇଥିବାରୁ ବସରେ ଭରପୁର ଯାତ୍ରୀ ଥିଲେ।

ସେହି ସମୟରେ ସ୍ଥାନୀୟ ଲୋକେ ଉଦ୍ଧାର ପାଇଁ ଆଗେଇ ଆସିଥିଲେ। ଏହି ଦୁର୍ଘଟଣାରେ ୧୬ ଜଣ ଆହତ ହୋଇଥିବା ବେଳେ ୧୪ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ସମସ୍ତ ଆହତଙ୍କୁ ଭଦ୍ରକ ମେଡିକାଲ୍‌ରେ ଭର୍ତ୍ତି କରାଯାଇଥିବା ଜଣାପଡିଛି। ଆମ୍ବୁଲାନ୍ସ ଚାଳକଙ୍କ ଅବସ୍ଥା ଅତି ଗୁରୁତର ଥିବା ସୂଚନା ମିଳିଛି।

Hot this week

ବଢିଛି ଡିଜିଟାଲ ଆରେଷ୍ଟ

ଭୁବନେଶ୍ଵର: ବିଜେପି ସରକାରରେ ବଢିଛି ଡିଜିଟାଲ ଆରେଷ୍ଟ। ଆଜି ଏ ନେଇ...

ଆମେରିକା ସହିତ ଶାନ୍ତି ଆଲୋଚନା ସହଜ ନୁହେଁ : ଜେଲେନସ୍କି

ସମାଜ ଲାଇଭ ଡେସ୍କ : ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କହିଛନ୍ତି...

୪ ବର୍ଷରେ ନଦୀରେ ବୁଡି ୧୭୫୦ ମୃତ

ଭୁବନେଶ୍ଵର : ୪ ବର୍ଷରେ ନଦୀରେ ବୁଡି ଯାଇଛି ୧୭୫୦ ଜୀବନ।...

ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର

ଭୁବନେଶ୍ଵର:ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର। ୨୦୧୭ ମସିହାରୁ ୨୦୧୯ ମସିହା...

ନାବାଳିକା ଆତ୍ମହୁତି ଘଟଣାରେ ସରକାରଙ୍କୁ ନବୀନଙ୍କ ନିଶାଣ

ସମାଜ ଲାଇଭ ଡେସ୍କ : ରାଜଗାଙ୍ଗପୁର ନାବାଳିକା ଆତ୍ମହୁତି ଘଟଣାରେ ଦୁଖ...

Related Articles

Popular Categories