www.samajalive.in
Monday, December 8, 2025
27.1 C
Bhubaneswar

ପଞ୍ଜୀକୃତ ନିର୍ମାଣ ଶ୍ରମିକଙ୍କ ପାଇଁ ସହାୟତା ଶିବିର, ୪୦୯ ଜଣଙ୍କୁ ୨,୪୮,୧୯,୦୦୦/- ଟଙ୍କାର ସହାୟତା ରାଶି ପ୍ରଦାନ

ଭୁବନେଶ୍ୱର : ଆଜି ସହକାରୀ ଶ୍ରମ କାର୍ଯ୍ୟାଳୟ, ବାଲୁଗାଁ ଅଧିନସ୍ଥ ବାଣପୁର, ବାଲୁଗାଁ ଓ ଚିଲିକା ବ୍ଲକ ତଥା ପୌର ପରିଷଦରେ ପଞ୍ଜୀକୃତ ନିର୍ମାଣ ଶ୍ରମିକମାନଙ୍କ ପାଇଁ ଏକ ସହାୟତା ଶିବିର ଅନୁଷ୍ଠିତ ହୋଇଯାଇଛି। ଯୁଗ୍ମ ଶ୍ରମ ଆୟୁକ୍ତ କାର୍ଯ୍ୟାଳୟ, ଭୁବନେଶ୍ୱର ଦ୍ୱାରା ପରଚାଳିତ ‘ନିର୍ମାଣ ଶ୍ରମିକ କଲ୍ୟାଣ’ ଯୋଜନା ଅଧିନରେ ଏହି ସହାୟତା ଶିବିର ପୂର୍ତ୍ତ ବିଭାଗ ଡାକବଙ୍ଗଳା, ସୁନାଖଳାଠାରେ ଆୟୋଜିତ ହୋଇଥିଲା। ଏହି ଶିବିରରେ କଲ୍ୟାଣ ବୋର୍ଡ ଅଧୀନରେ ପଂଜିକୃତ ୧୦୫ଜଣ ଶ୍ରମିକଙ୍କୁ ମୃତୁ୍ୟକାଳୀନ ସହାୟତା ବାବଦରେ ସେମାନଙ୍କ ମନୋନୀତ/ଉତ୍ତରାଧିକାରୀଙ୍କୁ ୨,୦୪,୦୦,୦୦୦/- ଓ ୧୦୩ ଜଣଙ୍କୁ ଅନ୍ତେଷ୍ଟିକ୍ରୀୟା ସହାୟତା ବାବଦରେ ୫,୧୫,୦୦୦/- ଟଙ୍କା ପ୍ରଦାନ କରାଯାଇଥିଲା।

ସେହିପରି ବିବାହକାଳୀନ ସହାୟତା ବାବଦରେ ୬୦ଜଣଙ୍କୁ ୨୯,୦୦,୦୦୦/-ଟଙ୍କା ସହାୟତା ରାଶି, ଶିକ୍ଷା ସହାୟତା ବାବଦରେ ୧୩୧ ଜଣଙ୍କୁ ୯,୦୯,୦୦୦./- ଟଙ୍କା, ପ୍ରସବକାଳୀନ ସହାୟତା ବାବଦରେ ୧୦ ଜଣଙ୍କୁ ୧,୦୦,୦୦୦/ ଟଙ୍କା ପ୍ରଦାନ କରାଯାଇଥିଲା। ଏହିସବୁ ସହାୟତା ବାବଦରେ ସର୍ବମୋଟ ୪୦୯ ଜଣଙ୍କୁ ୨,୪୮,୧୯,୦୦୦/- ଟଙ୍କାର ସହାୟତା ରାଶି ପ୍ରଦାନ କରାଯାଇଥିଲା। ଏହା ଶିବିରରେ ରାଜ୍ୟସଭା ସାଂସଦ ମାନସ ରଞ୍ଜନ ମଙ୍ଗରାଜ ମୁଖ୍ୟ ଅତିଥିଭାବେ ଯୋଗଦେଇ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଲୋକାଭିମୁଖୀ ଯୋଜନାରେ ଅଧିକରୁ ଅଧିକ ନିର୍ମାଣ ଶ୍ରମିକ ଭଉଣୀ ଓ ଭାଇମାନେ ସାମିଲ ହେବା ପାଇଁ ନିବେଦନ କରିଥଲେ। ଏଥି ସହ ୨୩୭ ଜଣ ନୂତନ ଭାବେ ପଞ୍ଜୀକୃତ ନିର୍ମାଣ ଶ୍ରମିକଙ୍କୁ ପରିଚୟ ପତ୍ର ବଣ୍ଟନ କରାଯାଇଥିଲା।

- Advertisement -

ଏହି ଶିବିରକୁ ଭାରପ୍ରାପ୍ତ ଜିଲା ଶ୍ରମ ଅଧିକାରୀ (ଖୋର୍ଦ୍ଧା) ଭୁବନେଶ୍ୱର ପ୍ରଭାକର ବିଶ୍ୱାଳ ପରିଚାଳନା କରିବା ସହିତ ଯୋଜନା ବିଷୟରେ ଶ୍ରମିକମାନଙ୍କୁ ଅବଗତ କରାଇଥିଲେ। ଏହି କାର୍ଯ୍ୟକ୍ରମରେ କଲ୍ୟାଣ ସଂଯୋଜକ ଲମ୍ବୋଦର ରାଉତଙ୍କ ସମେତ ଅନ୍ୟାନ୍ୟ ଅଧିକାରୀ ଯୋଗଦେଇ ଥିଲେ। ଶେଷରେ ବାଲୁଗାଁ ସହକାରୀ ଶ୍ରମ ଅଧିକାରୀ ଚନ୍ଦନ ମାଝୀ ଧନ୍ୟବାଦ ଅର୍ପଣ କରିଥିଲେ।

Hot this week

କଲେଜ ଭିତରେ ଛାତ୍ରଙ୍କୁ ଛୁରାମାଡ

ବାରିପଦା : ବାରିପଦାରେ ଅଭାବନୀୟ ଘଟଣା ଘଟିଛି। ବାଇଗଡବାହିଆ ସ୍ଥିତ ବିବି...

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

ବଢିଛି ଡିଜିଟାଲ ଆରେଷ୍ଟ

ଭୁବନେଶ୍ଵର: ବିଜେପି ସରକାରରେ ବଢିଛି ଡିଜିଟାଲ ଆରେଷ୍ଟ। ଆଜି ଏ ନେଇ...

ଆମେରିକା ସହିତ ଶାନ୍ତି ଆଲୋଚନା ସହଜ ନୁହେଁ : ଜେଲେନସ୍କି

ସମାଜ ଲାଇଭ ଡେସ୍କ : ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କହିଛନ୍ତି...

୪ ବର୍ଷରେ ନଦୀରେ ବୁଡି ୧୭୫୦ ମୃତ

ଭୁବନେଶ୍ଵର : ୪ ବର୍ଷରେ ନଦୀରେ ବୁଡି ଯାଇଛି ୧୭୫୦ ଜୀବନ।...

Related Articles

Popular Categories