www.samajalive.in
Monday, December 8, 2025
20.1 C
Bhubaneswar

ଅବସରପ୍ରାପ୍ତ ହାବିଲଦାରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର; ହତ୍ୟା ଅଭିଯୋଗ

ଫୁଲବାଣୀ: କନ୍ଧମାଳ ଜିଲ୍ଲା ସଦର ଥାନା ଅନ୍ତର୍ଗତ ରୁଜାଙ୍ଗି ଅଞ୍ଚଳରେ ଗୁରୁବାର ଜଣେ ଅବସରପ୍ରାପ୍ତ ହାବିଲଦାରଙ୍କ ମୃତଦେହ ଝୁଲନ୍ତା ଅବସ୍ଥାରେ ଉଦ୍ଧାର କରାଯାଇଛି। ମୃତ୍ୟୁର କାରଣ ଜଣାପଡି ନ ଥିବା ବେଳେ ତାଙ୍କୁ ହତ୍ୟା କରାଯାଇଥିବା ନେଇ ପରିବାର ଲୋକେ ଅଭିଯୋଗ କରିଛନ୍ତି। ମୃତକ ଜଣକ ହେଲେ ରୁଜାଙ୍ଗି ଗ୍ରାମର ପୀତବାସ ଦିଗାଲ(୬୧)। ସେ ଗତବର୍ଷ ହାବିଲଦାର ଭାବେ ଚାକିରୀରୁ ଅବସର ନେଇଥିଲେ।

ସୂଚନା ଅନୁଯାୟୀ, ପୀତବାସଙ୍କର ପୁଅ ସହିତ କୌଣସି କଥାକୁ ନେଇ ମତାନ୍ତର ହେବା ପରେ ସେ ଘରୁ ଚାଲିଯାଇ ଆଉ ଫେରି ନଥିଲେ। ଘରଲୋକେ ଖୋଜାଖୋଜି କରି ନ ପାଇବାରୁ ସଦର ଥାନାରେ ଏତଲା ଦେଇଥିଲେ। ଆଜି ସକାଳୁ ଗାଁ ନିକଟସ୍ଥ ଜଙ୍ଗଲରେ ଏକ ଗଛରେ ତାଙ୍କ ମୃତଦେହ ଝୁଲୁଥିବା ଦେଖିବାକୁ ମିଳିଥିଲା। ସଦର ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଥିଲା।

Hot this week

ପଞ୍ଜାବରେ ‘ସୁଟକେସ’ ରାଜନୀତି: ନଭଜୋତ କୌର ସିଦ୍ଧୁ କଂଗ୍ରେସରୁ ନିଲମ୍ବିତ

ସମାଜଲାଇଭ ଡେସ୍କ: ପଞ୍ଜାବ କଂଗ୍ରେସରେ ରାଜନୀତି ସରଗରମ ହୋଇଛି। ବରିଷ୍ଠ ନେତ୍ରୀ...

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

Related Articles

Popular Categories