www.samajalive.in
Thursday, December 11, 2025
14.1 C
Bhubaneswar

ଡିସେମ୍ବର ୧୫ ସୁଦ୍ଧା ଶେଷ ହେବ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ : ଭି.କେ ପାଣ୍ଡିଆନ

ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ନବୀନ ପଟନାୟକଙ୍କ ନିର୍ଦ୍ଦେଶ କ୍ରମେ ୫-ଟି ଓ ନବୀନ ଓଡିଶା ଅଧ୍ୟକ୍ଷ ଭି କେ ପାଣ୍ଡିଆନ୍  ଶନିବାର ବଡିଭୋରରୁ ପୁରୀ ଯାଇ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିଥିଲେ।ଭୋର୍ ୪ ରୁ ୬ପର୍ଯ୍ୟନ୍ତ ଏହି ସମୀକ୍ଷା ଚାଲିଥିଲା। ନୂଆ ଦାୟିତ୍ଵ ଗ୍ରହଣ ପରେ ଶ୍ରୀ ପାଣ୍ଡିଆନ୍ ପ୍ରଥମଥର ପାଇଁ ଏହି ସମୀକ୍ଷା କରିଛନ୍ତି।

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାମ ତ୍ଵରାନ୍ଵିତ କରି ଡିସେମ୍ବର ୧୫ ସୁଦ୍ଧା ସମ୍ପୂର୍ଣ୍ଣ କରିବାକୁ ସେ ନିର୍ଦ୍ଦେଶ ଦେଇଥିଲେ। ଏହା ନୂଆବର୍ଷରେ ଭକ୍ତ ମାନଙ୍କୁ ନୂଆ ଅନୁଭବ ଦେବ ବୋଲି ସେ ମତ ବ୍ୟକ୍ତ କରିଥିଲେ।

- Advertisement -

ଶ୍ରୀକ୍ଷେତ୍ରରେ ଥିବା ବିଭିନ୍ନ ମଠ ଗୁଡିକର ପୁନରୁଦ୍ଧାର କାମ ତ୍ୱରାନ୍ୱିତ କରିବା ପାଇଁ ଶ୍ରୀ ପାଣ୍ଡିଆନ୍ ନିର୍ଦ୍ଦେଶ ଦେଇଥିଲେ। ପରିକ୍ରମା ପ୍ରକଳ୍ପ କାମରେ ଜଗନ୍ନାଥ ସଂସ୍କୃତି ସହ ଜଡିତ ବିଭିନ୍ନ ଦେଶୀୟ ବୃକ୍ଷ ଓ ଗୁଳ୍ମ ଲଗାଇବାକୁ ଶ୍ରୀ ପାଣ୍ଡିଆନ୍ ପରାମର୍ଶ ଦେଇଥିଲେ ଓ ସେ ଶ୍ରୀମନ୍ଦିର ଚାରି ଦ୍ଵାର କାମ ମଧ୍ୟ ବୁଲି ଦେଖିଥିଲେ।
ସ୍ଥାନୀୟ ଲୋକଙ୍କ ସୁବିଧା ପାଇଁ ଦୁଇ ଚକିଆ ଗାଡିର ପାର୍କିଂ ପାଇଁ ପର୍ଯ୍ୟାପ୍ତ ବ୍ୟବସ୍ଥା କରିବାକୁ ଶ୍ରୀ ପାଣ୍ଡିଆନ୍ ନିର୍ଦ୍ଦେଶ ଦେଇଥିଲେ। ଏତଦବ୍ୟତୀତ ମେଘନାଦ ପାଚେରୀ ପାଖରୁ ବିଭିନ୍ନ ସୁବିଧା ଗୁଡିକର ସ୍ଥାନାନ୍ତର,ପରିକ୍ରମା ପ୍ରକଳ୍ପର ବିଦ୍ୟୁତ୍ ବ୍ୟବସ୍ଥା କାମ ନିର୍ଦ୍ଧାରିତ ସମୟରେ ଶେଷ କରିବା ଉପରେ ସେ ଗୁରୁତ୍ଵ ଆରୋପ କରିଛନ୍ତି।

ଜଗନ୍ନାଥ ବଲ୍ଳଭ ପାର୍କିଂ କାମ ସହ ଯାତ୍ରୀ ମାନଙ୍କ ପାଇଁ ସେଠାରେ କରାଯାଉଥିବା ବିଭିନ୍ନ ସୁବିଧାର ବିକାଶ, ପ୍ରମୋଦ ଉଦ୍ୟାନ, ଓ ଶ୍ରୀ ସେତୁ କାମର ଅଗ୍ରଗତି ନେଇ ଶ୍ରୀ ପାଣ୍ଡିଆନ୍ ସମୀକ୍ଷା କରିଥିଲେ ଓ ନିର୍ଦ୍ଧାରିତ ସମୟରେ କାମ ଶେଷ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ଏଥି ପାଇଁ ଅଧିକ ଲୋକ ନିୟୋଜିତ କରିବା ପାଇଁ ସେ ପରାମର୍ଶ ଦେଇଥିଲେ।
ଏହି ପରିଦର୍ଶନ ସମୟରେ ପୁରୀ ଜିଲ୍ଲାପାଳ,ଏସପି, ଓବିସିସି ପରିଚାଳନା ନିର୍ଦ୍ଦେଶକ ଏବଂ ବିଭିନ୍ନ ସଂସ୍ଥାର ଅଧିକାରୀ ମାନେ ଉପସ୍ଥିତ ଥିଲେ। ଏହି ଅବସରରେ ଶ୍ରୀ ପାଣ୍ଡିଆନ୍ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିଥିଲେ।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories