www.samajalive.in
Monday, December 15, 2025
16.1 C
Bhubaneswar

ଭୁବନେଶ୍ବର ଭସାଣି ଶୋଭାଯାତ୍ରାରେ ବୁଲିଲା ଖଣ୍ଡା, ୨ ଆହତ

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରେ ଭସାଣ ଉତ୍ସବ ଚାଲିଥିବାବେଳେ ପୂର୍ବ ଶତ୍ରୁତାରୁ ଗୋଟିଏ ଗୋଷ୍ଠୀ ଅନ୍ୟଗୋଷ୍ଠୀକୁ ଆକ୍ରମଣ କରିବାରୁ ୨ଜଣ ଆହତ ହୋଇଛନ୍ତି।

ଆଜି ରସୁଲଗଡ଼ ପୂଜା ମଣ୍ଡପର ଭସାଣି ଶୋଭାଯାତ୍ରାବେଳେ ଗଣ୍ଡଗୋଳ ହୋଇଛି। ରସୁଲଗଡ଼ ଦୁର୍ଗାପୂଜା କମିଟି ପକ୍ଷରୁ ଆୟୋଜିତ ଶୋଭାଯାତ୍ରା ଏକ ହୋଟେଲ ନିକଟରେ ପହଞ୍ଚିବା ପରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଗୋଟିଏ ଗୋଷ୍ଠୀର ଯୁବକମାନେ ଅନ୍ୟ ଏକ ଗୋଷ୍ଠୀର ଯୁବକମାନଙ୍କୁ ଖଣ୍ଡାରେ ଆକ୍ରମଣ କରିଥିଲେ। ଏହି ଆକ୍ରମଣରେ ୨ଜଣ ଆହତ ହୋଇଛନ୍ତି। ଘଟଣା ସ୍ଥଳରେ ପୁଲିସ ପହଞ୍ଚି ପରିସ୍ଥିତିକୁ ନିୟନ୍ତ୍ରଣାଧିନ କରିଥବାବେଳେ ଗୋଟିଏ ଗୋଷ୍ଠୀର ଯୁବକମାନେ ଅଭିଯୁକ୍ତକୁ ଗିରଫ ଦାବି କରିଛନ୍ତି। ଅପରପକ୍ଷରେ  ଆହତ ୨ଜଣ ଯୁବକଙ୍କୁ ଚିକିତ୍ସା ପାଇଁ ମେଡ଼ିକାଲରେ ଭର୍ତ୍ତି କରାଯାଇଛି।  ସେହିପରି ଗଣ୍ଡଗୋଳ ମାମଲାରେ ୨ଜଣ ଯୁବକଙ୍କୁ ଅଟକ ରଖି ପୁଲିସ ପଚରାଉଚୁତା ଜାରି ରଖିଛି। ଘଟଣାସ୍ଥଳରେ ବ୍ୟାପକ ପୁଲିସ ମୁତୟନ କରାଯାଇଛି ଏବଂ ଘଟଣାର ତଦନ୍ତ ଚାଲିଥିବା ସୂଚନା ଦିଆଯାଇଛି।

Hot this week

ପିକନିକ୍‌ରୁ ଫେରିବାବେଳେ ଦୁର୍ଘଟଣା..

ଛତ୍ରପୁର: ଛତ୍ରପୁର ଜାତୀୟ ରାଜପଥ ଏକାମ୍ରନଗରରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। କୋରାପୁଟରୁ...

ବହିଷ୍କୃତ ପରେ ମୁହଁ ଖୋଲିଲେ ମୋକିମ୍‌: ମୋ ବିଚାରଧାରା କଂଗ୍ରେସ ସହ ଅଛି

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସରୁ ବହିଷ୍କୃତ ହେବା ପରେ ପ୍ରତିକ୍ରିୟା ରଖିଛନ୍ତି...

ମୁମ୍ବଇରେ ମେସି ମାନିଆ

ମୁମ୍ବଇ : ବିଶ୍ବବିଜେତା ଆର୍ଜେଣ୍ଟିନା ଫୁଟ୍‌ବଲ ଦଳର ଅଧିନାୟକ ଲିଓନେଲ୍ ମେସି...

ମେସିଙ୍କୁ ଜର୍ସି ଉପହାର ଦେଲେ ସଚିନ

ମୁମ୍ବଇ :କ୍ରିକେଟ୍ କିମ୍ବଦନ୍ତୀ ସଚିନ ତେନ୍ଦୁଲକରଙ୍କୁ କ୍ରିକେଟ ଜଗତର ସବୁଠାରୁ ବଡ...

ବର୍ଦ୍ଧିତ ବେତନ ଦାନ କରିବେ ବରଗଡ଼ ବିଧାୟକ

ବରଗଡ଼ : ଓଡ଼ିଶା ସରକାର ବିଧାୟକ ଓ ମନ୍ତ୍ରୀମାନଙ୍କ ଦରମା ବୃଦ୍ଧି...

Related Articles

Popular Categories