ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ହେବ ଅବପାତରେ ପରିଣତ, ପ୍ରଭାବରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା

ଭୁବନେଶ୍ବର: ଦକ୍ଷିଣ-ପୂର୍ବ ଓ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଆହୁରି ଘନୀଭୂତ ହୋଇ ଏକ ସୁଦୃଶ୍ୟ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି । ଆଗାମୀ ୨୨ ତାରିଖ ସୁଦ୍ଧା ଏହା ଆହୁରି ଘନୀଭୂତ ହୋଇ ଏକ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି । ଏହାର ପ୍ରଭାବରେ ଆସନ୍ତା ୨୫ ତାରିଖ ପର୍ଯ୍ୟନ୍ତ ଉପକୂଳ, ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶାର କେତେକ ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ବିଶେଷକରି ଉପକୂଳ ଓଡ଼ିଶାର ଜିଲ୍ଲା ଏବଂ ମୟୁରଭଞ୍ଜ, କକନ୍ଦୁଝର, ଅନୁଗୁଳ, କେଙ୍କାନାଳ, କବୌଦ୍ଧ ,କନ୍ଧମାଳ, ରାୟଗଡା, କକାରାପୁଟ ଏବାଂ ମାଲକାନଗିରି ଜିଲାରେ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ।

ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଗତକାଲି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ସେହି ଅଞ୍ଚଳରେ ସକ୍ରିୟ ରହିବା ସହ ଘୂର୍ଣ୍ଣିବଳୟ ବାୟୁମଣ୍ଡଳ ମଧ୍ୟଭାଗ ପର୍ୟ୍ୟନ୍ତ ବ୍ୟାପିଛି। ଲଘୁଚାପ ଆହୁରି ଘନୀଭୂତ ହୋଇ ୨୩ ତାରିଖ ବେଳକୁ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି। ଅନ୍ୟପଟେ ଆରବସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ବାତ୍ୟା ରୂପ ନେବାର ସମ୍ଭାବନା ରହିଛି। ଲଘୁଚାପ ଘନୀଭୂତ ହେବା ଦ୍ବାରା ଆରବସାଗରରେ ସୃଷ୍ଟି ହୋଇଛି ଅବପାତ। ଆଗାମୀ ୨୪ ଘଣ୍ଟା ମଧ୍ୟରେ ଏହା ବାତ୍ୟା ରୂପ ନେବାର ସମ୍ଭାବନା ରହିଛି। ୨୨ ତାରିଖ ସୁଦ୍ଧା ଭୀଷଣ ବାତ୍ୟାରେ ରୂପ ନେବ ବୋଲି ପାଣିପାଗ ବିଶେଷଜ୍ଞ ଆକଳନ କରିଛନ୍ତି। ସମ୍ଭାବ୍ୟ ବାତ୍ୟା ୨୪ ତାରିଖ ସକାଳ ପରଠାରୁ ଦକ୍ଷିଣ ଓମାନ ଏବଂ ପାର୍ଶ୍ବବର୍ତ୍ତୀ ୟେମେନ ଉପକୂଳ ମୁହାଁଇପାରେ ବୋଲି ପାଣିପାଗ ବିଶେଷଜ୍ଞ ପୂର୍ବାନୁମାନ କରିଛନ୍ତି।

