www.samajalive.in
Monday, December 8, 2025
24.1 C
Bhubaneswar

ଟ୍ୟାଙ୍କର ଧକ୍କାରେ ଅଜଣା ବ୍ୟକ୍ତି ମୃତ

ଯାଜପୁର: ଏକ ଟ୍ୟାଙ୍କର ଧକ୍କାରେ ଜଣେ ଅଜଣା ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି। ଏପରି ଘଟଣା ମଙ୍ଗଳବାର ସକାଳେ ଯାଜପୁରଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ଜାରକା ବସଷ୍ଟାଣ୍ଡ ନିକଟରେ ଘଟିଛି। ଟ୍ୟାଙ୍କରଟି ବ୍ୟକ୍ତିଙ୍କ ମୁଣ୍ଡ ଉପରେ ଚଢି ଯାଇଥିବାରୁ ତାଙ୍କୁ ଚିହ୍ନଟ କରିବା ସମ୍ଭବପର ହୋଇ ପାରି ନାହିଁ। ଖବର ପାଇ ଧର୍ମଶାଳା ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ବ୍ୟବଚ୍ଛେଦ ନିମନ୍ତେ ପଠାଇବା ସହ ତଦନ୍ତ ଆରମ୍ଭ କରିଛି।

ସୂଚନାଯୋଗ୍ୟ ଯେ, ସକାଳେ ଜାରକା ବସଷ୍ଟାଣ୍ଡରେ ଜଣେ ବୟସ୍କ ବ୍ୟକ୍ତି ବସରୁ ଓହ୍ଲାଇଥିଲେ। ବସରୁ ଓହ୍ଲାଇ ସେ ରାସ୍ତା ପାର ହେଉଥିବା ସମୟରେ ଦ୍ରୁତ ଗତିରେ ଆସୁଥିବା ଏକ ଟ୍ୟାଙ୍କର ତାଙ୍କୁ ଧକ୍କା ଦେଇଥିଲା। ଘଟଣାସ୍ଥଳରେ ହିଁ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଯାଇଥିଲା। ଦୁର୍ଘଟଣା ଘଟାଇ ଟ୍ୟାଙ୍କର ଡ୍ରାଇଭର ଗାଡି ନେଇ ଫେରାର ହୋଇ ଯାଇଛି।

Hot this week

ପୀଡିତାଙ୍କ ମୃତ୍ୟୁ ପରେ ସହାୟତା ଦାବିରେ ପରିବାର ସଦସ୍ୟଙ୍କ ଧାରଣା

ରାଉରକେଲା: ଜୀବନ ଯୁଦ୍ଧରେ ହାରିଗଲେ ରାଉରକେଲାର ପୀଡିତା । ସୁନ୍ଦରଗଡ ଜିଲା...

ପିଆଜ ଚୋପାର ଚମତ୍କାରୀ ଗୁଣ …

ନୂଆଦିଲ୍ଲୀ : ଆଜିକାଲି ସମୟରେ ସମସ୍ତେ ନିଜର ତ୍ଵଚାକୁ ନେଇ ଖୁବ୍...

ମୋ ପୁଅ ବୋହୁଙ୍କ ପାଖରେ କେହି ଅଟକି ନଥିଲେ କି ପାଣି ଦେଇ ନଥିଲେ

ସମାଜ ଲାଇଭ ଡ଼େସ୍କ : ଗତ ସପ୍ତାହରେ ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଘଟିଥିବା...

ପୁଟିନଙ୍କ ପରେ ଦିଲ୍ଲୀ ଆସିବେ ଜେଲେନସ୍କି!

ସମାଜ ଡିଜିଟାଲ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସଫଳ ଦିଲ୍ଲୀ...

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

Related Articles

Popular Categories