prayash

ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ୨୨ ତାରିଖ ସକାଳ ପର୍ୟ୍ୟନ୍ତ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ ଗତି କରିବା ପରେ ଗତିପଥ ବଦଳାଇ ଧୀରେ ଧୀରେ ଉତ୍ତର-ଉତ୍ତର-ପୂର୍ବ ଦିଗରେ ବାଂଲାଦେଶ ଉପକୂଳକୁ ମୁହାଁଇବାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାର ପ୍ରଭାବରେ ୨୩ ଓ ୨୪ ତାରିଖରେ ଉପକୂଳ ଓଡ଼ିଶାର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ଥିବାବେଳେ ପାର୍ଶ୍ବବର୍ତ୍ତୀ କେନ୍ଦୁଝର, ମୟୂରଭଞ୍ଜ, ଅନୁଗୋଳ, ଢେଙ୍କାନାଳ, କନ୍ଧମାଳ, ରାୟଗଡ଼ା, କୋରାପୁଟ ଏବଂ ମାଲକାନଗିରି ଜିଲାର ଗୋଟିଏରୁ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ୨୪ ଓ ୨୫ରେ ଉପକୂଳ ଓଡ଼ିଶାର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣ ବର୍ଷା କେନ୍ଦୁଝର, ମୟୂରଭଞ୍ଜ, ଅନୁଗୋଳ ଏବଂ ଢେଙ୍କାନାଳର କେତେକ ସ୍ଥାନରେ ମଧ୍ୟମ ଧରଣ ବର୍ଷା ହେବାର ସମ୍ଭାବନା ରହିଛି। ଲଘୁଚାପ ପ୍ରଭାବରେ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଗଭୀର ସମୁଦ୍ର ଅଞ୍ଚଳରେ ୨୨ ତାରିଖରେ ପବନର ବେଗ ଘଣ୍ଟା ପ୍ରତି ୪୫ରୁ ୫୫ କି.ମି ଏବଂ ଉତ୍ତର ବଙ୍ଗୋପସାଗର ସଂଲଗ୍ନ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଘଣ୍ଟା ପ୍ରତି ପବନର ବେଗ ୫୦ରୁ ୬୦କି.ମି ରହିପାରେ।

ସ୍ଥଳବିଶେଷରେ ଝଟକା ପବନର ବେଗ ଘଣ୍ଟା ପ୍ରତି ୭୦କି.ମି ଛୁଇଁପାରେ। ୨୪ ତାରିଖରୁ ଓଡ଼ିଶା ଉପକୂଳ ଏବଂ ତା’ର ଆଖାପାଖ ଅଞ୍ଚଳରେ ଘଣ୍ଟା ପ୍ରତି ୪୫ରୁ ୬୫କି.ମି ବେଗରେ ପବନ ବହିପାରେ। ଉପରୋକ୍ତ ସମୟରେ ଏହି ସବୁ ଅଞ୍ଚଳରେ ସମୁଦ୍ର ଅଶାନ୍ତ ରହିବା ସମ୍ଭାବନା ଥିବାରୁ ୨୨ତାରିଖରୁ ପଶ୍ଚିମ- କେନ୍ଦ୍ରୀୟ ବଙ୍ଗୋପସାଗର, ୨୩ ତାରିଖରୁ ପଶ୍ଚିମ-କେନ୍ଦ୍ରୀୟ ସଂଲଗ୍ନ ଉତ୍ତର ବଙ୍ଗୋପସାଗର ଓ ଓଡ଼ିଶା ଉପକୂଳକୁ ମତ୍ସ୍ୟଜୀବୀ ଗଭୀର ସମୁଦ୍ର ଭିତରକୁ ନଯିବାକୁ ପାଣିପାଗ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି।

ପାଣିପାଗ ବିଶେଷଜ୍ଞ ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକ କହିଛନ୍ତି, ଲଘୁଚାପ ୨୩ ପରେ ଦିଗ ପରିବର୍ତ୍ତନ କରି ଓଡ଼ିଶା ଉପକୂଳ ସମାନ୍ତରାଳରେ ତଥା ଦୂରରେ ବାଂଲାଦେଶ ଆଡ଼କୁ ମୁହାଁଇବା ସମ୍ଭାବନା ରହିଛି। ଏହା ୨୬ରେ ବାଂଲାଦେଶ ଉପକୂଳ ଅତିକ୍ରମ କରିବ। ଓଡ଼ିଶା ଉପକୂଳ ଦୂରରେ ଯିବାର ସମ୍ଭାବନା ଥିବାରୁ ରାଜ୍ୟରେ ତାହାର ପ୍ରଭାବ ପଡି ନପାରେ। ୨୪ରେ ଗୋପାଳପୁରରୁ ଦକ୍ଷିଣରେ ଏବଂ ବିଶାଖାପାଟଣାରୁ ପୂର୍ବରେ ଗଭୀର ସମୁଦ୍ର ଭିତରେ ରହିବ। କିନ୍ତୁ ଇସିଏମ୍‌ଡବ୍ଲ୍ୟୁଏଫ ମଡେଲ କହୁଛି, ଏହା ଛୋଟ ବାତ୍ୟା ରୂପ ନେଇପାରେ। ଜିଏଫଏସ୍‌ ମଡେଲ ଆକଳନ କହୁଛି, ଏହା ଗଭୀର ଅବପାତରେ ହଁି ରହିପାରେ ବୋଲି ସେ କହିଛନ୍ତି।

Comments are closed.